-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ରାଜ୍ୟ

ବନ ବିଭାଗର ବଡ଼ ଦୁର୍ନୀତି; ଭିଜିଲାନ୍ସ ପଞ୍ଝାରେ ୧୦ରୁ ଅଧିକ ଅଧିକାରୀ

13-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର:ଆୟ ବର୍ହିଭୂତ ସମ୍ପର୍ତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଏବେ ଜେଲ୍‌ରେ ଦିନ କାଟୁଛନ୍ତି ଆଇଏଫ୍ଏସ୍ ଅଭୟକାନ୍ତ ପାଠକ। ଖାଲି ଅଭୟ ନୁହଁନ୍ତ ଗଲା କିଛି ବର୍ଷରେ ୧୦ରୁ ଅଧିକ ବନ ବିଭାଗ ଅଧିକାରୀ ଭିଜିଲାନ୍ସ ପଞ୍ଝାରେ କଏଦ ହୋଇଛନ୍ତି। ଫରେଷ୍ଟରଙ୍କଠାରୁ ଡିଏଫ୍ଓ ଯାଏ ଅଳ୍ପ ବହୁତ ଅଧିକାରୀଙ୍କ ନାଁରେ ଲାଗିଛି ଦୁର୍ନୀତିର ଛିଟା। ହେଲେ ଗଞ୍ଜାମ ଜିଲ୍ଲା ଲିଙ୍କ୍ ଥିବା ଅଧିକାରୀଙ୍କ ତାଲିକା ଏବେ ଲମ୍ବା ହେବାରେ ଲାଗିଛି। ଦୁଇ ବର୍ଷରେ ୧୦ ଜଣ ଅଧିକାରୀଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ନିଜ ରାଡାରକୁ ଆଣିଛି। ଆଉ ଏହାପରେ ରାଜନୀତି ବି ଜୋର ଧରିଛି। ରାଜ୍ୟ ସରକାର ଓ ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀଙ୍କୁ ନିଶାନା କରିଛି ବିଜେପି। ଦୁଇ ବର୍ଷରେ ଗାର୍ଡଠୁ ଆରମ୍ଭ କରି ଡିଏଫ୍ଓ  ଆୟ ବର୍ହିିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି।  ଖୋଦ୍ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀଙ୍କ ଜିଲ୍ଲାରେ ଏହି ତାଲିକା ବେଶ ଲମ୍ବା। ୨୦୧୮ରୁ ଏଯାଏ ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଧରାପଡ଼ିଲେଣି ବନ ବିଭାଗର ୧୦ ଜଣ କର୍ମଚାରୀ ଓ ଅଧିକାରୀ। କାହାକୁ ଲାଞ୍ଚ ନେଉଥିବା ବେଳେ ତ ପୁଣି କିଏ ଆୟଠୁ ଅଧିକ ସମ୍ପର୍ତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ରାଡାରକୁ ଆସିଛନ୍ତି। ଜିଲ୍ଲାରେ ଜଙ୍ଗଲ ବିଭାଗକୁ କୋଟି କୋଟି ଟଙ୍କା ଖର୍ଚ୍ଚ ପାଇଁ ଆସୁଛି। ହେଲେ ତାହା କେତେ ଖର୍ଚ୍ଚ ହେଉଛି ଓ ବାବୁଙ୍କ ପକେଟକୁ କେତେ ଯାଉଛି ତା ହିସାବ ଏବେ କରୁଛି ଭିଜିଲାନ୍ସ।
୧୬ ମେ ୨୦୧୮ରେ ପୁରୁଷୋତ୍ତମପୁର ବିଟ୍ ଅଞ୍ଚଳରେ ଫରେଷ୍ଟର୍ ଥିବା ଶିବ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଥିଲେ। ୨୬ ଜୁନ୍ ୨୦୧୯ ବିକ୍ରମ କୁମାର ସାହୁ ବୌଦ୍ଧ କେନ୍ଦୁ ଲିଫ୍ ଡିଭିଜନ୍‌ରେ ମ୍ୟାନେଜର୍ ଭାବେ ଥିବା ବେଳେ ୧୨ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଧରିଥିଲା। ଖାଲି ସେତିକି ନୁହେଁ, ଚିଲିକା ରେଞ୍ଜର ଜୁନିୟର୍ ଆକାଉଣ୍ଟାଣ୍ଟ୍ ନବୀନ ବିଷୋୟୀ, ପାରାଳାଖେମୁଣ୍ଡିର ଫରେଷ୍ଟର୍ ଦିବାକର ଲେଙ୍କା… ଏମିତି ଲମ୍ବା ତାଲିକା ଭିଜିଲାନ୍ସ ପାଖରେ ରହିଛି। ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ବିଜେପି ସିଧାସଳଖ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ଟାର୍ଗେଟ କରିଛି। ଦୁର୍ନୀତି ଗସ୍ତ ଅଧିକାରୀଙ୍କ ସିଧା ସମ୍ପର୍କ ମନ୍ତ୍ରୀଙ୍କ ସହ ଥିବା ବିଜେପି ଆରୋପ ଲଗାଇଛି । ଏହାର ଜବାବ ବି ରଖିଛି ବିଜେଡି। କୋଟିପତି ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ୨୦୦୪ରୁ ୧୩ ଯାଏ ଗଞ୍ଜାମ ଦାୟିତ୍ୱରେ ଥିଲେ। ଏହାପୂର୍ବରୁ ୨୦୧୬ରେ ଗିରଫ ହୋଇଥିବା ଆଠଗଡ଼ ଡିଏଫ୍ଓ ସୁଧାଂଶୁ ମିଶ୍ର ବି ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟ କରିଛନ୍ତି। ଏଠୁ ବଦଳି ହେବା ପରେ ତାଙ୍କୁ ଗିରଫ କରିଥିଲା ଦୁର୍ନୀତି ନିବାରଣ ସଂସ୍ଥା। ବନ ବିଭାଗ ଅଧିକାରୀଙ୍କ ନାଁରେ ବଢ଼ୁଥିବା ଭିଜିଲାନ୍ସ ମାମଲା ଓ ତାସହ ଗଞ୍ଜାମ ଲିଙ୍କ୍ ଏବେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରୁଛି।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like