-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତି ରେ ପାତର ଅନ୍ତର ଅଭିଯୋଗ,  ଉଚ୍ଚସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି 

30-Sep-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲାର ବ୍ୟବସାୟିକ କେନ୍ଦ୍ର ସ୍ଥଳ ଜୁନାଗଡ ଠାରେ ଥିବା ନିୟନ୍ତ୍ରିତ ବଜାର କମିଟି (ଆରଏମସି) ରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି ।   ବିଶେଷ କରି କର୍ମଚାରୀ ନିଯୁକ୍ତିରେ ପ୍ରିୟାପ୍ରୀତିପୋଷଣ କାରବାର ହେଉଥିବା ଘଟଣା ଦାଣ୍ଡରେ ପଡି ହାଟରେ ଗଡୁଥିବା ଦେଖାଯାଉଛି । ଦୀର୍ଘ ଦିନରୁ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ପାଞ୍ଚ ଜଣ କର୍ମଚାରୀଙ୍କୁ ବିଗତ ସାତ ବର୍ଷ ହେବ ବାର୍ଷିକ ଚୁକ୍ତି ଅନୁସାରେ ଚୁକ୍ତିଭିତ୍ତିକ କର୍ମଚାରି ଭାବେ ରଖାଯାଇଥିବା ବେଳେ ସେମାନଙ୍କ କାର୍ଯ୍ୟ ଦକ୍ଷତା ଓ ନିଷ୍ଠାପରତା ଅନୁସାରେ ଆର ଏମ ସି ର ସ୍ଥାୟୀ କର୍ମଚାରୀ ଭାବେ ନିଯୁକ୍ତି ଦେବାକୁ ଧର୍ମଗଡ ଉପଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା କମିଟି ରେ ଗତ ୨୦.୦୩.୨୦୧୮ ଦିନ ରେଜୁଲେସନ ହୋଇଥିବା ସହ ପରବର୍ତ୍ତୀ ପର୍ଯ୍ୟାୟରେ ଅନେକ ଥର ରେଜୁଲେସନ କରାଯାଇଥିବା ଜଣାପଡିଛି ହେଲେ ସେମାନଙ୍କ ମଧ୍ୟରୁ କେବଳ ତିନି ଜଣଙ୍କୁ ଗତ ୨୩.୦୫.୨୦୨୩ ଦିନ ମଜୁରି ବୃଦ୍ଧି କରାଯାଇଥିବା ବେଳେ ବାକି ଦୁଇ ଜଣଙ୍କ ପ୍ରତି ଅନଦେଖା କରାଯାଇଥିବା କୁହଯାଉଛି । ନେଇ ଆଣି ଥୋଇ ଜାଣିବା ବିଦ୍ୟାରେ ଧୁରନ୍ଧର ଜନୈକ ଅଧସ୍ତନ କର୍ମଚାରୀ ସମ୍ପାଦକ ଓ ଅଧ୍ୟକ୍ଷ ଙ୍କୁ ଭୁଲ ତଥ୍ୟ ଉପସ୍ଥାପନ କରି ନିଜ ହାତ ମୁଠାରେ ଆର ଏମ ସି ର ପରିଚାଳନା କରିବାରେ ସଫଳ ହୋଇ ଯାଉଥିବା ଯୋଗୁ ଏଭଳି ଅବ୍ୟବସ୍ଥା ହେଉଥିବା ଚର୍ଚ୍ଚା ହେଉଛି । ଅନ୍ୟ ପକ୍ଷରେ ଅସ୍ଥାୟୀ ଭାବେ କମ କରୁଥିବା ନଅ ଜଣ କର୍ମଚାରୀ ଙ୍କୁ ଗତ ୨୫.୧୧.୨୦୨୦ ଦିନ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ରେଜୁଲେସନ କରାଯାଇ ଏବଂ ଓସାମା ବୋର୍ଡ ପତ୍ର ସଂଖ୍ୟା ୧୩୧୬ ତା.୧୭.୦୫.୨୦୧୬ ଅନୁସାରେ ସମ୍ପୂର୍ଣ୍ଣ ଭାବେ ବହିଷ୍କାର କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଛଅ ଜଣଙ୍କୁ ସ୍ଵତନ୍ତ୍ର ଅନୁକମ୍ପା ଦେଖାଇ ପୁନର୍ବାର ଗତ ୦୨.୦୫.୨୦୨୩ ଦିନ ଠାରୁ ବାର୍ଷିକ ଚୁକ୍ତି ଭିତ୍ତିରେ ଚୁକ୍ତିଭିତ୍ତିକ କର୍ମଚାରି ଭାବେ ରଖାଯାଇଥିବା ଜଣାପଡିଛି । ଇତି ମଧ୍ୟରେ ଏହି ଛଅ ଜଣ ଙ୍କ ମଜୁରିବୃଦ୍ଧି କରାଇବା ପାଇଁ ସମ୍ପୃକ୍ତ କର୍ମଚାରୀ ଦୃଢ ପ୍ରତିଶୃତି ଦେଇଥିବା ଚର୍ଚ୍ଚା ହେଉଛି । ଏହା ଯଦି ସତ୍ୟ ହୋଇଥାଏ ତେବେ ଯେଉ ପାଞ୍ଚ ଜଣ ଚୁକ୍ତି ଭିତ୍ତିକ କର୍ମଚାରୀ ଦୀର୍ଘ ସାତ ବର୍ଷ ଖଟିବା ପରେ ବହୁ କଷ୍ଟରେ ସେମାନଙ୍କ ମଧ୍ୟରୁ କେବଳ ତିନି ଜଣଙ୍କ ମଜୁର ବୃଦ୍ଧି କରାଗଲା ଏବଂ ଅଦ୍ୟାବଧି ଦୁଇ ଜଣଙ୍କ ମଜୁରି ବୃଦ୍ଧି କରାଯାଇ ନାହି ସେମାନେ କେଉ ପ୍ରକାର ଦୋଷ କରିଥିଲେ ବୋଲି ବୁଦ୍ଧିଜୀବି ମହଲରେ ଆଲୋଚନା ହେଉଛି ।  
     ଯେଉ ପାଞ୍ଚ ଜଣ ଚୁକ୍ତି ଭିତ୍ତିକ କର୍ମଚାରୀ ଦୀର୍ଘ ସାତ ବର୍ଷ ହେବ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ମଜୁରି ବୃଦ୍ଧି କରାଯାଇ ନ ଥିବା ବେଳେ ମାତ୍ର ଚାରି ମାସ ତଳେ ଚୁକ୍ତି ଭିତ୍ତିକ କର୍ମଚାରୀ ଭାବେ ଯୋଗ ଦେଇଥିବା କର୍ମଚାରୀ ମାନଙ୍କ ମଜୁରି କେଉ ନିୟମ ଅନୁସାରେ ବୃଦ୍ଧି କରାଯିବ ତାହା ସର୍ବ ସାଧାରଣ ରେ ପ୍ରଶ୍ନ ବାଚି ସୃଷ୍ଟି କରୁଛି । ଗୋଦାମ ଭଡା, ଦୋକାନ ଭଡା ଦେବାରେ ବ୍ୟାପକ ଜାଲିଆତି କରାଯାଇଥିବା ଓ ସବ ଲେଟ ଦିଆ ଯାଇ ଭଡାଧାରି ଲାଭବାନ ହେଉଥିବା ବେଳେ ଆରଏମସି କ୍ଷତି ସହୁଥିବା ଅଭିଯୋଗ ହେଉଛି ଅ ଆର ଏମ ସି ର ଉପାଧ୍ୟକ୍ଷ ଙ୍କୁ ଦୀର୍ଘ ଦିନ ହେବ ସାମିଲ କରାଯାଉ ନ ଥିବା ବେଳେ ଆଉ ଜଣଙ୍କ ପ୍ରତି କୋହଳ ନୀତି କରାଯାଇଥିବା ଅଭିଯୋଗ ହେଉଛି । ସଭ୍ଯ ମାନେ ଅନ୍ୟାୟ ଓ ଦୁର୍ନୀତି ବିରୁଦ୍ଧରେ ସ୍ବର ଉଠାଇଲେ ସେମାନଙ୍କୁ ଅଣଦେଖା କରାଯାଉଥିବା ଏବଂ ନିଜକୁ ଶୁହାଇବା ଭଳି ଭୁଲ ଚିତ୍ରଣ କରାଯାଉଥିବା ଅଭିଯୋଗ ହେଉଛି । ଅଧ୍ୟକ୍ଷ ତଥା ଉପଜିଲ୍ଲାପାଳ ଙ୍କୁ ସମ୍ମାନ ଜଣାଇ ସଭ୍ଯ ମାନେ ନୀରବ ରହୁଥିବା ସୁଯୋଗ ନେଇ କିଛି ସୁବିଧାବାଦୀ ଙ୍କ ସହାୟତାରେ ସମ୍ପୃକ୍ତ କର୍ମଚାରୀ ମାନେ ସ୍ବର ଉଠାଉଥିବା ସଭ୍ଯ ସବୁ କଥାରେ ବିରୋଧ କରନ୍ତି ବୋଲି ଭୁଲ ତଥ୍ୟ ଉପସ୍ଥାପନ କରି ନିଜ ଫାଇଦା ଉଠାଉଥିବା ଚର୍ଚ୍ଚା ହେଉଛି । ଜୁନାଗଡ ଆର ଏମ ସି ର ବିଭିନ୍ନ କାରବାର ସମ୍ପର୍କରେ ଏକ ଉଚ୍ଚ ସ୍ତରୀୟ ଭିଜିଲାନ୍ସ ତଦନ୍ତ ସାଙ୍ଗକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବଂ ଅର୍ଥ ନୈତିକ ଅପରାଧ ଶାଖା ତରଫରୁ କରାଗଲେ ବହୁ ଗୋପନୀୟ ତଥ୍ୟ ପଦାକୁ ଆସିପାରିବ ବୋଲି ବୁଦ୍ଧିଜୀବି ମହଲରେ ଦାବି ହେଉଛି । ସ୍ଥାୟୀ ଉପଜିଲ୍ଲାପାଳ ଯୋଗ ଦେଲେ ଆବଶ୍ୟକୀୟ ପଦକ୍ଷେପ ନେବେ ବୋଲି ବର୍ତ୍ତମାନ ର ଭରପ୍ରାପ୍ତ ଉପଜିଲ୍ଲାପାଳ ତଥା ଅଧ୍ୟକ୍ଷ କହୁଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like