-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

15-Oct-2023



ବୋଡ଼େନ - ବୋଡ଼େନ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ସଂସ୍ଥା ଓ ସାଇବର ସୁରକ୍ଷା ଅଭିଯାନର କର୍ମକର୍ତ୍ତାଙ୍କ ଦ୍ଵାରା ସାଇବର ଠକାମି ପ୍ରତି ସଚେତନ କରିବାର ସଭା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ସ୍ନାତକ ଡିଗ୍ରୀ କଲେଜ ଅଧ୍ୟକ୍ଷ ଅବନୀ ରଂଜନ ଖମାରୀ ସଭାପତିତ୍ବ କରିଥିବା ବେଳେ ବୋଡ଼େନ ବିଡିଓ ପ୍ରିୟ ରଂଜନ କୁମାର ମୁଖ୍ୟ ଅତିଥିରେ ଅଳଙ୍କୃତ ଥିଲେ । ସମ୍ମାନିତ ଅତିଥି ରୂପେ ରାଜ୍ୟ ସାଇବର ସଂଶାଧକ ସରୋଜ କୁମାର ବେହେରା, +୨ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡ, ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ ତଥା ଜାତୀୟ ସେବା ସଂସ୍ଥା ପ୍ରୋଗ୍ରାମ ଅଫିସର ଡଃ କିଶୋର କୁମାର କର୍ଣ୍ଣ,ଥାନା ଭାରପ୍ରାପ୍ତ ଅଧିକାରୀ ଗୋବିନ୍ଦ ମାଝୀ, ଏସ ଆଇ ମଞ୍ଜୁଲତା ଖେଡଙ୍ଗା,ଏସ ବି ଆଇ ମ୍ୟାନେଜର ବୋଡ଼େନ, ଅଧ୍ୟାପିକା ପ୍ରୀତି ସୁଧା ପଣ୍ଡା ଏବଂ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ମଞ୍ଚାସୀନ ଥିଲେ । ଉଚ୍ଚ ବିଦ୍ୟାଳୟ ,+୨ କଳା ଓ ବିଜ୍ଞାନ ତଥା ସ୍ନାତକ ମହାବିଦ୍ୟାଳୟର ୬୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ସମେତ ବ୍ଲକ, ଥାନା, ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଅଭିଯାନରେ ସାମିଲ ଥିଲେ । ଅତିଥିଙ୍କ ବକ୍ତବ୍ୟ ମାଧ୍ୟମରେ ତଥା ଭିଡିଓ ମାଧ୍ୟମରେ ସାଇବର ଠକାମିରୁ ବଞ୍ଚିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା । ସର୍ବସାଧାରଣ କିପରି ସାଇବର ଅପରାଧରୁ ସୁରକ୍ଷିତ ରହିବେ, ସୋସିଆଲ ମିଡ଼ିଆ ବ୍ୟବହାର କ୍ଷେତ୍ରରେ କିପରି ସତର୍କତା ଅବଲମ୍ବନ କରାଯାଇପାରିବ,ପିଲାଙ୍କୁ କିପରି ସାଇବର ଅପରାଧରୁ ସୁରକ୍ଷିତ ରଖାଯିବ, ଆର୍ଥିକ କାରବାର ସମୟର ସତର୍କତା, ଅନଲାଇନ ସପିଙ୍ଗରେ ସତର୍କତା, କେୱାସି /ଆଧାର/ପାନ କାର୍ଡ ସମ୍ପର୍କିତ ସତର୍କତା,ନିଯୁକ୍ତି ପାଇଁ ସତର୍କତା, ଲୋନ୍ ଆପ ନାମରେ ସତର୍କତା,ଜୀବନ ସାଥି ଚୟନରେ ମେଟ୍ରି ମୋନିଆଲ ସାଇଟ୍ ପାଇଁ ସତର୍କତା, ଅଜଣା କଲ୍ ପ୍ରତି ସତର୍କତା ଓ ଟାୱାର ବସାଇବାର ଠକାମି ପ୍ରତି ସତର୍କ କରାଯାଇଥିଲା । ସମ୍ପୂର୍ଣ୍ଣ ସଭାଟିରେ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ମଞ୍ଚ ପରିଚାଳନା କରିଥିଲେ ।ବର୍ତ୍ତମାନ ବିଭିନ୍ନ ଦିଗରୁ ଲୋକ ଠକାମୀ ର ଶିକାର ହେଉଛନ୍ତି ତେଣୁ ସାଇବର ସୁରକ୍ଷା ଅଭିଯାନ ଦ୍ଵାରା ସର୍ବସାଧାରଣଙ୍କୁ ସଚେତନ କରିବା ସହିତ ସତର୍କ କରି ଦିଆଯାଉଛି । (ନୂଆପଡା ଜ଼ିଲ୍ଲା ବୋଡେ଼ନ ବ୍ଲକ ରୁ ପ୍ରେରଣା ପ୍ରତିନିଧି ଡୋଲେସ୍ଵର ବାଗ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like