-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ମାରାଥନ ଗ୍ରସ୍ତ - ରାଜେନ୍ଦ୍ର ନାରାୟଣ ସିଂହଦେଓ କ୍ରୀଡାପ୍ରାଙ୍ଗଣ ପାଇଁ ୨୦ ଲକ୍ଷଟଙ୍କାରସହାୟତା ରାଶି ଘୋଷଣା - ଡବ୍ଲୁଓଡିସି ସହାୟତାରେ ନିର୍ମିତ ୧୦୦୦ ସିଟ୍ ବିଶିଷ୍ଟ ନୂଆ ଅଡିଟୋରିୟମର ନୀରିକ୍ଷଣ - ଡିସେମ୍ବର ସୁଦ୍ଧା ସରିବ ଭୀମଭୋଇ ମେଡିକାଲ୍ କଲେଜରେ ଖେଳ ପଡିଆ ନିର୍ମାଣ

18-Oct-2023



ବଲାଙ୍ଗିର(ଚିତ୍ରସେନ ବେହେରା):ବଲାଙ୍ଗିର ଜିଲ୍ଲା କୁ ମାରାଥନଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅନୁଧ୍ୟାନ କରିବା ସହ ଭିନ୍ନଭିନ୍ନ ପ୍ରକଳ୍ପ ପାଇଁ ଅର୍ଥ ଅନୁମୋଦନ କରିଛନ୍ତି ପଶ୍ଚିମଓଡିଶା ବିକାଶପରିଷଦ ଅଧ୍ୟକ୍ଷ ଅସିତ  ତ୍ରିପାଠୀ
ଗସ୍ତର ଦ୍ବିତୀୟ ଦିନରେ ରାଜେନ୍ଦ୍ର ନାରାୟଣସିଂହଦେଓ କ୍ରୀଡାପ୍ରାଙ୍ଗଣ ପରିଦର୍ଶନ କରି ଦୁଇଟି ଅଭିନବ କ୍ରୀଡା ବୋଲିଂ ଓଫେନସିଂକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ୨୦ ଲକ୍ଷ

ଟଙ୍କାର ସହାୟତା ରାଶିଘୋଷଣା କରିଛନ୍ତି ଶ୍ରୀତ୍ରିପାଠୀ। ଜିଲ୍ଲାପ୍ରଶାସନକୁ ଏକବ୍ୟବସ୍ଥିତ ଡିପିଆର ପ୍ରସ୍ତୁତ କରିବାକୁ କହିବା ସହ ଆଗକୁ କ୍ରୀଡାପ୍ରାଙ୍ଗଣର ଉନ୍ନତିକରଣ ପ୍ରତି ଧ୍ୟାନ ଦେବାକୁ କହିଛନ୍ତି।
ଭୀମଭୋଇ ମେଡିକାଲ୍ କଲେଜ ଏବଂ ଡାକ୍ତରଖାନା ପରିଦର୍ଶନ କରିବା ସହ ଡିସେମ୍ବର ସୁଦ୍ଧା ଖେଳ ପଡିଆ ପ୍ରକଳ୍ପ କାମ ସରିବା ନେଇ ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି । ଖେଳ ପଡିଆ ନିର୍ମାଣ ପାଇଁ ପରିଷଦ ପକ୍ଷରୁ 2 କୋଟି ଟଙ୍କାର ଅନୁଦାନ ଦିଆଯାଇଥିଲା । ଏହାସହ ୫୦ ଶଯ୍ୟା ବିଶିଷ୍ଟ କର୍କଟ ଡାକ୍ତରଖାନାର ନିର୍ମାଣ କାର୍ଯ୍ୟ ମଧ୍ୟ ତତ୍ପରତାର ସହ ସାରିବାକୁ  ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ମତ ପ୍ରକାଶ କରିଥିଲେ । ଜିଲ୍ଲାର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ର ସମ୍ମିଳନୀ କକ୍ଷରେ ଆପିକଲ୍ ଦ୍ବାରା ଆୟୋଜିତ ହୋଇଥିବା ସାକ୍ଷାତ କାର୍ଯ୍ୟକ୍ରମରେ ଜିଲ୍ଲାର ଉଦ୍ୟୋଗୀ ମାନଙ୍କୁ ଭେଟିବା ସହ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସଫଳ ରୂପାୟନ ବିଷୟରେ ଅବଗତ ହୋଇଥିଲେ । ଓଡିଶା ସ୍କିଲ୍ ଡେଭଲପମେଣ୍ଟ ଅଥରିଟି ଅଧୀନରେ ଥିବା ପାଲାଡିୟମ୍ ଏଜେନ୍ସି ଦ୍ବାରା “ସ୍ବକଳ୍ପ” ଶିବିର ର ଆୟୋଜନ କରାଯାଇଥିଲା । ଶିବିରରେ ଥିବା ପ୍ରାୟ ୪୮୦ ଜଣ ପ୍ରଶିକ୍ଷାର୍ଥୀଙ୍କୁ ଦିଆଯାଉଥିବା ତାଲିମ୍ ବିଷୟରେ ବୁଝିବା ସହ ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ବାଣ୍ଟିଥିଲେ । ଏହି ଶିବିରରେ ଅଧିକ ମହିଳା ପ୍ରଶିକ୍ଷାର୍ଥୀ ଭାଗ ନେଇଥିଲେ, ଯାହା ସେମାନଙ୍କୁ ଭବିଷ୍ୟତରେ ଏକ ସଫଳ ଉଦ୍ୟୋଗୀ ରୂପେ ଗଢି ତୋଳିବ ବୋଲି ଶ୍ରୀ ତ୍ରିପାଠୀ ମତ ବ୍ୟକ୍ତ କରିଛନ୍ତି । 
ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୭ ରେ ଯୁବ ମହିଳା ଉଦ୍ୟୋଗୀ ଶ୍ରୀମତି ମମତା ନାଏକଙ୍କୁ ଭେଟିଥିଲେ ଡବ୍ଲୁଓଡିସି ଅଧ୍ୟକ୍ଷ  । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧିନରେ ମମତା ନାଏକ ୩୦ ଲକ୍ଷ ଟଙ୍କା ବ୍ୟୟବରାଦରେ କୃଷି ସେବା

କେନ୍ଦ୍ର ନିର୍ମାଣ କରି ସ୍ଥାନୀୟ ଚାଷୀ ମାନଙ୍କୁ ସୁଲଭ ମୂଲ୍ୟରେ କୃଷି ଯନ୍ତ୍ରପାତି ଯୋଗାଇ ଦେଉଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ସହାୟତାରେ ନିର୍ମିତ ହେଉଥିବା ୧୦୦୦ ସିଟ୍ ବିଶିଷ୍ଟ ନୂଆ ଅଡିଟୋରିୟମ ବୁଲି ଦେଖିଥିଲେ । ମହାଲକ୍ଷ୍ମୀନଗରରେ ପରିଷଦର ସହାୟତାରେ ନିର୍ମିତ କଲ୍ୟାଣ ମଣ୍ଡପ ପରିସରରେ ଡ୍ରେନ୍ଓଫାଟକ ନିର୍ମାଣର କାର୍ଯ୍ୟକୁ ତଦାରଖ କରିଥିଲେ ପରିଷଦର ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ।ପରିଦର୍ଶନରେ ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ଅଜିତ କୁମାର ମିଶ୍ର,  ଜିଲ୍ଲାପାଳ ଚଞ୍ଚଲ ରାଣା,ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଋଷିକେଶ ଖିଲାରି ଦ୍ୟାନଦେଓ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଧରୁଆ ଓ ପଶ୍ଚିମ ଓଡିଶା ବିକାଶ ପରିଷଦର ବୈଷୟିକ ପରାମର୍ଶଦାତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like