-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ରାଜନୀତି

ମିଥ୍ୟା ତଥ୍ୟ ଉପସ୍ଥାପନ କରୁଛି ଶାସକ ଦଳ, ମୁଖ୍ୟମନ୍ତ୍ରୀ ଙ୍କୁ ମିଛୁଆ କହି ଆକ୍ଷେପ।

13-Dec-2020



ଭୁବନେଶ୍ୱର,(ଶୁଭାଶିଷ ନାୟକ): ରାଷ୍ଟ୍ରୀୟ ସାଧାରଣ ସଂପାଦିକା ତଥା ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ବିଧାନସଭା ଉତ୍ତରଆଧାରରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ । ଏହା ପରେ ବିଜେଡି ମୁଖପାତ୍ର ସସ୍ମିତପାତ୍ର ତାଙ୍କୁ ମିଛୁଆ ବୋଲି ଆକ୍ଷେପ କରିଛନ୍ତି । ଏଥିରୁ ସ୍ପଷ୍ଟ ଯେ, ଶାସକ ବିଜେଡିର ବିଭିନ୍ନ ବିଭାଗୀୟ ମନ୍ତ୍ରୀ ମାନେ ବିଧାନସଭାରେ ମିଥ୍ୟା ତଥ୍ୟ ରଖୁଛନ୍ତି । ତେବେ ଶାସକ ବିଜେଡିର ନେତାମାନେ ହେଉଛନ୍ତି ଅଭ୍ୟାସଗତ ମିଛୁଆ । ସେମାନେ ଗଣମାଧ୍ୟମ ସାମ୍ନାରେ ହେଉ ଅବା ବିଧାନସଭାରେ ସବୁଠି ମିଛ ତଥ୍ୟ ରଖି ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି ।ବିଜେଡି ପ୍ରବକ୍ତା ନିର୍ଦ୍ଦିଷ୍ଟ ପ୍ରଶ୍ନର ଉତର ନରଖି ବ୍ୟକ୍ତିଗତ ଭାବେ ମହିଳାଙ୍କ ଉପରେ ଅପଶଦ୍ଦ ପ୍ରୟୋଗ କରି ତାଙ୍କୁ ମିଛୁଆ ଆକ୍ଷେପ କରିବା ରାଜନୈତିକ ସୌଜନ୍ୟତା ଦୃଷ୍ଟିରୁ ଦୁର୍ଭାଗ୍ୟଜନକ ଏବଂ ନିନ୍ଦନୀୟ ବୋଲି ବିଜେପି ରାଜ୍ୟ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି । 
ବିଜେଡି ସରକାର ଆଜି ପର୍ଯ୍ୟନ୍ତ ଜନତାଙ୍କୁ ଦେଇଥିବା ଗୋଟିଏ ବି ପତିଶୃତି ପାଳନ କରିନାହିଁ । ୨୦୧୪ରେ ବିଜେଡି ସରକାର ଗରିବ ଲୋକଙ୍କୁ ପକ୍କା ଘର ଯୋଗଇବା ନେଇ ପ୍ରତିଶୃତି ଦେଇଥିଲା । ପୁଣିଥରେ ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି କଚ୍ଚା ଘରକୁ ପକ୍କା କରିବା ନେଇ ରାଜ୍ୟବାସୀଙ୍କୁ ପ୍ରତିଶୃତି ଦେଇ ଭୋଟ ହାତେଇଥିଲା । ଏହାସତ୍ୱେ ଆଜି ବି ଗରିବ ଲୋକଟିଏ ପକ୍କା ଘର ପାଇବାରୁ ବଂଚିତ ରହିଛି । ଫନି ବାତ୍ୟାରେ ହଜାର ହଜାର ଲୋକଙ୍କ ଘର ନଷ୍ଟ ହୋଇଥିଲେ ବି କେନ୍ଦ୍ର ସରକାରଙ୍କ ସହାୟତା ଦେବା ପରେ ବାତ୍ୟା କ୍ଷତିଗ୍ରସ୍ତ ଲୋକଙ୍କୁ ପକ୍କା ଘର ଖଣ୍ଡେ ମିଳିଲା ନାହିଁ । ଗ୍ରାମାଂଚଳରେ ଏବେ ବି ୨ଲକ୍ଷ ଘର ନିର୍ମାଣ ହେବା ପାଇଁ ବାକି 
ରହିଛି । ଏହା ଏହା କଣ ମିଛ କି ବୋଲି ଡ.ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି । ଗରିବ ଲୋକଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛନ୍ତି । ୫ ଲକ୍ଷ ପର୍ଯ୍ୟନ୍ତ ମେଡିକାଲ ସୁବିଧା ଗରିବ ଲୋକଙ୍କୁ ମିଳିବା ନେଇ ଏହି ଯୋଜନାରେ ବ୍ୟବସ୍ଥା ରହିଛି । କିନ୍ତୁ ମୋଦି ନାଁ ନେଇଯିବା ଭୟରେ ରାଜ୍ୟ ସରକାର ଓଡିଶାରେ ଏହାକୁ ଲାଗୁ କରୁନାହାଁନ୍ତି । ରାଜ୍ୟ ସରକାର ଓଏସଟିଏଫକୁ ବନ୍ଦ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁ କରିଥିଲେ ସୁଦ୍ଧା ଏଥିରେ କମ୍ ଟଙ୍କାର ବ୍ୟବସ୍ଥା ଥିବାରୁ ଗରିବ ଲୋକମାନେ ଏହାର ସୁବିଧା ଉଠାଇ ପାରୁନାହଁନ୍ତି । ଏହା କଣ ମିଛ କି ବୋଲି ସେ ପ୍ରଶ୍ନ କରିଛନ୍ତି।


ଓଡିଶାର ଏବେ ୧୨୪୨ ଗାଁକୁ ରାସ୍ତା ନାହିଁ । ଓଡିଶାର ପାଖାପାଖି ୯୦ ପ୍ରତିଶତ ଘରକୁ ପିଇବା ପାଣି ପହଂଚି ନାହିଁ । ରାଜ୍ୟବାସୀଙ୍କୁ ପାଇପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଥିଲେ । ୧୨୫୦ ପଂଚାୟତରେ ପିଇବା ପାଇଁ ଉପଯୁକ୍ତ ପାନୀୟ ଜଳ ମିଳୁନାହିଁ ଏବଂ ୧୫୦୦ ପଂଚାୟତରେ ପାଇପ ଲାଇନ ପଂହଚି ନାହିଁ । ଏହା କଣ ମିଛ କି ? ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ କାଳିଆ ସହାୟତା ଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏବେ କୁଆଡେ ଗଲା ସେ ପ୍ରତିଶୃତି । ମୋଦି ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧୀ ଯୋଜନାରେ କୃଷକମାନଙ୍କୁ ୬ ହଜାର ଟଙ୍କା ସହାୟତା ଦେଉଥିବାବେଳେ 
କାଳିଆ ଯୋଜନାରେ ରାଜ୍ୟସରକାର ଚାଷୀଙ୍କୁ ୪ ହଜାର ଟଙ୍କା ସହାୟତା ନଦେଇ ପ୍ରତାରଣା କରୁଛନ୍ତି । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧୀ ଯୋଜନାରେ ୩୬ ଲକ୍ଷ ଚାଷୀଙ୍କୁ ପ୍ରଥମ କିସ୍ତିରେ ସହାୟତା ମିଳିଥିବାବେଳେ ଏବେ ଏହା କମି ୨୦ ଲକ୍ଷରେ ପହଂଚିଛି । ଏହା କଣ ମିଛ ବିଗତ ବର୍ଷରେ ରାଜ୍ୟରେ ଦୂର୍ନୀତି ଓ ଭ୍ରଷ୍ଟାଚାର ବୃଦ୍ଧି ପାଇବାରେ ଲାଗିଛି । କୋଇଲା, ଜଙ୍ଗଲ, ଚିଟଫଣ୍ଡ, ଜମି ଭଳି ଅନେକ ଦୂର୍ନୀତିରେ ବିଜେଡି ନେତାମାନଙ୍କର ସଂପୃକ୍ତି ରହିଛି । ଏହା କଣ ମିଛ କି ବୋଲି ଡ. ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି । 


ଶାସକ ବିଜେଡି ଓଡିଶା ଲୋକଙ୍କୁ ଆଉ ମିଛ କହି ଭ୍ରମିତ ନକରି ବିକାଶ ମୂଳକ କାର୍ଯ୍ୟ ଉପରେ ଧ୍ୟାନ ଦେବା ଆରମ୍ଭ କରିବା 
ଦରକାର । ବିରୋଧୀ ମାନଙ୍କ ସମାଲୋଚନାକୁ ଗ୍ରହଣ କରି ଲୋକଙ୍କ ସ୍ୱାର୍ଥରେ କାର୍ଯ୍ୟ କରିବା ସରକାରଙ୍କ ଦାୟୀତ୍ୱ । କିନ୍ତୁ ଏଠି ସରକାରୀ ତଥ୍ୟ ଅନୁଯାୟୀ ବିରୋଧୀ ଅଭିଯୋଗ କଲେ ବିଜେଡି ମୁଖପାତ୍ରମାନେ ବ୍ୟକ୍ତିଗତ ସ୍ତରକୁ ଆସି ନିଜ ଦୁର୍ବଳତାକୁ ଲୁଚାଇ ବିରୋଧୀଙ୍କୁ ମିଛୁଆ କହିବା ଆଦୌ ଗ୍ରହଣୀୟ ନୁହେଁ ବୋଲି ଡ. ସାମନ୍ତସିଂହାର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like