-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଅବସରରେ ବଲାଙ୍ଗୀର ପୌର ପରିଷଦର ସାରସ୍ବତ ସାଧକ ସମ୍ମାନ ସମାରୋହ

05-Feb-2024



ବଲାଙ୍ଗୀର(ଚିତ୍ରସେନ ବେହେରା ): ଓଡିଆ  ଭାଷା ଭାରତର ଏକ ପ୍ରାଚୀନ ଓ ସମୃଦ୍ଧ ଭାଷା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ  ଓ ନିଷ୍ଠା ଯୋଗୁଁ  ଓଡିଆ  ଭାଷା ଭାରତର ଷଷ୍ଠ  ଶାସ୍ତ୍ରୀୟ ଭାଷା ଭାବରେ ସ୍ବୀକୃତ ହୋଇଛି।ଓଡିଆଭାଷା ପ୍ରତିଷ୍ଠାନ ସ୍ଥାପନ କରାଯାଇଛି।ଓଡିଆ ଉତ୍କର୍ଷ କେନ୍ଦ୍ର ସ୍ଥାପନ ସହ ଓଡିଆ  ଭାଷାର  ସର୍ବୋଚ୍ଚ ନମ୍ବର ପାଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଉଛି।  ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଆୟୋଜନ ମଧ୍ୟ  ସାରା ବିଶ୍ବରେ ପ୍ରଥମ ।ତେବେ ବୈଶ୍ବିକ ପ୍ରଭାବରେ ବିଶ୍ବର ବହୁ ସ୍ଥାନୀୟ ଭାଷା ସଂକଟରେ। ଭାଷାର ବହୁଳ ବ୍ୟବହାର ଓ ସମ୍ବର୍ଦ୍ଧନ ହିଁ ଏହି ସଂକଟରୁ ଓଡିଆ ଭାଷାକୁ  ଉଦ୍ଧାର କରି ଦୀର୍ଘତମ ଉପଯୋଗୀ କରିବ ବୋଲି ବିଶ୍ବ ଓଡିଆ ଭାଷା ସମ୍ମିଳନୀର  ଅବସରରେ ଆଜି ବଲାଙ୍ଗୀର ପୌର ପରିଷଦ ତରଫରୁ ଆୟୋଜିତ  ଓଡିଆ ଭାଷା ସାହିତ୍ୟର  ପ୍ରତିଭା ସମ୍ମାନ ସମାରୋହ  ଅବସରରେ ମତ ପ୍ରକାଶ ପାଇଛି।

ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ସଭାପତିତ୍ବରେ ରାଜେନ୍ଦ୍ର ପାର୍କ  ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ, ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ  ବରେଣ୍ଯ ଅତିଥି ଭାବରେ ଯୋଗ ଦେଇ ଭାଷିକ ସଂକଟର ରକ୍ଷାକର୍ତ୍ତା କେବଳ ସେହି ଭାଷା ର ବ୍ୟବହାରକାରୀ । ଓଡିଆ ଭାଷା କୁ ସମୃଦ୍ଧ କରିବାକୁ ହେଲେ ଏହାର ବହୁଳ ବ୍ୟବହାର ହିଁ ଏକମାତ୍ର ମାର୍ଗ ବୋଲି କହିଥିଲେ। ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ପରେ ପୌର ନିର୍ବାହୀ ଅଧିକାରୀ ଇଂ ବିଶ୍ବମ୍ଭର ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ।ଏହି ଅବସରରେ ଓଡିଆ ଭାଷା ସାହିତ୍ୟକୁ ସମୃଦ୍ଧ କରିଥିବା ସ୍ରଷ୍ଟା ଗାଳ୍ପିକା ଡାକ୍ତର ମଂଜୁବାଳା ପଣ୍ଡା , କବୟତ୍ରୀ ଡାକ୍ତର ଜ୍ୟୋତିର୍ମୟୀ ସାହୁ,  କବି ଡକ୍ଟର ସଂଜୟ କୁମାର ମିଶ୍ର, କବି ସନ୍ଦୀପ କୁମାର କୁଅଁର,କବି ଆନନ୍ଦ ଚନ୍ଦ୍ର ସାହୁ, କବି ବିଜୟ କୁମାର ତ୍ରିପାଠୀ ଙ୍କୁ ଅଙ୍ଗବସ୍ତ୍ର,ପୁଷ୍ପଗୁଚ୍ଛ ଓ ସ୍ମୃତିଫଳକ ଦେଇ  ସମ୍ବର୍ଦ୍ଧିତ

କରାଯାଇଥିଲା।  ଏହା ସହ ଓଡିଆ ରେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସ୍ବର୍ଣ୍ଣ ପଦକ ବିଜୟିନୀ ଆୟେଶା ଖାନମ୍ ତଥା ଓଡିଆରେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର  ସ୍ବର୍ଣ୍ଣ ପଦକ ବିଜୟିନୀ  ସୌମ୍ୟା ମଧୁପର୍ଣ୍ଣା ତ୍ରିପାଠୀଙ୍କୁ  ଅଙ୍ଗବସ୍ତ୍ର,ପୁଷ୍ପଗୁଚ୍ଛ ଓ ସ୍ମୃତିଫଳକ ଦେଇ  ସମ୍ବର୍ଦ୍ଧିତ କରାଯାଇଥିଲା। ସମାରୋହକୁ କବି ବିଜୟ କୁମାର ତ୍ରିପାଠୀ  ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ରେ ସହରର ବରିଷ୍ଠ ନାଗରିକଙ୍କ  ସମେତ ବହୁ ଜନସାଧାରଣ,ପୌର କାଉନସିଲର ବୃନ୍ଦ ଯୋଗ ଦେଇଥିବା ବେଳେ ପୌର କର୍ମଚାରୀମାନେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like