-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

ଅବ୍ୟବସ୍ଥିତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର  ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ସହ ଡାକ୍ତର ଙ୍କ ରହଣି ଦାବୀ, ନଚେତ ଆନ୍ଦୋଳନ 

30-Jun-2023



ବରଗଡ଼:-କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗ୍ରାମୀଣ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ପ୍ରକାର ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହାର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଏହି ସ୍ୱାସ୍ଥ୍ୟ କେନ୍ଦ୍ରଟି ଦିର୍ଘ ଦିନଧରି ନାନାଦି ସମସ୍ୟା ମଧ୍ୟ ଦେଇ ଗତି କରୁଥିଲେ ମଧ୍ୟ ଏଥି ପ୍ରତି ଉଚ୍ଚପଦସ୍ତ ଅଧିକାରୀଙ୍କ ଠାରୁ ଆରମ୍ଭ କରି ରାଜନେତା ମାନଙ୍କ ପର୍ଯ୍ୟନ୍ତ କାହାରି ଆନ୍ତରିକତା ଥିବାପରି ମନେ ହେଉନାହିଁ। କହିବାକୁଗଲେ ଉକ୍ତ ସ୍ୱାସ୍ଥ୍ୟକେନ୍ଦ୍ରଟି ନାଁ କୁ ମାତ୍ର ଅଛି  ସ୍ୱାସ୍ଥ୍ୟ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି। ସମସ୍ତ ବିଭାଗ ର ଆବଶ୍ୟକୀୟ ବିଶେଷଜ୍ଞ ନ ଥିବାରୁ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। ଅଭିଯୋଗ ଶୁଣିବାକୁ କେହିବି ନାହାଁନ୍ତି। ଡ୍ୟୁଟି ଚାର୍ଟ ଅନୁସାରେ ରାତିରେ ମଧ୍ୟ ଡାକ୍ତର ରହିବା କଥା କିନ୍ତୁ କୌଣସି ଡାକ୍ତର ରହୁନାହାନ୍ତି । ଗତ ଅନେକ ବର୍ଷରୁ ଡାକ୍ତର ରହଣି ପାଇଁ ଅଞ୍ଚଳବାସୀ ଦାବୀ କରୁଥିଲେ ହେଁ ଏପର୍ଯ୍ୟନ୍ତ ସମାଧାନ କରାଯାଇ ନାହିଁ । ଦୀର୍ଘ ବର୍ଷ ରୁ ସ୍ଥାପିତ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ପ୍ରାୟ ୨୦ ଟି ଗ୍ରାମର ୧୭ ହଜାରରୁ ଉର୍ଦ୍ଧ୍ୱ ଲୋକ ନିର୍ଭର କରିଥାନ୍ତି। ଆଖପାଖ ଅଞ୍ଚଳରେ ସ୍ୱାସ୍ଥ୍ୟକେନ୍ଦ୍ର ନଥିବାରୁ ଓପିଡି ଖାତା ଅନୁସାରେ ପ୍ରତିଦିନ ଶତାଧିକ ରୋଗୀ ଏହି ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିଥାନ୍ତି। ଏହି ଅଞ୍ଚଳଟି ଆଦିବାସୀ ଅଧ୍ୟୁଷିତ ହୋଇଥିବାରୁ ଲୋକେ ଝାଡା,ବାନ୍ତି ଭଳି  ସଂକ୍ରାମକ  ରୋଗର ଶିକାର ହୋଇଥାନ୍ତି। ଡାକ୍ତର ରହୁ ନ ଥିବାରୁ ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଉପରେ ରୋଗୀ ପରିଜନ ଭରସା କରିପାରୁ ନ ଥିବା ବେଳେ ରୋଗୀଙ୍କୁ କୁଆଡେ ନେବେ ତାହା ଜାଣି ପାରୁନାହାନ୍ତି। ଅକାଳରେ ଚାଲି ଯାଉଛି ଜୀବନ । ଥଣ୍ଡା, ଜ୍ୱର, କାଶ ଆଦି ସାମାନ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଚିକିତ୍ସା ପାଇବା ପାଇଁ ଖର୍ଚ୍ଚାନ୍ତ ହୋଇ ପଦ୍ମପୁର ଯିବାକୁ ପଡୁଛି । ଅଞ୍ଚଳର ଆବଶ୍ୟକତା ଦୃଷ୍ଟି ରୁ ଏହି ସ୍ୱାସ୍ଥ୍ୟକେନ୍ଦ୍ରଟି ପ୍ରତିଷ୍ଠା ହୋଇଥିଲା ସତ କିନ୍ତୁ ପରିଣାମ ସମ୍ପୂର୍ଣ୍ଣ ଓଲଟା।ଆବଶ୍ୟକ ସ୍ୱାସ୍ଥ୍ୟ ସେବା ପାଇବା ଅଞ୍ଚଳବାସୀ ଙ୍କ ପାଇଁ ସାତ ସପନ । ବିଗତ ବର୍ଷ ନିର୍ବାଚନ ପୂର୍ବରୁ ଅଞ୍ଚଳବାସୀଙ୍କ ସମେତ ଉଭୟ ଶାସକ ଓ ବିରୋଧୀ ରାଜନୈତିକ ଦଳ ଏହି ସମସ୍ୟାର ତୁରନ୍ତ ସମାଧାନ ପାଇଁ ଆନ୍ଦୋଳନ କରିଥିଲେ ।ସରକାର ଚାପ ର ବଶବର୍ତ୍ତୀ ହୋଇ ତତ୍ପରତା ଦେଖାଇ ସ୍ୱଳ୍ପ ଦିନ ପାଇଁ ଆଂଶିକ ସମାଧାନ କରିଥିଲେ । କିନ୍ତୁ ସ୍ଥିତି ଯଥା ପୂର୍ବଂ ତଥା ପରଂ । ରାଜ୍ୟ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ବିଶେଷ କରି ଗ୍ରାମାଞ୍ଚଳରେ ରହିଥିବା ସ୍ୱାସ୍ଥ୍ୟ କେନ୍ଦ୍ର ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଛନ୍ତି । ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ନିୟମାବଳୀ ପ୍ରଣୟନ କରିଛନ୍ତି । ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତାର ବ୍ୟତିକ୍ରମ  ପରିଲକ୍ଷିତ ହେଉଛି l ତୁରନ୍ତ ରାଜ୍ୟ  ସରକାର  ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟ ସେବା ଯୋଗାଇଦେବାକୁ ପଦକ୍ଷେପ ଗ୍ରହଣ କରନ୍ତୁ ନଚେତ ଅଞ୍ଚଳ ବାସୀଙ୍କ ଅସନ୍ତୋଷ ଭୟଙ୍କର ଆନ୍ଦୋଳନ ର ରୂପ ନେବ ବୋଲି ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like