-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ହାତୀକୁ ଧକ୍କା ଦେଲା ପୁରୀ-ସୁରଟ ଏକ୍ସପ୍ରେସ ଟ୍ରେନ; ଇଞ୍ଜିନ ଲାଇନଚ୍ୟୁତ, ଯାତ୍ରୀ ସୁରକ୍ଷିତ

21-Dec-2020



ଯୁଜୁମୁରା:(ଦେବାଶିଷ ବେହେରାଙ୍କ ରିପୋର୍ଟ) - ରବିବାର ରାତି ୨.୦୫ରେ ସମ୍ବଲପୁର ରେଳ ଷ୍ଟେସନ ନିକଟ ମାନେଶ୍ୱର ଷ୍ଟେସନ୍‌ ପାଖରେ ପୁରୀ-ସୁରଟ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କାରେ ଗୋଟାଏ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀ ସହ ଧକ୍କା ହେବା କାରଣରୁ ଟ୍ରେନ୍‌ ଇଂଜିନର ସମ୍ମୁଖ ପାଖର ବାମ ଓ ଡାହାଣ ପାର୍ଶ୍ୱର ୩ଟି ଲେଖାଁଏ ଚକ ଟ୍ରାକ୍‌ରୁ ବାହାରି ଯାଇଥିଲା। କିନ୍ତୁ, ଦୁର୍ଘଟଣା ଯୋଗୁଁ ଟ୍ରେନ୍‌ ଥିବା କୌଣସି ଯାତ୍ରୀଙ୍କର କିଛି ଅସୁବିଧା ହୋଇ ନ ଥିବା ପ୍ରକାଶ।

ପ୍ରାପ୍ତ ସୂଚନା ଅନୁସାରେ, ଗତ ରାତି ପ୍ରାୟ ୧୦.୩୦ ସମୟରେ ୩ଟି ଦନ୍ତା, ୭ଟି ମାଈ ଏବଂ ୫ଟି ଛୁଆ ଥିବା ଏକ ହାତୀପଲ ବାବୁପାଲି ଗାଁରେ ପଶି ଦୁଇଟି ଘର ଭାଙ୍ଗିଥିଲେ। ଗାଁ ଲୋକେ ହାତୀପଲକୁ ଘଉଡ଼ାଇବାରୁ ସେମାନେ ସେଠାରୁ ପ୍ରାୟ ଦେଢ଼ କିଲୋମିଟର ଦୂରରେ ଥିବା ଟ୍ରେନ୍‌ ଲାଇନ୍‌ ଅତିକ୍ରମ କରି ଆରପଟ ଅଞ୍ଚଳକୁ ଚାଲି ଯାଉଥିଲେ।ଠିକ୍‌ ଏହି ସମୟରେ ରେଲ୍ ଖୁଣ୍ଟି ୧୮/୯ ନିକଟରେ ପଲର ଗୋଟାଏ ଦନ୍ତାହାତୀକୁ ଉକ୍ତ ଟ୍ରେନ୍‌ଟି ଧକ୍କା ଦେଇଥିଲା। ଧକ୍କା ଖାଇବା ପରେ ଦନ୍ତାହାତୀର ଅନ୍ତଃବୁଜୁଳା ବାହାରି ଟ୍ରାକ୍‌ର ବାମ ପଟକୁ ଓ ଶୁଣ୍ଢଟି ଡାହାଣ ପଟକୁ ଛିଟିକି ପଡ଼ିଥିଲା। ଦନ୍ତାହାତୀର ଅବଶିଷ୍ଟ ଦେହାଂଶ ଗତିଶୀଳ ଟ୍ରେନ୍‌ର ଇଞ୍ଜିନ୍‌ ତଳେ ଲାଖି ରହି ପ୍ରାୟ ୧୦୦ ମିଟର ଦୂରକୁ ଘୋଷାଡ଼ି ହୋଇଯାଇଥିଲା।ଦୁର୍ଘଟଣା ଯୋଗୁଁ ସମ୍ପୃକ୍ତ ଲାଇନ୍‌ରେ ଟ୍ରେନ୍‌ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ଡିଏଫ୍‌ଓ ଡକ୍ଟର୍‌ ସଞ୍ଜିତ କୁମାର ଓ ସଦର ରେଞ୍ଜର୍‌ ଗୌରୀଶଙ୍କର ଦାଶଙ୍କ ସମେତ ବନ ବିଭାଗର କର୍ମଚାରୀ ଏବଂ ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।
ରେଳ ଇଞ୍ଜିନ୍‌ରେ ଲାଖି ରହିଥିବା ହାତୀର ଦେହାଂଶକୁ କଟର୍‌ ସହାୟତାରେ କାଟି ବାହାର କରାଯାଇଥିଲା। ପ୍ରେସର୍‌ ଜ୍ୟାକ୍‌ରେ ଇଞ୍ଜିନ୍‌କୁ ଉଠାଯାଇ ଟ୍ରାକ୍‌ରେ ରଖାଯିବା ପରେ ତାହା ସମ୍ବଲପୁର ଚାଲିଯାଇଥିଲା।

ପାହାନ୍ତା ୪.୩୦ରେ ହାତୀବାରି ଷ୍ଟେସନ୍‌ରୁ ଏକ ଇଞ୍ଜିନ୍‌ ଆସି ଦୁର୍ଘଟଣାଗ୍ରସ୍ତ ଟ୍ରେନ୍‌ ବଗିଗୁଡ଼ିକୁ ହାତୀବାରି ଷ୍ଟେସନ୍‌କୁ ଫେରାଇ ନେଇଥିଲା। ସେଠାରେ ଅନ୍ୟ ଏକ ଇଞ୍ଜିନ୍‌ର ବ୍ୟବସ୍ଥା କରାଯିବା ପରେ ଟ୍ରେନ୍‌ ସକାଳ ୭.୪୦ରେ ଦୁର୍ଘଟଣାସ୍ଥଳ ଅତିକ୍ରମ କରି ତା’ର ଗନ୍ତବ୍ୟସ୍ଥଳ ଅଭିମୁଖେ ଚାଲିଯାଇଛି।

ଏବେ ସମ୍ପୃକ୍ତ ଟ୍ରାକ୍‌ରେ ରେଳ ଚଳାଚଳ ସ୍ୱାଭାବିକ ହୋଇଛି। ମୃତ ଦନ୍ତାହାତୀକୁ ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯିବ ବୋଲି ବନ ବିଭାଗ ଅଧିକାରୀମାନେ କହିଛନ୍ତି। ଘଟଣାର ତଦନ୍ତ ଲାଗି ରେଳବାଇ ଏକ ୫ଜଣିଆ କମିଟି ଗଠନ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like