-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ବାଇକ୍‌ ଦୁର୍ଘଟଣାଗ୍ରସ୍ତ, ଦୁଇ ଆରୋହୀ ମୃତ

13-Dec-2020



(ପ୍ରେରଣା ଖବର) ସିନ୍ଧେକେଲା: ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା-ରାୟପୁର ୧୬ ନମ୍ବର ରାଜ୍ୟ ରାଜପଥର ସାଲେପଡ଼ା ଛକ ନିକଟରେ ଶନିବାର ରାତ‌ିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ଦୁଇଜଣ ଆରୋ‌ହୀ ଭବାନୀପାଟଣା ପରଦେଶୀପଡ଼ାର ପ୍ରଦୀପ ପାଣି (୫୦ବର୍ଷ) ଓ ଦେବାନ ସାହେବ ପଡ଼ାର ପ୍ରହଲ୍ଲାଦ ରାଉତ (୫୫ବର୍ଷ)ଙ୍କ ମୃତ୍ୟୁ ଘଟିଛି। ଖବରପାଇ ସିନ୍ଧେକେଲା ପୁଲିସ ଥାନା କେସ ନଂ ୧୪୪/୨୦ରେ ମାମଲା ରୁଜୁକରିଛି। ଶବ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା ବୋର୍ଡା ଜନତା ହାଇସ୍କୁଲରେ କିରାଣି ଚାକିରି କରୁଥିବା ପ୍ରଦୀପ ଓ ତାଙ୍କ ସାଙ୍ଗ ପ୍ରହଲ୍ଲାଦ ଶନିବାର ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ବୋର୍ଡା ଆସିଥିଲେ। ରାତିରେ ଭୋଜି ଖାଇସାରି ବାଇକ୍‌ରେ ଫେରୁଥିବା ସମୟରେ ସାଲେପଡ଼ା ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ବୁଦା ଭିତରେ ପଡ଼ିଯାଇଥିଲେ। ଉଭୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ପ୍ରାଣ ହରଇଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ହୋଇଥିବା ସ୍ଥାନ ଖାଲୁଆ ଓ ବୁଦାଳିଆ ଥିବାରୁ ରାସ୍ତା ଉପରୁ ଜଣାପଡୁନଥିଲା। ପରିବାର ଲୋକେ ଫୋନରେ ଯୋଗାଯୋଗ କରି କୌଣସି ଉତ୍ତର ନପାଇବାରୁ ରବିବାର ସକାଳେ ବୋର୍ଡା ଫାଣ୍ଡିରେ ନିଖୋଜ ଥିବା ଅଭିଯୋଗ କରିଥିଲେ। ରବିବାର ସେହି ରାସ୍ତାରେ ଯାଉଥିବା ଜଣେ ବ୍ୟକ୍ତି ପରିସ୍ରା କରିବା ପାଇଁ ସେଠାରେ ଅଟକିଥିବା ସମୟରେ ବୁଦା ଭିତରେ ଫୋନ ରିଙ୍ଗ ହେଉଥିବା ଶୁଣିବାକୁ ପାଇଥିଲେ। ରାସ୍ତାରେ ଯାଉଥିବା ଅନ୍ୟ ଲୋକଙ୍କୁ ଅଟକାଇଥିଲେ। କେହି ଜଣେ ତଳକୁ ଯାଇ ସେହି ସମୟରେ ଫୋନ କରିଥିବା ବ୍ୟକ୍ତିଙ୍କୁ ଘଟଣା ବିଷୟରେ ଅବଗତ କରିବାରୁ ଜଣାପଡ଼ିଲା ବୋଲି ସିନ୍ଧେକେଲା ଥାନା ଏଏସ୍‌ଆଇ ସୁମନ ମଲ୍ଲିକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like