-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ରାଜ୍ୟ

ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ୪ ଗ୍ରାମବାସୀଙ୍କୁ ପଟ୍ଟା ବଣ୍ଟନ

24-Dec-2020



ଭୁବନେଶ୍ୱର:(ଶୁଭାଶିଷ ନାଏକ)- କ୍ରମବର୍ଦ୍ଧିଷ୍ଣୁ ସହର ଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସଂପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗିଦାରୀ ଏକ ଗୁରୁତ୍ବପୂର୍ଣ୍ଣ ଆବଶ୍ୟକତା। ଲୋକଙ୍କ ସହଯୋଗରେ ସହରାଞ୍ଚଳରେ ଏହିଭଳି ଯୋଜନାବଦ୍ଧ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ରୋଲମଡେଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି  ସେ  କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭୁବନେଶ୍ବର କେବଳ ରାଜ୍ୟ ନୁହେଁ, ସାରା ଦେଶର ଏକ ଆକର୍ଷଣୀୟ ସହର । ଏହାର ଲୋକସଂଖ୍ୟା ଓ ପରିସୀମା କ୍ରମାଗତଭାବେ ବୃଦ୍ଧି ପାଉଛି ।ଏ ଦୃଷ୍ଟିରୁ ଏହାର ସାମଗ୍ରିକ (holistic) ବିକାଶ ପାଇଁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ସହରର ଉପକଣ୍ଠରେ ଜନସାଧାରଣଙ୍କ ଭାଗିଦାରୀରେ ଟାଉନ ପ୍ଲାନିଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଇଛନ୍ତି । ଏଥିପାଇଁ ସେ  ଗାଁର ଲୋକ ମାନଙ୍କୁ  ଧନ୍ୟବାଦ ଦେଇଥିଲେ କ୍ରମବର୍ଦ୍ଧିଷ୍ଣୁ ସହର ଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସଂପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସୂଚନାଯୋଗ୍ୟ ଯେ ଟାଉନ ପ୍ଲାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଏ । ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମି ମାଲିକମାନେ ଉପକୃତ ହୁଅନ୍ତି । ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ଟି ଟାଉନ ପ୍ଲାନିଂ କରାଯାଇଛି ।ପ୍ରାଥମିକଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି ।ଏଥିରେ ସମୁଦାୟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୋଜନାବଦ୍ଧ ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।ଏହି କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହେବ ଏବଂ ଅନ୍ୟ ସହରମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।  ସହର ଗୁଡିକ ହେଉଛି ଅର୍ଥନୈତିକ ବିକାଶର ଇଞ୍ଜିନ । ଏହାର ନିରନ୍ତର, ସାମଗ୍ରିକ ବିକାଶ ପାଇଁ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଏକ ଆର୍ଥିକ ସୁରକ୍ଷାବଳୟ ସୃଷ୍ଟି ସହିତ ବିକାଶ ଯୋଜନା ଗୁଡିକୁ କାର୍ଯ୍ୟକାରୀ କରାଯିବା ଉଚିତ ବୋଲି  ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ରାଜ୍ୟରେ ପ୍ରଥମ ଥର ପାଇଁ ବିଡିଏ ପକ୍ଷରୁ ଭୁବନେଶ୍ବରରେ ଏଭଳି  ଅଭିନବ ଯୋଜନା କାର୍ଯ୍ୟକାରୀ କରାଯାଇଛି ୤ ସହରର ଭିତ୍ତିଭୂମି ବିକାଶ ପାଇଁ ଏହି ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା ପ୍ରକାଶ  କରିଥିଲେ ।ଏହି ଅବସରରେ ଯୋଜନା ସମ୍ପର୍କରେ  ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ୍, ରାଜସ୍ବ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ବିଭାଗର ସଚିବ ଶ୍ରୀ  କିଶନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ। ବିଡିଏ ଉପାଧ୍ୟକ୍ଷ ସ୍ୱାଗତ ଭାଷଣ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like