-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ, ୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେ ଉଦ୍‌ଘାଟନ, ବଲାଙ୍ଗିର ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ

02-Mar-2024




ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ
ସୁନ୍ଦରଗଡ ସରକାରୀ ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ
କେନ୍ଦୁଝର ଧରଣୀ ଧର ମେଡିକାଲ୍‌ କଲେଜରେ ୫୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ

ବାଲେଶ୍ୱର ଫକୀର ମୋହନ ମେଡିକାଲ୍‌ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ
ସମୁଦାୟ ୨ ହଜାର କୋଟିରୁ ଅଧିକ ଟଙ୍କାରେ
୫ଟି ମେଡିକାଲ କଲେଜରେ ୨୯୫୦ଟି ଶଯ୍ୟା ସୁବିଧା 

ଭିତ୍ତିପ୍ରସ୍ତର
କଟକ ଏ.ଏଚ୍‌.ପି.ଜି.ଆର.ସିର ସମ୍ପ୍ରସାରଣ
ବ୍ରହ୍ମପୁରର ଏମ୍‌.କେ.ସି.ଜି., ଏମ୍‌.ସି.ଏଚ୍‌ର ସମ୍ପ୍ରସାରଣ
ରାଉରକେଲା ଆର୍‌.ଜି.ଏଚ୍‌ ର ସମ୍ପ୍ରସାରଣ
ବୁର୍ଲାର ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନର ସମ୍ପ୍ରସାରଣ

ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି,
 ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରଛାତ୍ରୀମାନଙ୍କ ପ୍ରସ୍ତାବ ଖୁବ୍‌ ଶୀଘ୍ର ପୂରଣ ହେବ,
ମାର୍ଚ୍ଚ ୬ ତାରିଖରୁ ସମ୍ବଲପୁରରୁ BSKY ନବୀନ କାର୍ଡର ଶୁଭାରମ୍ଭ- 5T ଅଧ୍ୟକ୍ଷ

ଭୁବନେଶ୍ବର/ବଲାଙ୍ଗିର (ପ୍ରେରଣା ଖବର): ଆଜି ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ  କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି। 
ଉଦ୍‌ଘାଟିତ ହୋଇଥିବା ଟିଚିଂ ହସ୍‌ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ୍ ଏବଂ ହସ୍‌ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍‌ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀ ଧର ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ ଓ

ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍‌ପିଟାଲ, ରାଉରକେଲା ସରକାରୀ ହସ୍‌ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ  ଭିତ୍ତି ପ୍ରସ୍ତର ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଦିନଟି ଓଡିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲଷ୍ଟୋନ ହୋଇ ରହିବ। ଆଜି ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ  ହସ୍‌ପିଟାଲରେ  ୨,୯୫୦ ଶଯ୍ୟା ଯୋଡି ହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ବଲାଙ୍ଗିରରୁ ବାରିପଦା, ସୁନ୍ଦରଗଡରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଏହା ଦ୍ୱାରା ଉପକାର ପାଇବେ। ଆମ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସ ବଢିଛି। ଲୋକଙ୍କୁ ଉତ୍ତମ ଚିକିତ୍ସା ଓ ସେବା ଯୋଗାଇଦେବା ଆମର ଲକ୍ଷ୍ୟ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି ମଧ୍ୟ କହିଥିଲେ ଯେ ଦିନ ଥିଲା ଓଡିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ପ୍ରତି ବର୍ଷ ଡାକ୍ତର ଓ ପାରାମେଡିକ୍‌ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ ଜଣ ଏମ.ବି.ବି.ଏସ୍‌. ଡାକ୍ତର ଓ ୨୫୪ ଜଣ ସ୍ପେଶିଆଲିଷ୍ଟ ବାହାରୁ ଥିଲେ । ଏବେ ୨୫୨୫ ଏମ.ବି.ବି.ଏସ୍‌. ଡାକ୍ତର ଓ ୯୭୨  ସ୍ପେଶିଆଲିଷ୍ଟ ବାହାରୁଛନ୍ତି। 

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ 5T ଉପକ୍ରମରେ ଆଜି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିଛି। ଲୋକଙ୍କ ସୁବିଧା ପାଇଁ ହସ୍‌ପିଟାଲଗୁଡିକୁ ‘ଆମ ହସ୍‌ପିଟାଲ’ରେ ବିକଶିତ କରାଯାଉଛି। 

ଭିତ୍ତିପ୍ରସ୍ତର ଦିଆଯାଇଥିବା ସ୍ୱାସ୍ଥ୍ୟ ଅନୁଷ୍ଠାନ ବିଷୟରେ ସେ କହିଥିଲେ ଆଜି କଟକର ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ, ବ୍ରହ୍ମପୁରର ଏମ୍‌.କେ.ସି.ଜି. ମେଡିକାଲ କଲେଜ, ବୁର୍ଲାର ଭିମ୍‌ସାର୍‌ ଓ ରାଉରକେଲାର ଆର.ଜି.ଏଚ୍.କୁ ବିଶ୍ୱସ୍ତରୀୟ ହସ୍‌ପିଟାଲରେ ରୂପାନ୍ତର କରିବା ପାଇଁ ଭିତ୍ତି ଦିଆଗଲା। ଏଥିପାଇଁ ୩ ହଜାର ୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ।


ରାଜ୍ୟରେ ପ୍ରଚଳିତ ସ୍ୱାସ୍ଥ୍ୟସେବା ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଏଥିପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମେ ବିଭିନ୍ନ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିଛୁ। ସରକାରୀ ଡାକ୍ତରଖାନାଗୁଡିକରେ ନୂଆ ନୂଆ ଚିକିତ୍ସା ସୁବିଧାର ମଧ୍ୟ ବିକାଶ କରାଯାଉଛି। ଧନୀ ଗରୀବ ସମସ୍ତଙ୍କୁ ସରକାରୀ ଡାକ୍ତରଖାନାଗୁଡିକରେ ମାଗଣା ଚିକିତ୍ସା ସୁବିଧା ମିଳୁଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରର ଏ ରୂପାନ୍ତରକୁ ଆମେ ସମସ୍ତେ ମିଶି ଆହୁରି ଆଗକୁ ନେବା ଓ ‘ସୁସ୍ଥ ଓଡିଶା ସୁଖୀ ଓଡିଶା ଜରିଆରେ ନୂଆ ଓଡିଶାର ଭିତ୍ତିକୁ ମଜବୁତ କରିବା ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବୁର୍ଲାଠାରେ ଉପସ୍ଥିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ କହିଥିଲେ ଯେ ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରୁଛନ୍ତି। 5T ଉପକ୍ରମରେ ରାଜ୍ୟର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେଇ ଲୋକଙ୍କୁ ଉନ୍ନତମାନର ଓ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଚାଳନା କରିଥିଲେ ଏବଂ ଏ ସବୁ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶରେ ସହଯୋଗ କରିଥିବା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ ଗ୍ରାମାଞ୍ଚଳର ସବୁ ପରିବାରକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଦିଷ୍ଟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଚଳିତ ମାସ ୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ବଲପୁରଠାରୁ ଶୁଭାରମ୍ଭ କରିବେ। ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତ ସମୟରେ ସେମାନେ ଯେଉଁ ପ୍ରସ୍ତାବ ଓ ଅଭିଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ତାହା ଗ୍ରହଣ କରିଛନ୍ତି। ଖୁବ୍‌ ଶୀଘ୍ର ତାହା କାର୍ଯ୍ୟକାରୀ ହେବ।କାର୍ଯ୍ୟକ୍ରମରେ ବଲଙ୍ଗିରରେ ରାଜ୍ୟ ଜଳ ସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସୁନ୍ଦରଗଡରେ ‘ଆମ

ଓଡିଶା ନବୀନ ଓଡିଶା’ ସଂଯୋଜକ ଶ୍ରୀ ଯୋଗେଶ ସିଂ, କଟକରେ ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ, ବ୍ରହ୍ମପୁରରେ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉତ୍ତମ ମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଓଡିଶାବାସୀ କେବେ ବି ଭୁଲିବେ ନାହିଁ। ରୂପାନ୍ତରଣ କ୍ଷେତ୍ରରେ ଓଡିଶାକୁ ଭାରତରେ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ସାରା ବିଶ୍ୱରେ ବେଞ୍ଚମାର୍କ ସୃଷ୍ଟି କରିଛି। ବଲାଙ୍ଗିର ଓ ସୁନ୍ଦରଗଡର ଏହି ନୂଆ ହସ୍‌ପିଟାଲ କେବଳ ଜିଲ୍ଲାବାସୀଙ୍କୁ ନୁହେଁ ପଡୋଶୀ ରାଜ୍ୟମାନଙ୍କୁ ମଧ୍ୟ ସ୍ୱାସ୍ଥ୍ୟସେବା ପ୍ରଦାନ କରିବ ବୋଲି ସେମାନେ କହି ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରର ଏହି ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଡି.ଏମ.ଇ.ଟି. ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like