-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||     

HOME   ରାଜ୍ୟ

ସ୍ବାସ୍ଥ୍ୟକର୍ମୀଙ୍କ ଦାବି ଶୁଣନ୍ତୁ ସରକାର, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

16-Dec-2020



 (ପ୍ରେରଣା ଖବର) ଭୁବନେଶ୍ବର: ସ୍ଥାୟୀ ନିଯୁକ୍ତି ଦାବିରେ ୧୮ ଦିନ ହେଲା ରାଜଧାନୀରେ ଏଏନ୍‌ଏମ୍‌ ସ୍ବାସ୍ଥ୍ୟକର୍ମୀମାନେ ଆନ୍ଦୋଳନ ଚଳାଇଛନ୍ତି। ଏହି ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। କରୋନା ମହାମାରୀ ପରି ସଙ୍ଗୀନ୍ ସମୟରେ ରୋଗୀଙ୍କ ସେବା କରିଥିବା ଏହି ସ୍ବାସ୍ଥ୍ୟ କର୍ମୀଙ୍କ ଦାବି ସରକାର ଶୁଣିବାକୁ ସେ ଅନୁ‌େରାଧ କରିଛନ୍ତି। ଶ୍ରୀ ନାଏକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟକର୍ମୀମାନେ ନିଜ ଜୀବନକୁ ବାଜି ଲଗାଇ ରୋଗୀଙ୍କ ସେବା କରୁଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ରାଜରାସ୍ତାରେ ବସିବା ଦୁର୍ଭାଗ୍ୟଜନକ। ସରକାର ସେମାନଙ୍କୁ ଦୈନିକ ୮୫୦ ଟଙ୍କା ଲେଖା ହିସାବରେ ତିନି ମାସ ପାଇଁ ନିଯୁକ୍ତି ଦେଇଥିଲେ। କିନ୍ତୁ ତିନି ମାସ ସମ୍ପୂର୍ଣ୍ଣ ହେବା ଆଗରୁ ସେମାନଙ୍କୁ କାମରୁ ବିଦା କରିଦିଆଗଲା। ରାଜ୍ୟ ଏ ଯାଏ କୋଭିଡ୍‌ ମୁକ୍ତ ହୋଇ ନ ଥିଲେ ବି ସେମାନଙ୍କୁ କାମ ଦିଆଯାଉନି। ଏବେ ଏହି ସ୍ବାସ୍ଥ୍ୟକର୍ମୀମାନେ କୌଣସି କାମ ନ ପାଇ ବସିଛନ୍ତି। ବିରୋଧୀ ଦଳ ନେତା ତାଙ୍କ ଚିଠିରେ ଯୁକ୍ତି ଦର୍ଶାଇଛନ୍ତି ଯେ ଟିବି, ମ୍ୟାଲେରିଆ ଓ ପୋଲିଓ ଆଦି ସଚେତନତା ସୃଷ୍ଟି କ୍ଷେତ୍ରରେ ଓଡ଼ିଶା ପଛରେ ପଡ଼ିଛି। ଯଦି ଏଏନ୍‌ଏମ୍‌ମାନଙ୍କୁ ନିଯୁକ୍ତି ଦିଆଯାଆନ୍ତା, ତେବେ ସେମାନେ ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିପାରନ୍ତେ। କରୋନା ମୁକାବିଲାରେ ମୁଖ୍ୟ ଭୂମିକା ନେଇଥିବା ଏହି ଏଏନ୍‌ଏମ୍‌ମାନଙ୍କୁ ନିଯୁକ୍ତି ଦେବା ବଦଳରେ ଗତ ମାସ ୨୬ ତାରିଖରେ ନର୍ସିଂ ଷ୍ଟାଫ୍‌ ନିଯୁକ୍ତି ପାଇଁ ସରକାର ବିଜ୍ଞାପନ ଦେଇଛନ୍ତି। ରାଜ୍ୟରେ ୧୫ ହଜାର ଏଏନ୍‌ଏମ୍‌ ପଦବି ଖାଲି ପଡ଼ିଥିଲା ବେଳେ ସରକାର ସେମାନଙ୍କ ଅଭିଯୋଗ ନ ଶୁଣିବା ଦୁର୍ଭାଗ୍ୟଜନକ। ରାଜ୍ୟରେ ୧୦ ବର୍ଷ ହେଲାଣି ଏଏନ୍‌ଏମ୍‌ ପଦବିରେ ନୂଆ ନିଯୁକ୍ତି ଦିଆଯାଇ ନାହିଁ। ସେଥିପାଇଁ ସର୍ବାଧିକ ବୟସ ସୀମାକୁ ୩୨ ବଦଳରେ ୪୨ ବର୍ଷ କରାଯିବା ସହ କୋଭିଡ୍‌ ସମୟରେ କାମ କରିଥିବା ଏଏନ୍‌ଏମ୍‌ଙ୍କୁ ନିଯୁକ୍ତିରେ ଅଗ୍ର‌ାଧିକାର ଦିଆଯାଉ। ନର୍ସିଂ ପଦବି ପୂରଣ ପାଇଁ ଚୟନ ପ୍ରକ୍ରିୟା କରାଯିବା ବେଳେ ରାଜ୍ୟ ସରକାରଙ୍କ ଦ୍ବାରା ମନୋନୀତ ହୋଇ କୋଭିଡ୍‌ ସମୟରେ କାର୍ଯ୍ୟ କରିଥିବା ଏଏନ୍‌ଏମ୍‌ମାନଙ୍କ ପାଇଁ ଗ୍ରେସ୍‌ ମାର୍କର ବ୍ୟବସ୍ଥା କରିବାକୁ ଶ୍ରୀ ନାଏକ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026

You Might Also Like