-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୦ରୁ ୨୬ ପର୍ଯ୍ୟନ୍ତ ୧୦୪ତମ ଭାଲେର ଧନୁଯାତ୍ରା, ଧନୁଯାତ୍ରାକୁ କୋସଲୀ ଭାଷାରେ କରିବାକୁ ବିଧାୟକ ନରସିଂହଙ୍କ ପ୍ରସ୍ତାବ

18-Dec-2023



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଭାଲେରଗାଁରେ ଗତ ୧୦୩ ବର୍ଷ ଧରି ଧନୁଯାତ୍ରା ଅନୁଷ୍ଠିତ ହୋଇଆସୁଛି । ଚଳିତବର୍ଷ ଜାନୁୟାରୀ ମାସ ୨୦ ରୁ  ୨୬ ତାରିଖ ପର୍ଯ୍ୟନ୍ତ ୧୦୪ତମ ଧନୁଯାତ୍ରା କରାଯିବାକୁ ନିଷ୍ପତ୍ତି ହୋଇଛି । ଗତକାଲି ଏ ନେଇ ଭାଲେର ନିକଟସ୍ଥ ଲକ୍ଷ୍ମୀଯୋର କୂଳରେ ଭାଲେର ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ବିଳନୀରେ ଏ ନେଇ ସୂଚନା ଦିଆଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଚଳିତବର୍ଷ ଧନୁଯାତ୍ରାକୁ କୋସଲୀ ଭାଷାରେ କରାଇବାକୁ ପ୍ରସ୍ତାବ ଦେଇଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ମିଶ୍ର ଆହୁରି କହିଲେ ଯେ,ବରଗଡ ଧନୁଯାତ୍ରା ଠାରୁ ଭାଲେର ଧନୁଯାତ୍ରା ଅଧିକ ପୁରୁଣା । ଏହି ଅଞ୍ଚଳ ଏକ ସଂସ୍କୃତିସମ୍ପନ୍ନ ଅଞ୍ଚଳ l ରାଜ୍ୟସରକାର ଏହି ଧନୁଯାତ୍ରାକୁ କୌଣସି ସହାୟତା ଦେଉନାହାଁନ୍ତି । ଚଳିତଥର ସରକାରୀ ଅନୁଦାନ ଯୋଗାଇ ଦେବାକୁ ସଂସ୍କୃତି ବିଭାଗକୁ ଅନୁରୋଧ କରାଯିବ ବୋଲି ଶ୍ରୀ ମିଶ୍ର କହିଥିଲେ । ଭାଲେର ଧନୁଯାତ୍ରା କମିଟିର ସଭାପତି ବ୍ରହ୍ମାନନ୍ଦ ନାଏକଙ୍କ ସଭାପତିତ୍ୱ ଓ ଜୟକୃଷ୍ଣ ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ବିଳନୀରେ ବିଧାୟକ ନରସିଂହ ମିଶ୍ର,ବଲାଙ୍ଗୀ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସ୍ମାରକରଂଜନ ମିଶ୍ର, କମିଟିର ପୂର୍ବତନ ସଭାପତି ଦୀନବନ୍ଧୁ ନାଏକ, ଭାଲେର ସରପଞ୍ଚ ସଂଜୀବ ନନ୍ଦ, ଅବସରପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ, ଅଘରିଆ ସମାଜର ଜିଲ୍ଲା ସଭାପତି ଶୁଭ୍ରାଂଶୁ ପଟେଲ, ରାଜକିଶୋର ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ । ୭ଦିନ ଧରି ହେବାକୁ ଥିବା ଧନୁଯାତ୍ରାକୁ ଆହୁରି ଆକର୍ଷିତ କରିବାକୁ ପ୍ରସ୍ତାବ କରାଯାଇଥିବା ସଭାପତି ବ୍ରହ୍ମାନନ୍ଦ ନାଏକ କହିଥିଲେ । ପ୍ରତ୍ୟହ କଂସ ଦରବାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ । ପୌରାଣିକ କଥାବସ୍ତୁକୁ ନେଇ ହେଉଥିବା ଧନୁଯାତ୍ରାରେ ପୁଇଁତଳା ବ୍ଲକ, ବଲାଙ୍ଗୀର ସହର ତଥା ଅନ୍ୟାନ୍ୟ ଅଞ୍ଚଳର ହଜାର ହଜାର ଦର୍ଶକ ସାମିଲ ହେବେ ବୋଲି କୁହାଯାଇଛି । ତେବେ ପ୍ରତିବର୍ଷ ଧନୁଯାତ୍ରା ପାଇଁ ହେଉଥିବା ଖର୍ଚ୍ଚକୁ କମିଟି ବହୁତ କଷ୍ଟରେ ଯୋଗାଡ କରିଥାଏ । କିଛି ବର୍ଷ ପୂର୍ବରୁ କିଛିମାତ୍ରାରେ ଆର୍ଥିକ ଅନୁଦାନ ମିଳୁଥିଲା । କିନ୍ତୁ ତାହା ମଧ୍ୟ ସରକାର ବନ୍ଦ କରିଦେଇଛନ୍ତି । ତେଣୁ ଚଳିତବର୍ଷ ଅନୁଦାନ ଦେବାକୁ ରାଜ୍ୟସରକାରଙ୍କ ଭାଷା,ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅନୁରୋଧ କରାଯାଇଥିବା କମିଟି ସୂଚନା ଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like