-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତ ଙ୍କ ବିଜୁଳି ସଂଯୋଗ ଓ ପାନୀୟ ଜଳ ଯୋଗାଣ ବିଛିନ୍ନ ବିରୋଧରେ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ

04-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗୀର ଜିଲ୍ଲାର ଲୋଇସିଙ୍ଘା ବ୍ଲକ ଅନ୍ତର୍ଗତ ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତ ୪ ଦିନ ହେଲା ବିଜୁଳି ସଂଯୋଗ ଓ ପାନୀୟ ଜଳ ଯୋଗାଣ ବନ୍ଦ କରି ଦିଆଯାଇଥିବାରୁ ସ୍ଥାନୀୟ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବଲାଙ୍ଗୀର ଜିଲ୍ଲା ପ୍ରଶାସନର ଏହି ଅମାନବୀୟ ପଦକ୍ଷେପ ବିରୋଧରେ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରାଯାଇଛି । ବିଶେଷ କରି ବର୍ଷାଦିନ ହୋଇଥିବାରୁ ବିଜୁଳି ସଂଯୋଗ ଓ ପାନୀୟ ଜଳ ଯୋଗାଣ ବନ୍ଦ କରି ଦିଆଯାଇଥିବାରୁ ଗ୍ରାମର ବୁଢ଼ା ବୁଢ଼ୀ, ଶିଶୁ ଓ ଶାରିରୀକ ଭାବେ ରୋଗାକ୍ରାନ୍ତ ମାନଙ୍କ ଦୁର୍ଦ୍ଦଶାର ସୀମା  କହିଲେ ନସରେ । ଏକଦା ନିଜର ଜୀବନ ଜୀବିକା ଓ ବାସସ୍ଥାନ ହରାଇବା ଆଶଙ୍କାରେ ସଂପୃକ୍ତ ଅଞ୍ଚଳର ଜନସାଧାରଣ ଲୋୟର ସୁକତେଲ ପ୍ରକଳ୍ପ କାମକୁ ବିରୋଧ କରି ଆନ୍ଦୋଳନ କରି ଆସୁଥିବା ବେଳେ ସମୟ କ୍ରମେ ରାଜ୍ୟ ତଥା ଜିଲ୍ଲା ପ୍ରଶାସନର ଅମାନବୀୟ ନିର୍ଯ୍ୟାତନା ଓ ଦମନ ଫଳରେ କ୍ଷତିପୁରଣ ଓ ପୁନର୍ବାସ ଥଇଥାନ ପ୍ୟାକେଜକୁ ଗ୍ରହଣ କରି ବିସ୍ଥାପନ ପାଇଁ ରାଜି ହୋଇଥିଲେ। କିନ୍ତୁ ଅଦ୍ୟାବଧି ପ୍ରକଳ୍ପ ପ୍ରଭାବିତ ଅନେକ ଗ୍ରାମର ଲୋକ ମାନଙ୍କୁ ସରକାରଙ୍କ ଦ୍ଵାରା ଘୋଷିତ କ୍ଷତିପୂରଣ ମିଳି ନଥିବା ବେଳେ ପ୍ରଶାସନର ଏଭଳି ଅମାନବୀୟ ଓ ମାନବାଧିକାର ଉଲ୍ଲଘଂନର ଚିତ୍ର ପଦାକୁ ଆସିଛି। ଇତିମଧ୍ୟରେ ୭୦୦ରୁ ଉର୍ଦ୍ଧ୍ବ ପରିବାର ବାସ କରୁଥିବା ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମର ବିଦ୍ୟାଳୟକୁ ଭାଙ୍ଗି ଦିଆଯିବା ସହିତ ଶିକ୍ଷାନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀଙ୍କ ଟ୍ରାନ୍ସଫର୍ ସାର୍ଟିଫିକେଟ ସେମାନଙ୍କ ଅଭିଭାବକ ମାନଙ୍କୁ ଜବରଦସ୍ତ ପ୍ରଦାନ କରାଯାଇଛି । ବାସହରା ମାନଙ୍କୁ ଘୋଷିତ କ୍ଷତିପୂରଣ ମିଳି ନଥିବା ବେଳେ ଓ ବର୍ଷା ଦିନେ ବିସ୍ଥାପିତ ମାନେ କୁଆଡେ ଯିବେ ଯୋଜନା କରୁଥିବା ବେଳେ ହଠାତ୍ ଜିଲ୍ଲା ପ୍ରଶାସନ ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମକୁ ‌ ବିଜୁଳି ସଂଯୋଗ ଓ ପାନୀୟ ଜଳ ଯୋଗାଣ ବିଛିନ୍ନ କରିଦେବା ଘଟଣା  ସେମାନଙ୍କ 'କଟା ଘା'ରେ ଚୂନ ଦେବା ସଦୃଶ' ହୋଇଛି ଓ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ପ୍ରଶାସନର ଏପରି ନିନ୍ଦନୀୟ କାର୍ଯ୍ୟ ସମ୍ବିଧାନର ମୌଳିକ ଅଧିକାର ଧାରା-୨୧ର ସ୍ପଷ‌୍ଟ ଉଲଂଘନ ବୋଲି ଅଭିଯୋଗ କରି ମିଥ୍ୟା ମକଦ୍ଦମା ବିରୋଧୀ ଅଭିଯାନ, ଓଡ଼ିଶା ପକ୍ଷରୁ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରାଯାଇଛି। ମିଥ୍ୟା ମକଦ୍ଦମା ବିରୋଧୀ ଅଭିଯାନ ର ରାଜ୍ୟ ଆବାହକ ତଥା ସାମାଜିକ କର୍ମୀ ନରେନ୍ଦ୍ର ମହାନ୍ତି ଗତକାଲି ରାତିରେ ଜାତୀୟ ମାନବାଧିକାର କମିଶନଙ୍କ ପୋର୍ଟାଲ ଜରିଆରେ ଏହି ଅଭିଯୋଗ କରିଛନ୍ତି ଓ ମାନବାଧିକାର ଉଲ୍ଲଘଂନ ର ଶୀକାର ହୋଇଥିବା ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମବାସୀଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ କରିବାକୁ ନିବେଦନ କରିଛନ୍ତି। 

ଶ୍ରୀ ମହାନ୍ତି ତାଙ୍କର ପିଟିସନ ଜରିଆରେ ଅବିଳମ୍ବେ ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମକୁ ବିଜୁଳି ସଂଯୋଗ ଓ ପାନୀୟ ଜଳ ଯୋଗାଣ କରିବା, ରାଜ୍ୟ ତଥା ଜିଲ୍ଲା ପ୍ରଶାସନର ଏଭଳି ଅମାନବୀୟ କାର୍ଯ୍ୟ ତଥା ମାନବାଧିକାର ଉଲଂଘନ ଯୋଗୁଁ ପ୍ରତ୍ୟେକ ପରିବାରକୁ ୧୦,୦୦୦ (ଦଶହଜାର ଟଙ୍କା) କ୍ଷତିପୂରଣ ପାଇଁ ନିର୍ଦ୍ଦେଶ ଦେବା ଏବଂ ବିସ୍ଥାପିତ କରିବା ପୂର୍ବରୁ ସମସ୍ତ ବିସ୍ଥାପିତ ମାନଙ୍କୁ ଘୋଷିତ କ୍ଷତିପୂରଣ ଓ ପୁନର୍ବାସ ଯୋଜନାରେ ଥଇଥାନ କାର୍ଯ୍ୟ ତଦାରଖ ତଥା ନିଶ୍ଚିତ କରିବା ଦିଗରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରିଛନ୍ତି। ଏହି ପିଟିସନ ରେ ସେ ରାଜ୍ୟର ମୂଖ୍ୟ ଶାସନ ସଚିବ ଓ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଏହି ଅଭିଯୋଗ ଜାତୀୟ ମାନବାଧିକାର କମିଶନଙ୍କ ପୋର୍ଟାଲ ର ଡାଏରୀ ସଂଖ୍ୟା 10750/IN/2023 ଦ୍ଵାରା ପଞ୍ଜିକୃତ ହୋଇଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like