-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ବୈଠକ

13-Oct-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ସମ୍ମିଳନୀ କକ୍ଷ ଠାରେ ବଲାଙ୍ଗିର ଜିଲ୍ଲା ଯୋଜନା କମିଟି ବୈଠକ ବଲାଙ୍ଗିର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ପାଟଣାଗଡ ବିଧାୟକ ସରୋଜ କୁମାର ମେହେରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଲୋକସଭା ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ, ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂସାଲୁଜା, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂଙ୍କ ସମେତ ଜିଲ୍ଲା ଯୋଜନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଓ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵାଗତ କରିବା ସହ ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ବୈଠକରେ ବିଗତ ଜିଲ୍ଲା ଯୋଜନା କମିଟିରେ ଗ୍ରହଣ କରାଯାଇଥିବା ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇ ଦୃଢିକରଣ  କରାଯାଇଥିଲା । ବୈଠକରେ ଉପସ୍ଥିତ ବିଧାୟକ ଓ ଜିଲ୍ଲା ଯୋଜନା କମିଟିର ସଦସ୍ୟ ସଦସ୍ୟା ମାନଙ୍କ ଦ୍ଵାରା ଉପସ୍ଥାପିତ ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ଆଲୋଚନା କରାଯାଇ ଜିଲ୍ଲାର ସମନ୍ଵିତ ବିକାଶ ଯୋଜନା ଚିଠା ପ୍ରସ୍ତୁତ କରାଯାଇ ସରକାରଙ୍କ ଅନୁମୋଦନ ସକାଶେ ପଠାଯିବା ଉପରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ୨୦୨୨-୨୩ ବର୍ଷ ପାଇଁ ବିଭିନ୍ନ ସେକ୍ଟର ନିମନ୍ତେ ପ୍ରସ୍ତାବିତ ୩୪୩୦୨୪.୧୩ ଟଙ୍କା ର ବାର୍ଷିକ ଯୋଜନା ବୈଠକରେ ଅନୁମୋଦନ କରାଯାଇଥିଲା । ୨୦୨୨-୨୩ ବର୍ଷରେ ବିଜୁ କେବିକେ ଯୋଜନା ଜିଲ୍ଲା ସେକ୍ଟର କାର୍ଯ୍ୟଖସଡା  ସମ୍ପର୍କରେ ବୈଠକରେ ସବିଶେଷ ଆଲୋଚନା ହୋଇ ଅନୁମୋଦନ କରାଯାଇଥିଲା । ଜଳସେଚନ, ରାସ୍ତା ସଂଯୋଗୀକରଣ, ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରାଯିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ନିମନ୍ତେ ଆବଣ୍ଟିତ ପାଣ୍ଠିର ବିନିଯୋଗ କରାଯାଇ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା l

ଟେକ୍ସଟାଇଲ ମିଲପାଇଁ ୩ ଟି ଜାଗା ମଞ୍ଜୁର କରାଯାଇଛି ଏବଂ ଦେଓଗାଁ ଚିନି କଳ ପୁନରୁଦ୍ଧାର ପ୍ରସ୍ତାବ ଅନୁମୋଦନ ପାଇଁ ବିଭାଗକୁ ପଠାଯାଇଛି । ଚିନି ମିଲ କାର୍ଯ୍ୟକ୍ଷମ ନହେଲେ ଈଥାନଲ ପ୍ଳାଣ୍ଟ ବସେଇବାକୁ ଯୋଜନା ଚାଲିଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ l କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ପି.ଆର ହାଇସ୍କୁଲ ଖେଳପଡିଆ ଉନ୍ନତିକରଣ ପାଇଁ ପ୍ରସ୍ତାବ ଦିଆଯାଇଛି । କେବିକେ ଅଞ୍ଚଳରେ ଦ୍ଵିତୀୟ କୃଷି ବିଶ୍ଵବିଦ୍ୟାଳୟ ପାଇଁ ଯେଉଁ ପ୍ରସ୍ତାବ ଯାଇଛି ତାହା ବଲାଙ୍ଗିରରେ ନିର୍ମାଣ ପାଇଁ ଏକ ପ୍ରସ୍ତାବ ଦିଆଯାଇଥିଲା । ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ, ଡାକ୍ତର ଅଭାବ ପୂରଣ, ଡ୍ରେନ ପାଇଁ ଏକ ସ୍ଵତନ୍ତ୍ର ପ୍ୟାକେଜ, ଶିଳ୍ପ ପ୍ରସ୍ତାବ ପାଇଁ ଆଲୋଚନା ହେଇଛି । ଜଳସ୍ତର ବଢାଇବାକୁ ବୈଠକରେ ଆଲୋଚନା ହେଇଥିଲା । ଲୋୟର ସୁକତେଲ ପାଣି ଆଗଲପୁର ଏବଂ ଲୋଇସିଂହାକୁ ଯୋଗାଣ ଦ୍ଵାରା ପାଣି ସମସ୍ୟା କମିବ ବୋଲି ବିଚାର କରିବାକୁ ପ୍ରସ୍ତାବ ଦିଆଯାଇଥିଲା । ଅକ୍ଟୋବର ଶେଷ ସୁଧା ୧୦୦୦ ରୁ ଅଧିକ ସି.ସି ଟିଭି ଲାଗିବ ବୋଲି ଜିଲ୍ଲାପାଳ କହିଥିଲେ ।  ଜିଲ୍ଲା ପରିଷଦ ସଦସ୍ୟ/ସଦସ୍ୟା ମାନଙ୍କ ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ  ସହକାରୀ ନିର୍ଦ୍ଦେଶକ ସଞ୍ଜୟ କୁମାର ଦୀପ ବୈଠକରେ ଆଲୋଚ୍ୟ ବିଷୟବସ୍ତୁ ଉପସ୍ଥାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like