-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

‘ଖବରକାଗଜ ଚିନ୍ତା ଚେତନାକୁ ଜାଗ୍ରତ କରେ’ -ବଲାଙ୍ଗୀରରେ ଧରିତ୍ରୀର ୫୦ ବର୍ଷ ପାଳନ ଅବସରରେ ଆଲୋଚନାଚକ୍ର 

10-Jul-2023



ବଲାଙ୍ଗୀର,(ପ୍ରେରଣା ଖବର) ବଲାଙ୍ଗୀର ପୃଥ୍ୱୀରାଜ ହାଇସ୍କୁଲ ଶତବାର୍ଷିକୀ କକ୍ଷରେ ଶନିବାର ସନ୍ଧ୍ୟାରେ ଦୈନିକ ଧରିତ୍ରୀର ୫୦ ବର୍ଷ ପଦାର୍ପଣ ଅବସରରେ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ମୁଖ୍ୟବକ୍ତା ଭାବେ ସମ୍ବଲପୁର ଆଇଆଇଏମ୍‌ର ପ୍ରଫେସର ଡ ସୁଜିତ କୁମାର ପୃଷେଠ୍ ଯୋଗଦାନ କରିଥିଲେ । ସଭାରେ ଧରିତ୍ରୀ ତଥା ଓରିସା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ମଞ୍ଚାସୀନ ଥିଲେ । 
    ମୁଖ୍ୟବକ୍ତା ଡ. ପୃଷେଠ୍ କହିଥିଲେ ଛାପା ଗଣମାଧ୍ୟମର ଆଜିବି ଆବଶ୍ୟକତା ରହିଛି । କାରଣ ଖବରକାଗଜ ପଢ଼ିବା ଦ୍ୱାରା ଆମର ଚିନ୍ତା ଓ ଚେତନା ଜାଗ୍ରତ କରିଥାଏ । ଯାହା ଇଣ୍ଟରନେଟ୍‌ରେ ସମ୍ଭବ ହୋଇନଥାଏ । ଆଜି ସାମାଜିକ ବିଧିବ୍ୟବସ୍ଥା ଏପରି ହୋଇଗଲାଣି ଯେ ଗରିବ ଅଧିକ ଗରିବ ହେଉଥିବାବେଳେ ଧନୀ ଅଧିକରୁ ଅଧିକ ଧନୀ ହୋଇଚାଲିଛି । ଏବେ କୁବେର ଧନୀଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଫଳରେ ଆର୍ଥିକ ବୈଷମ୍ୟତା ରହୁନାହିଁ ଏବଂ ଏହା ସୁସ୍ଥ ଗଣତନ୍ତ୍ରର ଲକ୍ଷଣ ନୁହେଁ ବୋଲି ପ୍ରଫେସର ପୃଷେଠ୍ କହିଥିଲେ । ଗଣମାଧ୍ୟମ ନିର୍ଭୀକ ଏବଂ ନିରପେକ୍ଷ ରହିଲେ ସମାଜରେ ପରିବର୍ତ୍ତନ ଆସିପାରିବ ଏବଂ ଧରିତ୍ରୀ ହିଁ ଏହାର ବଳିଷ୍ଠ ଉଦାହରଣ ବୋଲି ସେ କହିଥିଲେ ।

ମୁଖ୍ୟଅତିଥି ବିଧାୟକ ନରସିଂହ ମିଶ୍ର ତାଙ୍କ ବକ୍ତବ୍ୟରେ ବର୍ତ୍ତମାନ ଗଣତନ୍ତ୍ର ବିପଥଗାମୀ ହୋଇଛି ବୋଲି କହିଥିଲେ । ବିଶେଷକରି ବ୍ୟବସ୍ଥାପିକା ସଭାରେ କ’ଣ ଏବଂ କେଉଁ ଆଇନ ଅଣାଯାଉଛି ତାହା ବ୍ୟବସ୍ଥାପକ ଏବଂ ମନ୍ତ୍ରୀମାନେ ଜାଣିପାରୁନାହାନ୍ତି । ସଚିବ ମାନେ ଯାହା ଲେଖୁଛନ୍ତି ତାହାକୁ ମନ୍ତ୍ରୀମାନେ ପଢ଼ୁଛନ୍ତି । ଏପରିକି କେତେକ ଗଣମାଧ୍ୟମ ଅସତ୍ୟ ତଥ୍ୟ ଉପସ୍ଥାପନ କରି ଜନମାନସକୁ ବିଭ୍ରାନ୍ତ କରୁଛନ୍ତି । ଯାହା ସାମ୍ବିଧାନିକ ବିଧିବ୍ୟବସ୍ଥା ଓ ଗଣତନ୍ତ୍ର ପ୍ରତି ବଡ ଆହ୍ୱାନ ସୃଷ୍ଟି କରୁଛିବୋଲି କହିଥିଲେ । ସମ୍ପାଦକ ସତପଥୀ ଆଲୋଚନାଚକ୍ରରେ ନିଜ ବକ୍ତବ୍ୟରେ କୌଣସି ବୟସ ନୁହେଁ ବ୍ୟକ୍ତିର ଚିନ୍ତାଧାରା ହିଁ ପରିବର୍ତ୍ତନ ଆଣିପାରିବ । ବିଶେଷକରି ଯୁବଗୋଷ୍ଠୀ ସାମାଜିକ ଦାୟିତ୍ୱବୋଧକୁ ଗ୍ରହଣ କରି ଗଣତନ୍ତ୍ରକୁ ସୁଦୃଢ଼ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ପ୍ରାରମ୍ଭିକ ବକ୍ତବ୍ୟ ରଖି ଧରିତ୍ରୀ ଓ ଓରିଶା ପୋଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କହିଥିଲେ ଧରିତ୍ରୀ ସବୁବେଳେ ନିରପେକ୍ଷ ଓ ସତ୍ୟତା ଅବଲମ୍ବନ କରି ଆଜି ୫୦ ବର୍ଷରେ ପଦାର୍ପଣ କରିବାକୁ ଯାଉଛି । ପାଠକଙ୍କ ବିଶ୍ୱାସ ଓ ଭଲ ପାଇବା ଆମର ମୁଖ୍ୟ ପୁଞ୍ଜି ବୋଲି କହିଥିଲେ । ଏହି ଅବସରରେ ବଲାଙ୍ଗୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆୟୋଜିତ ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢ଼ି ଶୀର୍ଷକ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଜିଲା ଖବରଦାତା ବୀରେନ୍ଦ୍ର କୁମାର ଝାଙ୍କର କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମକୁ ଉପବାର୍ତ୍ତା ସମ୍ପାଦକ ଲାଲ ସୁନୀଲ କୁମାର ରଥ ପରିଚାଳନା କରିଥିଲେ । ଶେଷରେ ବରିଷ୍ଠ ସହସମ୍ପାଦକ ମାନସ ରଞ୍ଜନ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଧରିତ୍ରୀ ଓ ଓରିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀଙ୍କୁ ବଲାଙ୍ଗୀରର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like