-+91-9937148622 |

prerana_bgr@rediffmail.com |

  Thursday 23rd January 2025 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   (23-Jan-2025)       ||      ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   (23-Jan-2025)       ||      ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (23-Jan-2025)       ||      ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   (23-Jan-2025)       ||      *ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   (23-Jan-2025)       ||      *ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   (23-Jan-2025)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (23-Jan-2025)       ||      ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    (23-Jan-2025)       ||      *ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   (23-Jan-2025)       ||      *ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   (23-Jan-2025)       ||      ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   (23-Jan-2025)       ||      ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   (23-Jan-2025)       ||      ଶିଶୁ ଓ ମହିଳା ବିକାଶ ସୋସାଇଟିର ତରଫରୁ ସଫେଇ ଓ ପାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ   (23-Jan-2025)       ||      *ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ବି ପୁଲ ର ପ୍ରଥମ ମ୍ୟାଚ ରେ ଭୁବନେଶ୍ୱର ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ*-   (23-Jan-2025)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ   (23-Jan-2025)       ||      ଫୁଟବଲ ଟୁର୍ନାମେଣ୍ଟ ୱାନ ଡେ଼ ମେଚ୍ ଫାଇନାଲ, ମଧ୍ୟପୁର ବିଜୟୀ   (23-Jan-2025)       ||      ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ   (23-Jan-2025)       ||      ଜିଲ୍ଲା ଆସିବାସୀ କଲ୍ୟାଣ ସଂଘ ହସ୍ତକ୍ଷେପ ପରେ ମରଶରୀର ଗାଁକୁ ଫେରିଲା   (23-Jan-2025)       ||      ଲୋୟର ସୁକତେଲ ବୁଡି ଅଂଚଳ ସଂଗ୍ରାମ ପରିଷଦ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (23-Jan-2025)       ||      ମାନପୁର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକୋତ୍ସବ,,,,,,, ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ   (23-Jan-2025)       ||     

HOME   ରାଜ୍ୟ

ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ 5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌, ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ

12-Feb-2024



*ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ  ୪୪ଟି ବସ୍‌, ୧୬.୫୦ ଲକ୍ଷ ଲୋକ ଉପକୃତ

*ବରଗଡର ୨୪୩ଟି ପଞ୍ଚାୟତରେ  ୬୦ଟି ବସ୍‌, 
*ଭଦ୍ରକର ୧୫୮ଟି ପଞ୍ଚାୟତରେ  ୨୫ଟି ବସ୍‌, ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ
*ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ  ୧୦୭ଟି ବସ୍‌, ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ
*ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ  ୬୫ଟି ବସ୍‌, ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ


*ମୋ ସରକାର ହେଉଛି ଲୋକଙ୍କ ସରକାର, ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଆମେ ଯୋଜନା କରୁ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରି ଲକ୍ଷ୍ମୀ ବସ୍‌  ଯୋଜନା ପ୍ରସ୍ତୁତ କରାଯାଇଥିଲା- ମୁଖ୍ୟମନ୍ତ୍ରୀ

*ଲକ୍ଷ୍ମୀ ବସ୍‌ ଆପଣମାନଙ୍କ  ନିଜ ସମ୍ପତ୍ତି, ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ ଆପଣମାନଙ୍କର,
*ଲୋକଙ୍କ ସୁରକ୍ଷା ଓ ସମ୍ମାନପ୍ରତି ଗୁରୁତ୍ୱ ଦିଅନ୍ତୁ –  5T ଅଧ୍ୟକ୍ଷ 


ଭୁବନେଶ୍ୱର (ପ୍ରେରଣା ଖବର ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌  ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ  ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।  

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ  ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ । ବରଗଡର ୨୪୩ଟି ପଞ୍ଚାୟତରେ  ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ  ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ  ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ  ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ ।

 ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। 

  ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। 

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। 

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।
ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।  

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସୁନ୍ଦରଗଡରେ ଉପସ୍ଥିତ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜଠାରେ ଉପସ୍ଥିତ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ଶ୍ରାମତୀ ବାସନ୍ତି ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ। ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍‌ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା।  ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ବରଗଡବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ। ସେହିପରି ମୟୁରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ ଯେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ଯ୍ୟ ଜାରି ରହିଛି ଏବଂ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ କାର୍ଯ୍ୟ କରାଯିବ। ସୁନ୍ଦରଗଡ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ । ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍‌ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ  ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅତାବିରାରେ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ପାଟନାଗଡରେ ବିଧାୟକ ଶ୍ରୀ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ଶ୍ରୀ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଶ୍ରୀ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସାକରିବା ସହିତ 5T ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   23-Jan-2025
  ଜିଲ୍ଲା  
ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   23-Jan-2025
  ଜିଲ୍ଲା  
ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   23-Jan-2025
  ଜିଲ୍ଲା  
ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   23-Jan-2025
  ଜିଲ୍ଲା  
*ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   23-Jan-2025
  ଜିଲ୍ଲା  
*ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   23-Jan-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   23-Jan-2025
ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    23-Jan-2025
  ଜିଲ୍ଲା  
*ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   23-Jan-2025
  ଜିଲ୍ଲା  
*ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   23-Jan-2025
  ଜିଲ୍ଲା  
ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   23-Jan-2025
  ଜିଲ୍ଲା  
ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   23-Jan-2025

You Might Also Like