-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ରାଜନୀତି

ବିଜେଡିର ବିଶାଳ ଶୋଭାଯାତ୍ରା... ସାଂସଦ ପ୍ରାର୍ଥି ସୁରେନ୍ଦ୍ର ଓ ବିଧାୟକପ୍ରାର୍ଥି କଳିକେଶଙ୍କ ନାମାଙ୍କନପତ୍ର ଦାଖଲ ନବୀନ ସରକାରଙ୍କ ବିକାଶକାମକୁ ନେଇ ଭୋଟମାଗିବୁ-କଳିକେଶ

01-May-2024



ବଲାଙ୍ଗିର(ପ୍ରେରଣା ଖବର): ଆଜି ବିଜେଡି ଦଳର ବଲାଙ୍ଗୀର ଲୋକସଭା ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ ଓ ବଲାଙ୍ଗୀର ସଦର ଆସନର ବିଧାୟକ ପ୍ରାର୍ଥି କଳିକେଶନାରାୟଣ ସିଂଦେଓ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସାଂସଦ ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ ବଲାଙ୍ଗୀର ଲୋକସଭା କ୍ଷେତ୍ର(୧୦)ର ରିୁଟର୍ଣ୍ଣି ଅଫିସର ତଥା ଜିଲ୍ଲାପାଳ ଗୌରବ ଶିବାଜୀ ଇସୱାଲଙ୍କ ପାଖରେ ନାମାଙ୍କପତ୍ର ଦାଖଲ କରିଥିବା ବେଳେ ବିଧାୟକ ପ୍ରାର୍ଥି କଲିକେଶ ନାରାୟଣ 

ସିଂଦେଓ ଉପଜିଲ୍ଲାପାଳ ଆଲୋକ କୁମାର ପଧାନଙ୍କଠାରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । କଳିକେଶ ମୋଟ ୪ସେଟ ନାମାଙ୍କନ ଦାଖଲ କରିଛନ୍ତି । ତେବେ ଚଳିତଥର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିରେ ପ୍ରାର୍ଥି ହୋଇଛନ୍ତି । ବିଜେଡି ଫୋକସରେ ବଲାଙ୍ଗୀର ଜିଲ୍ଲା ରହିଛି । ନବୀନ ସରକାର ଅମଳରେ ହୋଇଥିବା ବିକାଶମୂଳକ କାମ ଓ ଆଗକୁ କଣ ସବୁ କରାଯିବ ସେହି ମୁଦ୍ଦାନେଇ ଆମେ ଭୋଟରଙ୍କ ପାଖକୁ ଯାଉଛୁ ବୋଲି କଳିକେଶ ନାରାୟଣ ସିଂଦେଓ ଗଣମାଧ୍ୟମକୁ କହିଛନ୍ତି । 
   ଆଜିର ନାମାଙ୍କନ ପାଇଁ ବିଜେଡି ଦଳ ପକ୍ଷରୁ ବଲାଙ୍ଗୀର ବିଧାନସଭାକ୍ଷେତ୍ର ସମେତ ଅନ୍ୟାନ୍ୟ ଅଞ୍ଚଳରୁ ପ୍ରାୟ ୧୫ହଜାର କର୍ମିଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା କରି ସହର ପରିକ୍ରମା କରି ନିଜର ଶକ୍ତିପ୍ରଦର୍ଶନ କରିଛନ୍ତି । ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ପଡିଆଠାରୁ ବାଜାଗଜା ଓ ଆଦିବାସୀଙ୍କ ପାରଂମ୍ପରିକ ଧନୁତୀର ଧରି ହଜାର ହଜାର ପୁରୁଷ ମହିଳା ଶୋଭାଯାତ୍ରା କରି ମହାଦେବ ମନ୍ଦିରଛକ, ଦୁର୍ଗା ମନ୍ଦିର, ପାଟଣାଛକ, ସରକାରୀ ବସଷ୍ଟାଣ୍ଡ ଦେଇ ଜିଲ୍ଲାପାଳ କାର୍ଯ୍ୟାଳୟ ପହଞ୍ଚିଥିଲେ । ଏଠାରେ ସାଂସଦ ପ୍ରାର୍ଥି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିବା ବେଳେ ବିଧାୟକ ପ୍ରାର୍ଥି ତାଙ୍କ ସମର୍ଥକଙ୍କ ସହ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଶୋଭାଯାତ୍ରାରେ ଯାଇଥିଲେ । କଳିକେଶଙ୍କ ସହ ରାଜ୍ୟସଭା ସାଂସଦ ନିରଂଜନ ବିଶି, ବିଜେଡିର ବରିଷ୍ଠ ନେତା ଅନଙ୍ଗଉଦୟ ସିଂଦେଓ, କଳିକେଶଙ୍କ ତାଙ୍କ ପତ୍ନୀ ମେଘନା ରାଣା ସିଂଦେଓ, ମନ୍ମଥବିଜୟ ସିଂଦେଓ, ଅର୍କେଶ ନାରାୟଣ ସିଂଦେଓ,ବିଜେଡିର ରାଜ୍ୟ ସଂପାଦକ ଲକ୍ଷ୍ମଣ କୁମାର ମେହେର, ରାଜ୍ୟ ସଂପାଦକ ପ୍ରଭାସ ପାଣିଗ୍ରାହୀ, ଜିଲ୍ଲା କାର୍ଯ୍ୟକାରୀ ସଭାପତି ଅଶୋକ ମହାନ୍ତି, ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,ପୌରାଧ୍ୟକ୍ଷା ଲିକା ସାହୁ,ସଦରବ୍ଲକ ଅଧ୍ୟକ୍ଷା ସରିତା ବାଗ, 

ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ଜିଲ୍ଲାପରିଷଦ ସଭ୍ୟା ମମତା କୁମୁରା,ସୁମତୀ ସେଠ,ଜିଲ୍ଲା ମହିଳା ସଭାନେତ୍ରୀ ଦମୟନ୍ତି ବାଗ,ସାଗରିକା ଗୁରୁ, ପୂର୍ବତନ ପୌରାଧ୍ୟକ୍ଷା ସନ୍ତୋଷିନୀ ବେହେରା, ଛାତ୍ରନେତା ସୁମନ ନନ୍ଦ, ଯୁବ ସଭାପତି ରାଜେନ୍ଦ୍ର ହୋତା,ଏଡଭୋକେଟ ଜୟରାମ ମିଶ୍ର, କୈଳାଶ ମହାନ୍ତି,  ଉମାଶଙ୍କର ସିଂ ପ୍ରମୁଖଙ୍କ ସହ ଶତାଧିକ କାର୍ଯ୍ୟକର୍ତ୍ତା ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ । ସେହିପରି ସାଂସଦ ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇଙ୍କ ସହିତ ଡ.ବାସୁଦେବ ପତି, ଯୁବନେତା ଆକାଶ ମିଶ୍ର, ଅସୀମ ପଟ୍ଟନାୟକ, ଭଗତବାନ ବଗର୍ତ୍ତି, ବିଧୁଭୂଷଣ ତ୍ରୀପାଠୀ, ସୁବ୍ରତ ବେହେରା,ବୀରମହାରାଜପୁରର ନାରାୟଣ ଲୁହା,ସୁରେନ୍ଦ୍ର ସାହୁ, ବ୍ଲକସଭାପତି ଟୁନୁ ରାଜପଲିଆ ପ୍ରମୁଖ ଉପସ୍ଥିତ ରହିଥିଲେ । ହଜାର ହଜାର ବିଜେଡିକର୍ମିଙ୍କ ନାଚଗୀତ ସହ ଶୋଭାଯାତ୍ରାରେ ବଲାଙ୍ଗୀର ସହର କମ୍ପିଉଠିଥିଲା l ଆଜି ଚାରିଆଡେ ବିଜେଡି ପତାକା ଲଗାଯାଇ ସହରକୁ ସବୁଜମୟ କରିଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like