-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ଜିଲ୍ଲା

ଗୁରୁ ଦିବସ ଉପଲକ୍ଷେ ବୈତାଳି କ୍ଲଷ୍ଟରରେ ୧୨ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ସିଆରସିସି

06-Sep-2023



ବରଗଡ:-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଶ୍ରୀ ଦିବସ କୁମାର ସାହୁଙ୍କ ଉଦ୍ୟମ କ୍ରମେ ଗତବର୍ଷ ଭଳି ଏବର୍ଷ ମଧ୍ୟ କ୍ଲଷ୍ଟର ସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ଶୁଭମ କୁମାର ପତି ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟକୁମାର ସାହୁ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବ୍ୟ କିଶୋର ପଣ୍ଡା ମଞ୍ଚାସୀନ ଥିଲେ।ପ୍ରଥମ ପର୍ଯ୍ୟାୟରେ ଗୁରୁଦିବସ ଉପଲକ୍ଷେ ଡ଼ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫୋଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରି ସିଆରସିସି ଶ୍ରୀ ଦିବସ କୁମାର ସାହୁଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା।ବୈତାଳି ସରକାରୀଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ୱାଗତ ଗୀତ ପରିବେଷଣ କରିଥିଲେ।ଶିକ୍ଷକ ପ୍ରତ୍ୟୁଷ ଭୋଇ ମଞ୍ଚ ପରିଚାଳନା କରିଥିଲେ।ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଦିବ୍ୟ କିଶୋର ପଣ୍ଡା ନିଜର ବକ୍ତବ୍ୟ ରଖି ଶିକ୍ଷକ ମାନଙ୍କୁ କିଛି ଅଭିନବ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ।ମୁଖ୍ୟ ଅତିଥି ଶ୍ରୀମାନ ଶୁଭମ କୁମାର ପତି ଗୁରୁଦିବସ ପାଳନର ମହତ୍ତ୍ୱ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇବା ସହ ବୈତାଳି କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଗୁରୁଦିବସର ଆନ୍ତରିକ ଶୁଭେଚ୍ଛା ଜଣାଇଥିଲେ ।ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଜୟକୁମାର ସାହୁ ଗୁରୁମାନଙ୍କୁ ସମ୍ମାନ ଜଣେଇବା ସହ ମୁନିଋଷିଙ୍କ ସହ ତୁଳନା କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଶିଷ୍ୟ ରୁବେ ସୁନ୍ଦର ଭାବେ ବର୍ଣ୍ଣନା କରିଥିଲେ।ବୈତାଲି କଷ୍ଟରରେ ହେଉଥିବା ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସହ ବିଭିନ୍ନ ବିଦ୍ୟାଳୟରେ ହେଉଥିବା ଅଭିନବ କାର୍ଯ୍ୟକ୍ରମ ମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ।
  ଏହାପରେ ସିଆରସିସି ଶ୍ରୀ ଦିବସ କୁମାର ସାହୁ ଶିକ୍ଷକ ସମ୍ବର୍ଦ୍ଧନାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଚଳିତ ବର୍ଷ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଗୁଡ଼ିକୁ ଯାଇ ମନିଟରିଂ କରିବା ସହ ୧୨ ଟି ବର୍ଗରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଅତିଥି ମାନଙ୍କୁ ଅନୁରୋଧ କରିଥିଲେ।
ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଭାବେ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭୁଦାସ ମହାନନ୍ଦ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଶ୍ରେଷ୍ଠ  ସହକାରୀ ଶିକ୍ଷକ ଭାବେ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗନ୍ନାଥ ପ୍ରଧାନ ସମ୍ବର୍ଦ୍ଧିତ ହୋଇଥିଲେ।ଶ୍ରେଷ୍ଠ ଏଫଏଲଏନ ଶିକ୍ଷକ ଭାବେ ବୁଦ୍ଧଦେବ ଭୁଏ(ପୁଟୁକିଡୁଙ୍ଗୁରି) ଏବଂ ଶିକ୍ଷୟିତ୍ରୀ ଭାବେ ଲକ୍ଷ୍ମୀ ମହାନନ୍ଦ(ଅମଠି) ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରେଷ୍ଠ କ୍ରୀଡ଼ା ପ୍ରଶିକ୍ଷକ ଭାବେ ସନାତନ ବରିହା(ଡୁଙ୍ଗୁରିଚଢ଼ା),ପ୍ରକୃତି ମିତ୍ର ପୁରସ୍କାର ମହେନ୍ଦ୍ର ବାରିକ (ସଂକ୍ରି ),ଉତ୍ସର୍ଗୀକୃତ ଶିକ୍ଷକ ଭାବେ ଟିକେଶ୍ୱର ପ୍ରଧାନ(ଡୁଙ୍ଗୁରିଚଢା) ଏବଂ ଶିକ୍ଷୟିତ୍ରୀ ଭାବେ ଶ୍ରୀମତୀ ସୁଜାତା ସାହୁ ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଶ୍ରେଷ୍ଠ ସମାୟାନୁବର୍ତ୍ତି ଶିକ୍ଷକ ଭାବେ ଟୁହୁଙ୍ଗିଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ସେଠ,ଶ୍ରେଷ୍ଠ ବିଜ୍ଞାନ ଶିକ୍ଷକ ଭାବେ ରାଜେଶ ପ୍ରଧାନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଚଳିତ ବର୍ଷର ଆଦର୍ଶ ଶିକ୍ଷକ ସମ୍ମାନ ପାଇଁ ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁମୁରିପାଣିର ପ୍ରଧାନ ଶିକ୍ଷକ ତରଣୀସେନ ପ୍ରଧାନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଗୁରୁଦିବସ ଅବସରରେ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରିବାର  ସିଆରସିସି ଦିବସ କୁମାର ସାହୁଙ୍କ ଏହି ପ୍ରୟାସକୁ ଶିକ୍ଷକ ତଥା ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like