-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ରାଜନୀତି

ମଧୁବାବୁ ପେନସନ ଯୋଜନାରେ ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା, ଚଳିତ ଫେବୃଆରୀରୁ ଲାଗୁହେବ

11-Feb-2024



ଭୁବନେଶ୍ଵର(ପ୍ରେରଣା ଖବର ):  ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି  ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ   ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ।  ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ  3683 କୋଟି ଟଙ୍କା ଖର୍ଚ୍ଚ କରିବେ।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ। 

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ  ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। 

  ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ  ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ  ପିଲା  ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like