-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ରାଜ୍ୟ

ଯାଜପୁର ପାଇଲା ମେଡ଼ିକାଲ କଲେଜ; ସାଲିସ କରି ରହିଗଲେ ଭଦ୍ରକର ଟାଣୁଆ ନେତା

16-Dec-2020



ଭୁବନେଶ୍ୱର/ଯାଜପୁର,(ଶୁଭାଶିଶଷ ନାୟକ)- 25ଏକର ଜମିରେ ୪୨୬ କୋଟି ୫୧ ଲକ୍ଷ ୩୧ ହଜାର ଟଙ୍କାରେ ୧୦୦ ଶର୍ଯ୍ୟା ବିଶିଷ୍ଟ ଭେଷଜ ମେଡିକାଲ କଲେଜ ଏବଂ ୫୦୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ।

ଯାଜପୁର ଵିକାଶର ଧାରାରେ ଯୋଡି ହେଲା ସବୁଠାରୁ ବଡ ସଫଳତା । ଏଣିକି ଆଉ ଜିଲ୍ଲାବାସୀଙ୍କୁ କଟକ ବଡ଼ ମେଡ଼ିକାଲକୁ ଦୌଡିବାକୁ ପଡ଼ିବନି । କେବଳ ଯାଜପୁର ନୁହଁ ଆଖ ପାଖ ଲୋକଙ୍କୁ ମିଳିବ ଉତ୍ତମ ସ୍ୱାସ୍ଥ୍ୟ ସେବା । ବିଗତ ଦିନରେ ବିଜୁ ପଟ୍ଟନାୟକ ଦେଖିଥିବା ସ୍ବପ୍ନ ଆଜି ସାକାର ହୋଇଛି । ଯାଜପୁରର  ବିଧାୟକ ତଥା ବିଜେଡ଼ିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଚେଷ୍ଟା  ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଯାଜପୁରରେ ହେବାକୁ ଯାଉଛି ନୂତନ ମେଡ଼ିକାଲ କଲେଜ । ଯାହାକୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଯାଜପୁରରେ ସୁପର ସ୍ପେସାଲିଷ୍ଟ ହସ୍ପିଟାଲ ଖୋଲିବାକୁ ସରକାର କ୍ୟାବିନେଟରେ ନେଇଥିବା ନିଷ୍ପତ୍ତି ପରେ ଅଞ୍ଚଳବାସୀଙ୍କ ମନରେ ଖୁସି ଲହରି ଖେଳିଯାଇଛି ।

୧ ଏପ୍ରିଲ ୧୯୯୩ ମସିହାରେ ଯାଜପୁରକୁ ଜିଲ୍ଲାର ମାନ୍ୟତା ଦିଆଯାଇଥିଲା । ଜିଲ୍ଲା ମାନ୍ୟତା ପାଇଲା ସତ ହେଲେ ଉପର ଚିକ୍କଣ ଭିତର ଫମ୍ପା ପରି ଉନ୍ନତି କେବଳ ନାମକୁ ମାତ୍ର ଭଳି ହୋଇଥିଲା। ସ୍ୱାସ୍ଥ୍ୟ ବ୍ୟବସ୍ଥାର ନଗ୍ନ ରୂପ ଦେଖିବାକୁ ମିଳିଥିଲା। ୩୧୧ଟି ଗ୍ରାମ ପଞ୍ଚାୟତ ଓ ୧୭୮୧ଟି ଗ୍ରାମ ଥିବା ଏହି ଜିଲ୍ଲାରେ ଉତ୍କଟ ସମସ୍ୟାର ରୂପ ନେଲା ସ୍ୱାସ୍ଥ୍ୟ ସମସ୍ୟା। ଯାହାକୁ ଦୃଷ୍ଟିରେ ରଖି ୨୨ ସେପ୍ଟେମ୍ବର ୧୯୯୩ରେ ଯାଜପୁରରେ ଏକ ହସ୍ପିଟାଲ ନିର୍ମାଣ ହେଲା । ତେବେ ସମଗ୍ର ଯାଜପୁରବାସୀ ଏହି ହସ୍ପିଟାଲ ଉପରେ ନିର୍ଭର କରୁଥିବାରୁ ଏହା ସମୁଦ୍ରକୁ ଶଙ୍ଖେ ସଦୃଶ ଥିଲା । ସେଥିରେ ପୁଣି ଡାକ୍ତରଙ୍କ ଅନୁପସ୍ଥିତି, ଉପକରଣ ଓ ଅନ୍ୟାନ୍ୟ ସାଧନର ଅଭାବ । ତେଣୁ ଅଧିକାଂଶ ସମୟରେ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଲୋକମାନେ କଟକ ବଡ ହସ୍ପିଟାଲ କିମ୍ବା ଘରୋଇ ମେଡିକାଲ ଉପରେ ନିର୍ଭର କରନ୍ତି । 

ଘରୋଇ ହସ୍ପିଟାଲ ପାଇଁ ଅର୍ଥ ଆବଶ୍ୟକ ହେଉଥିବା ବେଳେ ଦୁର୍ଘଟଣା ବା ଅନ୍ୟାନ୍ୟ ଗୁରୁତର ରୋଗୀଙ୍କୁ କଟକ ନେଲା ବେଳକୁ ଅନେକ ଜୀବନ ଚାଲିଯାଉଛି । ଏନେଇ ଦୀର୍ଘ ଦିନରୁ ଯାଜପୁରରେ ଏକ ଅତ୍ୟାଧୁନିକ ମେଡିକାଲ ପାଇଁ ଦାବି ହୋଇ ଆସୁଥିଲା । ଯାହା ଏବେ ପୁରଣ ହେବାକୁ ଯାଉଛି। ଏହି ମେଡିକାଲ କଲେଜ ୨୫ ଏକର ପରିମିତ ଜମିରେ ୪୨୬କୋଟି ୫୧ଲକ୍ଷ ୩୧ ହଜାର ଟଙ୍କା ବିନିମୟରେ ୧୦୦ ଶର୍ଯ୍ୟା ବିଶିଷ୍ଟ ଭେଷଜ ମେଡିକାଲ କଲେଜ ଏବଂ ୫୦୦ ଶର୍ଯ୍ୟା ବିଶିଷ୍ଟ ମେଡିକାଲ ଗୃହ ନିର୍ମାଣ ହେବ । ଯାହାକି ୩୬ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ ହେବାକୁ କ୍ୟାବିନେଟରେ ନିଷ୍ପତି ହୋଇଛି । 

ତେବେ ଭଦ୍ରକରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ମଧ୍ୟ ସମାନ ଧରଣର ଦାବି ହୋଇଆସୁଥିଲା। ଏହାକୁ ନେଇ ବହୁବାର ଭଦ୍ରକ ବନ୍ଦ ମଧ୍ୟ ହୋଇଛି। ହେଲେ ସବୁ ପରେ ମଧ୍ୟ ଭଦ୍ରକକୁ ମେଡ଼ିକାଲ କଲେଜ ଅବା ହସ୍ପିଟାଲ କିଛି ମିଳିପାରିଲା ନାହିଁ। କଟକ ବଡ଼ ମେଡ଼ିକାଲ ଠୁ ଯାଜପୁର ଅପେକ୍ଷା ଭଦ୍ରକ ଦୂର ହୋଇଥିଲେ ମଧ୍ୟ ଭଦ୍ରକକୁ ମେଡ଼ିକାଲ କଲେଜ ଦିଆଗଲା ନାହିଁ । 

ସ୍ଥାନୀୟ ନେତାଙ୍କ କହିବା ଅନୁଯାୟୀ ଭଦ୍ରକର ବିଜେଡ଼ିର ଟାଣୁଆ ନେତାମାନେ ସାଲିସ କରି ଚୁପ ରହିଗଲେ। ବିଜେଡ଼ିର ଆଗ ଧାଡିରେ ଥିବା ନେତାମାନେ ଭଦ୍ରକର ଟାଣୁଆ ନେତାମାନକୁ ଅଲଗା ଆଶା ଦେଖାଇ ଚୁପ କରିଦେଲେ। ଯେହେତୁ ବିଜେଡ଼ିରେ ବିଧାୟକ ପ୍ରଣବ ପ୍ରକାଶ ଦାସ ପତିଆରା ରହିଛି ତେଣୁ ଯାଜପୁର ଏହି ମେଡ଼ିକାଲ କଲେଜକୁ ହାତେଇ ନେଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ବବିଙ୍କ ଉପରେ ଖୁସୀ ଥିବାରୁ ଯାଜପୁରରେ ମେଡ଼ିକାଲ କଲେଜ କରିବାକୁ ନିଷ୍ପତ୍ତି ନେଇଥିଲେ ।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like