-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||     

HOME   ଜିଲ୍ଲା

ବିବେକାନନ୍ଦ ଶିକ୍ଷା କେନ୍ଦ୍ର, ବଡ଼ ବଜାର, ସମ୍ବଲପୁର ଠାରେ ପବିତ୍ର ଗୁରୁ ଦିବସ ମହାସମାରୋହରେ ପାଳିତ

05-Sep-2023




ସମ୍ବଲପୁର : ( ସଂଜୀବକୁମାରପାଣିଗ୍ରାହୀ ) : ସମ୍ବଲପୁର ବଡ଼ ବଜାର ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପକ୍ଷରୁ ଆଜି ପବିତ୍ର ଗୁରୁ ଦିବସ ଓ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କର 136ତମ ପବିତ୍ର ଜନ୍ମ ଜୟନ୍ତୀ ଉତ୍ସବ ମହାସମାରୋହ ରେ ପାଳିତ ହୋଇ ଯାଇଛି | ଶିକ୍ଷାକେନ୍ଦ୍ର ର ଅଧ୍ୟକ୍ଷା ଶ୍ରୀମତୀ ବବିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଏବଂ ସମ୍ମାନୀତ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ଯୋଗଦାନ କରିଥିଲେ |
               ପ୍ରାରମ୍ଭରେ ମୁଖ୍ୟ ଅତିଥି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ଙ୍କ ଦ୍ୱାରା ମାଁ ସମଲେଶ୍ୱରୀ, ସ୍ୱାମୀ ବିବେକାନନ୍ଦ ଓ ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କ ଫଟୋଚିତ୍ର ଉପରେ ପୁଷ୍ପ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ବଳନ, ଧୂପ ଦୀପ ଦ୍ୱାରା ପୂଜାର୍ଚ୍ଚନା ପରେ ଛାତ୍ରଛାତ୍ରୀ ମାନେ ସାମୂହିକ ଗୁରୁ ବନ୍ଦନା ଗାନ କରିଥିଲେ |
               ଭାରତୀୟ ସଂସ୍କୃତିରେ ମାତା ପିତା ଏବଂ ଗୁରୁ ମାନଙ୍କୁ ଦେବୀଦେବତା ଙ୍କ ଶ୍ରେଷ୍ଠ ଆସନ ଓ ମର୍ଯ୍ୟାଦା ପ୍ରଦାନ ପୂର୍ବକ ସମ୍ମାନ ଦେବାର ପରମ୍ପରା ଏବଂ ମହାନ୍ ଗୁରୁ ଶିଷ୍ୟ ପରମ୍ପରା ଆବାହମାନ କାଳରୁ ରହି ଆସିଛି | ଏହାଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ବିଦ୍ୟାଶିକ୍ଷା ସଙ୍ଗେ ସଙ୍ଗେ ନୈତିକ ଶିକ୍ଷା, ଆଧ୍ୟାତ୍ମିକ ଶିକ୍ଷା, ସଂସ୍କୃତି ର ଶିକ୍ଷା ଓ ଚରିତ୍ର ନିର୍ମାଣ ସହ ପୂର୍ଣ୍ଣାଙ୍ଗ ବିକାଶ ହୋଇ ପାରିଥାଏ ବୋଲି ମୁଖ୍ୟ ଅତିଥି ସଂସ୍କୃତି ରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର୍ ନିଜ ଉଦ୍'ବୋଧନ ରେ କହିଥିଲେ | ଭାରତରତ୍ନ ଡ଼ଃ ସର୍ବପଲ୍ଲୀ ରାଧାକୃଷ୍ଣନ୍ ଙ୍କ ଜୀବନ ଦର୍ଶନ ଉପରେ ସେ ଆଲୋକପାତ କରିଥିଲେ |
               ସମ୍ମାନୀତ ଅତିଥି ଶ୍ରୀଯୁକ୍ତ ହରି ଶଙ୍କର ମିଶ୍ର ନିଜ ବକ୍ତବ୍ୟରେ ସ୍ୱାମୀ ବିବେକାନନ୍ଦ ଙ୍କ ଆଦର୍ଶରେ ପରିଚାଳିତ ଏହି ଶିକ୍ଷାକେନ୍ଦ୍ରର ସମସ୍ତ ଶିକ୍ଷୟିତ୍ରୀ ମାନଙ୍କ ଅଧ୍ୟବସାୟ ଓ ସ୍ନେହପୂର୍ଣ୍ଣ ବ୍ୟବହାରର ସେ ଭୁୟସୀ ପ୍ରଶଂସା କରିଥିଲେ |
               ଶିକ୍ଷୟିତ୍ରୀ ସୁଶ୍ରୀ ତୃପ୍ତି ମାଝୀ,  ସୁଶ୍ରୀ ସୁଜ୍ଞାନୀ ମାହାଣା ଓ ଶ୍ରୀମତୀ ସନ୍ତୋଷିନୀ ଦେବୀ ଙ୍କ ପରିଚାଳନାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀ ମାନେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ | ଏହି ଅବସରରେ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷାଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ମାନଙ୍କୁ ତିଳକ ଲଗାଇ, ପୁଷ୍ପଗୁଚ୍ଛ ଦେଇ, ଉତ୍ତରୀୟ ଦେଇ ଏବଂ ଉପହାର ଦେଇ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବହିଦାର୍ ସମ୍ମାନୀତ ଓ ସମ୍ବର୍ଦ୍ଧିତ କରିଥିଲେ |
               ବିବେକାନନ୍ଦ ଶିକ୍ଷା କେନ୍ଦ୍ର ର ଛାତ୍ରଛାତ୍ରୀ, ଅବିଭାବକ ମାନଙ୍କ ସମେତ ସହରର ବହୁ ଭଦ୍ରବ୍ୟକ୍ତି ଓ ଭଦ୍ର ମହିଳା ଉପସ୍ଥିତ ଥିଲେ | ସମସ୍ତଙ୍କ ଦ୍ୱାରା ସାମୁହିକ ଜାତୀୟ ସଂଗୀତ ଗାନ ପରେ ଶିକ୍ଷୟିତ୍ରୀ ସୁଶ୍ରୀ ତୃପ୍ତି ମାଝି ଧନ୍ୟବାଦ ଅର୍ପଣ କରିଥିଲେ |
========================

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026

You Might Also Like