-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||     

HOME   ଦେଶ ବିଦେଶ

ଜାପାନର ସର୍ବୋଚ୍ଚ ପୁରସ୍କାର ପାଇଲେ ଓଡ଼ିଆ ପୁଅ କୁନା ଦାଶ; ଦୁଇ ଦେଶର ବନ୍ଧୁତ୍ବ ପାଇଁ କାର୍ଯ୍ୟ କରିଥିଲେ

14-Dec-2020



 

ଭୁବନେଶ୍ୱର,(ଶୁଭାଶିଶଷ ନାୟକ) :ଦେଶ ଓ ଜାତିର ନା' ରଖିଛନ୍ତି ଏହି ଓଡିଆ ପୁଅ କୁନା ଦଶ । ତାଙ୍କ ପାଇଁ ଆଜି ଗର୍ବିତ ପୁରା ଦେଶ  । ଜାପାନର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଜାପାନ ସର୍ବୋଚ୍ଚ ପୁରସ୍କାର ପ୍ରଦାନ କରାଯାଇଛି ଓଡ଼ିଆ ପୁଅ କୁନା ଦାଶଙ୍କୁ  । ଭାରତ-ଜାପାନ ଏହି ଦୁଇ ଦେଶ ମଧ୍ୟରେ ଶିକ୍ଷା,ସଂସ୍କୃତି, କଳା, ବାଣିଜ୍ୟ ଏବଂ ବନ୍ଧୁତ୍ୱକୁ ପ୍ରଚାର ପ୍ରସାରକୁ ପ୍ରୋତ୍ସାହିତ କରିବାରେ ଶ୍ରୀ ଦାସଙ୍କ ଦୀର୍ଘ ୩୦ବର୍ଷର ଅବଦାନ ପାଇଁ ଜାପାନ ସରକାରଙ୍କ ତରଫରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଓଡିଶାରୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ସେ ହେଉଛନ୍ତି ଏକ ମାତ୍ର ମନୋନୀତ ବ୍ୟକ୍ତି ଯାହାକି ଭାରତର ବିଶେଷ କରି ଓଡିଶା ପାଇଁ ଗର୍ବ ଓ ଗୌରବର ବିଷୟ  ।
୨୦୦୨ମସିହା ଠାରୁ ଭାରତ ଜାପାନ ଫ୍ରେଣ୍ଡସିପ୍ ସେଣ୍ଟରର ସଭାପତି ତଥା ଜାପାନ କ୍ୟୋଟୋରୀ ଆନ୍ତର୍ଜାତିକ ପର୍ଯ୍ୟଟକ ରାଷ୍ଟ୍ରଦୂତ ଏବଂ ଚନ୍ଦ୍ରଶେଖର ଏକାଡେମୀର ସଭାପତି ଭାବେ ଶ୍ରୀ ଦାଶ କାର୍ଯ୍ୟ କରୁଥିଲେ । ସେଠାରେ ସେ କଳା,ସଂସ୍କୃତି, ପର୍ଯ୍ୟଟନ, ବାଣିଜ୍ୟ, ଖାଦ୍ୟ ଏବଂ ପଦର୍ଶନ କଳା ସହ ଅନେକ ଗଣମାଧ୍ୟମରେ ଦୃଶ୍ୟ ବକୃତା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଦ୍ଵାରା ଜାପାନ ଏବଂ ଭାରତ ମଧ୍ୟରେ ପାରସ୍ପରିକ ବୁଝାବଣା ପାଇଁ ନିରନ୍ତର ଅବଦାନ ରଖିଛନ୍ତି  । ୨୦୦୪ ମସିହାରେ ନିଜ ଜନ୍ମ ସ୍ଥାନ ପୁରୀରେ ଚନ୍ଦ୍ରଶେଖର ଏକାଡେମୀ ପ୍ରତିଷ୍ଠା କରିଥିଲେ  । ଯାହାକି ରାଜ୍ୟର ଏକମାତ୍ର ବିଦ୍ୟାଳୟ ଯେଉଁଠାରେ ନର୍ସରି ଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ସିବି.ଏସ.ଇ ପାଠ୍ୟକ୍ରମ ସହ ଜାପାନୀ ଭାଷା ଏବଂ ସଂସ୍କୃତି ମଧ୍ୟ ଶିକ୍ଷା ଦିଆଯାଉଛି  । ୨୦୧୯ରେ ଆଇଟି ଏବଂ ଜାପାନୀଜ୍ ଭାଷା ତାଲିମ କେନ୍ଦ୍ର ମଧ୍ୟ ଏହାର ପରିସରରେ  ଖୋଲାଯାଇ ଛାତ୍ରଛାତ୍ରୀ ମାନଙ୍କୁ ଆଇଟି କମ୍ପାନୀ ଗୁଡିକରେ ନିଯୁକ୍ତି ପାଇଁ ତାଲିମ ପ୍ରଦାନ ଆରମ୍ଭ କରାଯାଇଛି   । ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାର ଛାତ୍ରଛାତ୍ରୀ ମାନେ କର୍ମ ନିଯୁକ୍ତି ପାଇପାରିବେ  ।

ଏହାବ୍ୟତୀତ ଶ୍ରୀ ଦାଶ ପଶ୍ଚିମ ଜାପାନରେ କାନସାଇ ଅଞ୍ଚଳରେ କ୍ୟୋଟୋ ଠାରେ ପ୍ରଥମ ଭାରତୀୟ ଭିତ୍ତିକ ଇଂରାଜୀ ମଧ୍ୟମ ବିଦ୍ୟାଳୟ,କ୍ୟୋଟୋ ସହରର ଆଡ଼ମିନିଷ୍ଟ୍ରେସନ୍ ସାହାଯ୍ୟରେ ଚନ୍ଦ୍ର ଶେଖର ଏକାଡେମୀ ପ୍ରତିଷ୍ଠା କରିଛନ୍ତି । ଏହା ବିଶେଷ କରି ସେଠାରେ ରହୁଥିବା ଭାରତୀୟ ପିଲାମାନଙ୍କ ପାଇଁ ପ୍ରତିଷ୍ଠା କରାଯାଇଛି  । ଏହି ପୁରସ୍କାରକୁ ପାଇବାରେ ସମସ୍ତଙ୍କର ଅବଦାନ ଓ ସହଯୋଗ ପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି  । ବିଶେଷ କରି ଉଭୟ ଦେଶର ନାଗରିକ ଓ ସରକାରଙ୍କୁ ତାଙ୍କର କୃତଜ୍ଞତା ଅର୍ପଣ କରିଛନ୍ତି । ଆହୁରି ଭବିଷ୍ୟତରେ ମଧ୍ୟ ଏହି ଭଳି ଅନେକ  ଉନ୍ନୟନ ମୂଳକ କାର୍ଯ୍ୟ କରିବାରେ ସମସ୍ତଙ୍କର ଆଶ୍ରୀର୍ବାଦ ଓ ସହଯୋଗ କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026

You Might Also Like