-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ରାଜ୍ୟ

ନିଖୋଜ ଶିଶୁଙ୍କୁ ପାଇଁ ସବୁ ବିଧାନସଭାରେ ଜନଜାଗରଣ ସଭା କରିବ ବିଜେପି ମହିଳାମୋର୍ଚ୍ଚା ମୁଖ୍ୟ ଅଭିଯୁକ୍ତକୁ ସୁରକ୍ଷା ଦେଉଥିବା ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତ୍ରୀମଣ୍ଡଳରୁ ବହିଷ୍କାର ଦାବୀ ।

16-Dec-2020



ଭୁବନେଶ୍ୱର,(ପ୍ରେରଣା ଖବର) ସାରା ରାଜ୍ୟରେ ଏବେ ଶିଶୁମାନେ ନିଖୋଜ ହେବାରେ ଲାଗିଛନ୍ତି ।  ଗତ ୪ ମାସ ତଳେ ନୟାଗଡରେ ୫ ବର୍ଷର ଶିଶୁ ପରୀକୁ କିଛି ଦୁର୍ବୃତ ଅପହରଣ କରି ହତ୍ୟା କରିଥଲେ । ଏହି ଘଟଣା ପରେ ଯାଜପୁର ମଧୁସୁଦନ ଗାଁର ୨ ବର୍ଷର ଝିଅ ପିହୁ କୁଆଡେ ନିଖୋଜ ହୋଇଛି । ପୁଣି ନୟାଗଡ ରଣପୁର ଥାନା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀକୁ କିଛି ଦୁର୍ବୃତ ଅପହରଣ କରି ହତ୍ୟା କରିବା ଘଟଣା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ଆଜି ବିଜେପି ଅଭିଯୋଗ କରିଛି।ଗତକାଲି ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ସ୍ମୃତି ପଟ୍ଟନାୟକ ନେତୃତ୍ୱରେ ମୋର୍ଚ୍ଚାର ୯ ଜଣିଆ ପ୍ରତିନିଧୀ ଦଳ ସରଜମିନ ତଦନ୍ତ କରିବା ପାଇଁ ଘଟଣାସ୍ଥଳକୁୁ ଘଟଣାକୁ ଅନୁଧ୍ୟାନ କରିବା ସହ ମୃତା ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ରାଜ୍ୟ କାର୍ଯ୍ୟାଳୟର ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ପଟ୍ଟନାୟକ କହିଛନ୍ତି ଯେ, ନାବାଳିକା ସ୍ୱାତୀକୁ କିଛି ଦୁର୍ବୃତ ସ୍ୱାତୀକୁ ଯୋଜନା ବଦ୍ଧ ଭାବେ ହତ୍ୟା କରିଛନ୍ତି । ଗାଁ ମୁଣ୍ଡ ପୋଖରୀରେ ସ୍ୱାତୀର ଭସା ଶବର ଜଣାପଡୁଛି କି, ତାକୁ ହତ୍ୟା କରି ପୋଖରୀର ଦଳକୁ ଆଡେଇ ଫିଙ୍ଗିଦିଆଯାଇଛି ।  ମୃତା ସ୍ୱାତୀ ମୁହଁରେ କ୍ଷତ ଥିବା ସହ ଗାଲ ଏବଂ ଆଖିରୁ ରକ୍ତ ବାହାରୁଥିଲା । ପୋଲିସର ଅବହେଳା ଯୋଗୁଁ ଆଜି ଆଉ ଏକ ଶିଶୁ ହତ୍ୟାର ଶିକାର ହୋଇଛି । ଏହି ଘଟଣାରେ ମୃତା ସ୍ୱାତୀକୁ ହତ୍ୟାକରିଥିବା ଅପରାଧୀଙ୍କୁ ତୁରନ୍ତ ଗିରଫ କରିବା ସହ ଏହି ହତ୍ୟାକାଣ୍ଡର ତଦନ୍ତଭାର ସିବିଆଇକୁ ଦେବା ପାଇଁ ପ୍ରତିନିଧୀ ଦଳ ଦାବି କରିଛି ।ଓଡିଶାରେ ପ୍ରତ୍ୟେକ ଦିନ ଏପରି ଘଟଣା ସାମ୍ନାକୁ ଆସୁଛି । ପୋଲିସ ନିଷ୍କ୍ରିୟତା ଯୋଗୁଁ ନିଖୋଜ ଶିଶୁର ପରିବାର ଲୋକ ନ୍ୟାୟ ପାଇବାରୁ ବଂଚିତ ରହୁଛନ୍ତି । ଗତ ୨ ବର୍ଷରେ ରାଜ୍ୟରେ ୪ ହଜାରରୁ ଉର୍ଦ୍ଧ୍ୱ ଶିଶୁ ନିଖୋଜ ଅଛନ୍ତି । ମୁଖ୍ୟମନ୍ତ୍ରୀ କେବଳ ବିଧାନସଭାରେ ଦୁଃଖିତ କହି ରହିଗଲେ ହେବ ନାହିଁ । ନିରିହ ଶିଶୁମାନଙ୍କୁ ଅପହରଣ ଓ ହତ୍ୟା କରୁଥିବା ଅଭିଯୁକ୍ତଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବା ପାଇଁ ଶ୍ରୀମତୀ ପଟ୍ଟନାୟକ ଦାବି କରିଛନ୍ତି । ସରକାର କେବଳ ନିଜ ଲୋକଙ୍କୁ ଘଣ୍ଟ ଘୋଡାଇବା ପାଇଁ ହାତ ଗୋଡ ବାନ୍ଧିକି ବସିଛି । ଏ ସରକାର ମହିଳା ଏବଂ ନାବାଳିକାଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ଥିଲା ଏବେ ଶିଶୁଙ୍କୁ ବି ସୁରକ୍ଷା ଦେଇପାରୁନାହାଁନ୍ତି ରାଜ୍ୟସରକାର । ପରୀ ହତ୍ୟାକାଣ୍ଡ ଘଟଣାରେ ପୀଡିତା ପରିବାରକୁ ନ୍ୟାୟ ମିଳି ନଥିବାବେଳେ ସମାନ ଢଙ୍ଗରେ ସେହି ଜିଲ୍ଲାରେ ଆଉ ଏକ ୩ ବର୍ଷ ଝିଅ ସ୍ୱାତୀର ଅପହରଣ ଓ ହତ୍ୟା ସରକାରଙ୍କ ନିଷ୍କ୍ରିୟତାକୁ ପ୍ରମାଣ କରୁଛି । ଆଗାମୀ ଦିନରେ ପରୀକୁ ନ୍ୟାୟ ଦେବା ପାଇଁ ଭୁବନେଶ୍ୱରରୁ ଡିସେମ୍ବର ୨୦ତାରିଖରୁ ବିଶାଳ ପଦଯାତ୍ରା ଆରମ୍ଭ କରାଯିବ । ପରୀ ସମେତ ରାଜ୍ୟର ସମସ୍ତ ନିଖୋଜ ଶିଶୁଙ୍କୁ ନ୍ୟାୟ ଦେବା ପାଇଁ ୧୪୭ ବିଧାନସଭାରେ ଜନଜାଗରଣ କରାଯିବ ବୋଲି ଶ୍ରୀମତୀ ପଟ୍ଟନାୟକ ଚେତାବାନୀ ଦେଇଛନ୍ତି ।ପରୀ ହତ୍ୟା ଘଟଣାରେ ଶାସକ ଦଳ ମନ୍ତ୍ରୀ ଅରୁଣ ସାହୁଙ୍କ ଅଡିଓ ଭାଇରାଲ ହେବା ପରେ ମୁଖ୍ୟମନ୍ତ୍ରୀ କାହିଁକି ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଉ ନାହାଁନ୍ତି । ପରୀକୁ ନ୍ୟାୟ ଦେବା ପାଇଁ ଯଦି ରାଜ୍ୟ ସରକାରଙ୍କ ଆନ୍ତରିକତା ଅଛି ତେବେ ଏବି ଜଘନ୍ୟ ହତ୍ୟାକାଣ୍ଡର ତଦନ୍ତ ଭାର ସିବିଆଇକୁ ଦିଆଯାଉ ଏବଂ ମୁଖ୍ୟ ଅଭିଯୁକ୍ତକୁ ସୁରକ୍ଷା ଦେଉଥିବା ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ବୋଲି ଶ୍ରୀମତୀ ପଟ୍ଟନାୟକ ଦାବି କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାନେତ୍ରୀ ଅନୀତା ଶୁଭଦର୍ଶିନ ଏବଂ ମହିଳାମୋର୍ଚ୍ଚା ରାଜ୍ୟ ସଂପାଦିକା ରଶ୍ମିରେଖା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like