-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||     

HOME   ଜିଲ୍ଲା

ଅନ୍ୟ ଜାତିରେ ବାହା ହୋଇଥିବା ଯୋଗୁଁ ଶବ ସତ୍କାର କଲେ ନାହିଁ ପରିବାର ଲୋକେ, ଶଵ ସତ୍କାର କାର୍ଯ୍ୟ ରେ ହାତ ବଢ଼ାଇଲେ ଗ୍ରାମବାସୀ ଓ ସମାଜସେବୀ

28-Feb-2024



ଲୋଇସିଂହା, (ପ୍ରେରଣା ଖବର ) : ଦୁନିଆଁ ଏହି ଆଧୁନିକ ଯୁଗରେ କାହିଁ କେତେ ଆଗକୁ ବଢ଼ି ଚାଲିଛି ହେଲେ ଆଜି ବି ଗାଁ ଗହଳିରେ ଜାତିପ୍ରଥା ନିଜର ଆସ୍ଥାନ ବଜାୟ ରଖିଛି । ଜାତିଭାଇଙ୍କ ବାସନ୍ଦ ଭୟରେ ଅନ୍ୟ ଜାତିରେ ବାହା ହୋଇଥିବା ବ୍ୟକ୍ତିଙ୍କ ଶବକୁ ନିଜ ପରିବାର ଲୋକେ ମଧ୍ୟ ଛୁଇଁ ନ ଥିବା ବେଳେ ସ୍ଥାନୀୟ ସରପଞ୍ଚ ଏବଂ କିଛି ସମାଜସେବୀଙ୍କ ଉଦ୍ୟମରେ ଶବ ସତ୍କାର ହୋଇଥିବା ଜଣାଯାଇଛି । ଜାତିପ୍ରଥାର ଏଭଳି କରୁଣ ପରିଣତି ଦେଖିବାକୁ ମିଳିଛି ଲୋଇସିଂହା ବ୍ଲକ ବୁଢ଼ିପଦର ପଞ୍ଚାୟତରେ । ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବୁଢ଼ୀପଦର ଗ୍ରାମ ପଞ୍ଚାୟତ ପିପିଲିପାଲି ଗ୍ରାମର ଚୌବନ ଧରୁଆଙ୍କ ପୁଅ ଘନଶ୍ୟାମ(୪୨) । ପ୍ରଥମ ସ୍ତ୍ରୀ ଥାଇ ମଧ୍ୟ କିଛିବର୍ଷ ତଳେ ଘନଶ୍ୟାମ ଅନ୍ୟ ଜାତିର ରେବତୀ ଧରୁଆ ନାମ୍ନୀ ଜଣେ ମହିଳାଙ୍କୁ ବିବାହ କରି ଝାରସୁଗୁଡ଼ା ଜିଲ୍ଲା କୋଲାବିରା ନିକଟସ୍ଥ ସମାସିଂହା ଗାଁରେ ରହୁଥିଲେ । ତେବେ ଗତ କିଛିଦିନ ତଳେ ଘନଶ୍ୟାମଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ସ୍ତ୍ରୀ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଘନଶ୍ୟାମଙ୍କ ଦେହାନ୍ତ ହୋଇଯାଇଥିଲା । କୌଣସି ଉପାୟ ନ ପାଇ ଘନଶ୍ୟାମଙ୍କ ସ୍ତ୍ରୀ ସ୍ୱାମୀଙ୍କ ଶବକୁ ଧରି ସୋମବାର ସନ୍ଧ୍ୟାରେ ପିପିଲିପାଲି ଗାଁରେ ପହଂଚିଥିଲେ । ତେବେ ଘନଶ୍ୟାମ ଅନ୍ୟ ଜାତିରେ ବାହା ହୋଇଥିବା ଯୋଗୁଁ ଜାତିଭାଇ ଙ୍କ ବାସନ୍ଦ ଭୟରେ ତାଙ୍କ ଶବକୁ ପରିବାର ଲୋକେ ଛୁଇଁବାକୁ ଅଥବା ସତ୍କାର କରିବାକୁ ମନା କରି ଦେଇଥିଲେ । ସ୍ଥାନୀୟ ସରପଞ୍ଚ ଲକ୍ଷ୍ମୀ ପଧାନ ଓ ସମାଜସେବୀ ଯୁଧିଷ୍ଠିର ପଧାନ ବୁଝାସୁଝା କରିଥିଲେ ମଧ୍ୟ ଘନଶ୍ୟାମଙ୍କ ପରିବାର ଲୋକେ ଶବ ସତ୍କାର ପାଇଁ ରାଜି ହୋଇ ନଥିଲେ । ଅନ୍ୟ ଉପାୟ ନ ପାଇ ସ୍ଥାନୀୟ ଗ୍ରାମବାସୀ ତଥା ସମାଜସେବୀ ଯୁଧିଷ୍ଠିର ପଧାନ, ଲଳିତ ମହାକୁର, ସୀତାରାମ ପଧାନ, ଜୟନ୍ତ ପଧାନ ପ୍ରମୁଖଙ୍କ ସହାୟତା କ୍ରମେ ବିଳମ୍ବିତ ରାତିରେ ଘନଶ୍ୟାମଙ୍କ ଶବ ସତ୍କାର କରାଗଲା ଯାହାକି ସୂଚନା ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026

You Might Also Like