-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନରେ ସମ୍ମାନିତ ହେଲା ଟିମ୍ ହ୍ୟୁମାନିଟି ସ୍ନେକ ହେଲ୍ପଲାଇନ

06-Oct-2023



ବାଲିଗୁଡ଼ା (ସୁଶୀଲ କୁମାର ପାଣିଗ୍ରାହୀ ): ଜନସେବାକୁ ପାଥେୟ କରି ବିଗତ ଚାରି ବର୍ଷ ଧରି ଫୁଲବାଣୀ ତଥା କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ନିଜର ନିରବଚ୍ଛିନ୍ନ ସେବା ଜାରି ରଖିଛି ସ୍ବେଛାସେବୀ ସଂଗଠନ ଟିମ୍ ହ୍ୟୁମାନିଟି କନ୍ଧମାଳ। ଆବାହକ ଭି.ଲୋକନାଥ ରାଜୁଙ୍କ ନେତୃତ୍ବରେ ଗଠନ ହେଇଥିବା ଏହି ଟିମ୍ ମୁଖ୍ୟତଃ ରକ୍ତଦାନ ଶିବିର ଆୟୋଜନ, ସଡ଼କ ଦୁର୍ଘଟଣା, ଦୈବି ଦୁର୍ବିପାକ , ଅସହାୟ ମୃତ ବ୍ୟକ୍ତିଙ୍କ ଶବ ସତ୍କାର, ବିଷାକ୍ତ ସାପ ଗୁଡ଼ିକର ଉଦ୍ଧାର ଭଳି ଅନେକ କାର୍ଯ୍ୟକ୍ରମ କରି ଆସୁଛି। ତତ୍ ମଧ୍ୟରେ ସାପ ଉଦ୍ଧାର କରିବା ପାଇଁ ଟିମ୍ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ନେକ ହେଲ୍ପଲାଇନ ଟିମ୍ ମଧ୍ୟ ଗଠନ କରାଯାଇଛି । ବିଗତ ଚାରି ବର୍ଷ ମଧ୍ୟରେ ଫୁଲବାଣୀ ସହର ତଥା ଆଖପାଖ ଅଂଚଳରୁ ପ୍ରାୟ ୪୦୦୦ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରଜାତିର ସାପ ଏବଂ କେତେଗୋଟି ଗୋଧି ଉଦ୍ଧାର କରାଯାଇଛି। ଏପର୍ଯ୍ୟନ୍ତ ଟିମ୍ ସ୍ନେକ ହେଲ୍ପଲାଇନ ବିଭିନ୍ନ ପ୍ରଜାତି ତଥା ପାଣି ଧଣ୍ଡ , ଢମଣା, ନାଗ, ଚିତି, କଉଡିଆ ଚିତି,ରଣା,ଟ୍ରିଙ୍କେଟ, କୁ୍କ୍ରି, ଡାଳୁଆ ବଡ଼ା, ଅଜଗର, ବାଲିବଡା, ଲାଉ ଡଙ୍କିଆ, ପାହାଡିଆ ଚିତି ଏବଂ ମାଟି ବିରାଡି ଭଳି ବିଭିନ୍ନ ପ୍ରଜାତିର ସାପ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନର୍ବାର ଜଙ୍ଗଲରେ ଛାଡ଼ିଛି। ଯେ କୌଣସି ବ୍ୟକ୍ତି ଯଦି ସାପ ଉଦ୍ଧାର ପାଇଁ ଫୋନ୍ କରନ୍ତି ଟିମ୍ ସଦସ୍ୟ ଭି.ଜଗନ୍ନାଥ ରାଜୁ, ଅନୁପ ପାତ୍ର, ଅବଦୁଲ ସାକିର, ଆଲୋକ ବିଶୋଇ, ପ୍ରଫୁଲ୍ଲ କୁମାର ପୃଷ୍ଟି ପ୍ରମୁଖ ଦିନ ହେଉ କି ରାତି ତୁରନ୍ତ ଉକ୍ତ ସ୍ଥାନକୁ ପହଞ୍ଚି ଯାଆନ୍ତି ଏବଂ ସାପ ଗୁଡିକୁ ସୁରକ୍ଷିତ ଉଦ୍ଧାର କରି ପୁନର୍ବାର ଜଙ୍ଗଲରେ ଛାଡ଼ି ଆସନ୍ତି। ବିଗତ ବର୍ଷ ଠାରୁ କନ୍ଧମାଳ ଜିଲ୍ଲା ଜଙ୍ଗଲ ଅଧିକାରୀ ଟିମ୍ ର ସମସ୍ତ କାର୍ଯ୍ୟକ୍ରମ ଉପରେ ଅନୁଧ୍ୟାନ କରି ଟିମ୍ କାର୍ଯ୍ୟକ୍ରମ କୁ ପ୍ରଶଂସା କରିଛନ୍ତି। ଏବଂ ଟିମ୍ ର ଏଭଳି ପଦକ୍ଷେପ କୁ ଆହୁରି ପ୍ରୋତ୍ସାହନ ଦେବା ପାଇଁ ଟିମ୍ ର କାର୍ଯ୍ୟକ୍ରମ କୁ ରାଜ୍ୟ ସ୍ତରୀୟ ଉଚ୍ଚ ପଦାଧିକାରୀ ଙ୍କ ଦୃଷ୍ଟି ଆକର୍ଷଣ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ ରେ ସମ୍ମାନିତ କରାଯାଇଛି, ଟିମ୍ ହ୍ୟୁମାନିଟି ସ୍ନେକ ହେଲ୍ପଲାଇନ। ୬ ତାରିଖ ଶୁକ୍ରବାର ଫୁଲବାଣୀ ସଦର ମହକୁମା କନ୍ଧମାଳ ଜିଲ୍ଲା ବନ ବିଭାଗ କାର୍ଯ୍ୟାଳୟରେ ହେଇଥିବା ୬୯ ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅନୁଷ୍ଠିତ ହୋଇଥିଲା l ଏହି ଉତ୍ସବ ରେ ସମ୍ମାନିତ କରାଯାଇଛି। ଆୟୋଜିତ ଉତ୍ସବରେ ଡିଏଫଓ ପ୍ରଶାନ୍ତ ପଟେଲ, ଏସିଏଫ ମଳୟ ରଞ୍ଜନ କୋଲ, ବାଲିଗୁଡା ଏସିଏଫ ଫୁଲବାଣୀ ସିଡିଭିଓ ,ଆଇନଜୀବି ବିଜୟ ପଟ୍ଟନାୟକ, କୌଶିକ ସାହୁ ଏବଂ ଫୁଲବାଣୀ ରେଞ୍ଜର ଶିବାନନ୍ଦ ଲେଙ୍କାଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026

You Might Also Like