-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ

29-Feb-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ, ବଲାଙ୍ଗିରଙ୍କ ଦ୍ଵାରା ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ସତର୍କତା ମୂଳକ ପଦକ୍ଷେପ ସମ୍ପର୍କିତ ଏକ ଜିଲ୍ଲା ସ୍ତରୀୟ ବୈଠକ ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା(ରାଜସ୍ୱ), ଅତିରିକ୍ତ ଜିଲ୍ଲାପାଳ ଡାଃ ବିଜୟ।

ନନ୍ଦ ସେଠୀ (ସାଧାରଣ), ଉପ-ଜିଲ୍ଲାପାଳ ଟିଟିଲାଗଡ ଶ୍ରୀ ରେହାନ ଖତ୍ରୀ, ଉପ-ଜିଲ୍ଲାପାଳ ପାଟଣାଗଡ଼ ଶ୍ରୀ ଅମିତ କୁମାର ନାୟକ, ପ୍ରକଳ୍ପ ନିର୍ଦେଶକ ସହର ଉନ୍ନୟନ ସଂସ୍ଥା ଶ୍ରୀ ପ୍ରଫୁଲ୍ଲ କୁଜୁର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢୀ, ଜିଲ୍ଲା ଜରୁରୀକାଳୀନ ଅଧିକାରିଣୀ ଶ୍ରୀମତୀ ସସ୍ମିତା ପ୍ରଧାନ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭାଗୀୟ ଅଧିକାରୀମାନେ ସଜାଗ ଓ ତତ୍ପର ରହିବା ସହିତ କ୍ଷେତ୍ର କର୍ମଚାରୀ ଓ ଅଧିକାରୀମାନଙ୍କୁ ଏ ସମ୍ପର୍କରେ ସୁଚିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପାନୀୟ ଜଳର ସମସ୍ୟା ସମ୍ପର୍କରେ ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତର ମୁକାବିଲା ନିମନ୍ତେ ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ଔଷଧ ତଥା ଆନୁସାଙ୍ଗିକ ବ୍ୟବସ୍ଥା ଓ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲା କାର୍ଯ୍ୟାଳୟ ସମେତ ଜିଲ୍ଲାର ପ୍ରତ୍ୟେକ ବ୍ଲକ, ତହସିଲ ଓ ସମ୍ପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟ ଗୁଡିକରେ ମାର୍ଚ୍ଚ ୫ ତାରିଖ ଠାରୁ କଣ୍ଟ୍ରୋଲ ରୁମ ଖୋଲିବା ସହ ଅଭିଯୋଗ ରେଜିଷ୍ଟରରେ ଅଭିଯୋଗ ଗୁଡିକ ଲିପିବଦ୍ଧ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଚଳ ହୋଇଥିବା ନଳକୂପ ତଥା ଅନ୍ୟାନ୍ୟ ଜଳ ଉତ୍ସ ଗୁଡିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ପାନୀୟ ଜଳ ଯୋଗାଣ ସଙ୍କ୍ରାନ୍ତୀୟ ସମସ୍ୟା ସମ୍ପର୍କରେ ପଦକ୍ଷେପ ଗ୍ରହଣ କରିବା, ଜଳକ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇଦେବା , ଅଂଶୁଘାତ ଜନିତ ମୃତ୍ୟୁର ୨୪ ଘଣ୍ଟା ମଧ୍ୟରେ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା, ଜିଲ୍ଲାର ପ୍ରତ୍ୟେକ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ, ବ୍ଲକ, ପଞ୍ଚାୟତ ଗୁଡିକର ଗୁରୁତ୍ଵପୂର୍ଣ ଜନଗହଳି ସ୍ଥାନ, ବସଷ୍ଟାଣ୍ଡ ମାନଙ୍କରେ ଜଳଛତ୍ର ଖୋଲିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ଏହାକୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରମିକମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀମାନଙ୍କରେ ବିଶ୍ରାମସ୍ଥଳୀ ଓ ଯାତ୍ରୀବାହି ବସ ତଥା ଅନ୍ୟାନ୍ୟ ଯାନବାହାନ ଗୁଡିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ସହିତ ଓଆରଏସ ପ୍ୟାକେଟ ରଖିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ଗୋରୁ, ଗାଈ ଇତ୍ୟାଦି ପ୍ରାଣୀ ସମ୍ପଦଙ୍କ ପିଇବା ପାଣିର ବ୍ୟବସ୍ଥା ତଥା ଔଷଧର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ନିରବିଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବିଶେଷ କରି ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍ପିଟାଲ ଗୁଡିକ ପାଇଁ ସୁନିଶ୍ଚିତ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବ୍ଲକ ଓ ପଞ୍ଚାୟତ ସ୍ତରରେ ପଞ୍ଚାୟତିରାଜ ଅନୁଷ୍ଠାନର ପ୍ରତିନିଧିଙ୍କ ଉପସ୍ଥିତିରେ ଅନୁରୂପ ବୈଠକ ଯଥାଶୀଘ୍ର ଆୟୋଜନକରିବାକୁ ବିଡିଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ

ପରିସ୍ଥିତିର ମୁକାବିଲା ଓ ଅଂଶୁଘାତ ସତର୍କତା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଦିଗରେ ବୈଠକରେ ଆଲୋଚନା କରାଯାଇଥିଲା । ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରିଣୀ ଶ୍ରୀମତୀ ସସ୍ମିତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like