-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ଗୋଶାଳାର ଉଚ୍ଛେଦ ପ୍ରସ୍ତାବକୁ ବଲାଙ୍ଗୀର ନାଗରିକ କମିଟିର ବିରୋଧ

25-Jun-2023



ବଲାଙ୍ଗୀର, ପଶ୍ଚିମ ଓଡ଼ିଶାର ପୂରାତନ ପୃଥ୍ୱୀରାଜ ଗୋଶାଳା ଯାହା କି ୧୯୧୯ରେ ସ୍ଥାପିତ ହୋଇଥିଲା ତାକୁ ଉଚ୍ଛେଦ କରା ନ ଯାଉ ବୋଲି ଗତ ନାଗରିକ କମିଟିର କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । କମିଟିର ସଭାପତି ଇଂ. ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ସ୍ଥାନୀୟ ଜେଏସ୍‌ଏମ୍ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଏକ କାର୍ଯ୍ୟକାରୀ କମିଟିର ବୈଠକରେ ବଲାଙ୍ଗୀର ସହରର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିଲା । ସାଧାରଣ ସଂପାଦକ ମନୋରଂଜନ ସାହୁ ବିଭିନ୍ନ ପ୍ରସ୍ତାବ ଆଗତ କରି ସଭା ପରିଚାଳନା କରିଥିଲେ । ବଲାଙ୍ଗୀରର ବିକାଶ ପାଇଁ କେତେକ ସ୍ଥାନରେ ଉଚ୍ଛେଦ ପ୍ରକ୍ରିୟାକୁ ନେଇ ପ୍ରଶାସନ କୋହଳ ମନୋଭାବ ପୋଷଣ କରୁଥିବା ବେଳେ ବଲାଙ୍ଗୀର ଗୋଶାଳାର ସୁରକ୍ଷା ପ୍ରତି ସରକାର ସମ୍ବେଦନଶୀଳ ହେବାକୁ ବଲାଙ୍ଗୀର ନାଗରିକ କମିଟି ଦାବି କରିଛି । ସେହିପରି ଟାଟା ପାୱାର ର ବାରମ୍ବର ଅଘୋଷିତ ବିଦ୍ୟୁତ କାଟ୍ ପ୍ରତିବାଦରେ ନାଗରିକ କମିଟି କ୍ଷୋଭ ପ୍ରକାଶ କରିଛି । କଂପାନୀର ରେଭିନ୍ୟୁ ସଂଗ୍ରହର ଟାର୍‌ଗେଟ୍ ଅନ୍ୟାନ୍ୟ ଜୋନ୍‌ରେ ୫ଠ ପ୍ରତିଶତରୁ କମ ଥିବା ବେଳେ ପଶ୍ଚିମାଞ୍ଚଳରେ ୭୫ ପ୍ରତିଶତରୁ ଅଧିକ ସଂଗ୍ରହ ହେଉଛି ଏବଂ ବଲାଙ୍ଗୀରରେ ଏହି ସଂଗ୍ରହର ପରିମାଣ ସର୍ବାଧିକ ଥିବା ଜଣାପଡିଛି । କିନ୍ତୁ ଦୁଃଖର ବିଷୟ, ଅନ୍ୟାନ୍ୟ ତିନୋଟି ଜୋନ୍ ଅପେକ୍ଷା ଏ ଅଂଚଳରେ ସର୍ବାଧିକ ବିଦ୍ୟୁତ କାଟ୍ ଓ ଅବହେଳା କରାଯାଉଛି । ଶେଷରେ ସହସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଦେଇଥିବା ବେଳେ ଆଲୋଚନାରେ ଉପସଭାପତି ନିତ୍ୟାନନ୍ଦ ମିଶ୍ର, ଗଜେନ୍ଦ୍ର ଭ୍ରମର, ମନୋରଂଜନ ପୁରୋହିତ, ଗୋପଭୂଷଣ ନାଥ, ପର୍ଶୁରାମ ନାୟକ, ଗୋପବନ୍ଧୁ ପୁରୋହିତ, ଦିବାକର ହୋତା, ବ୍ରଜରାଜ ପୁରୋହିତ ଓ ସଲିମ୍ ଖାନ୍ ଅଂଶଗ୍ରହଣ କରିଥିଲେ ।   


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like