-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳିରୁ ନବୀନ ପଟ୍ଟନାୟକଙ୍କ ନାମାଙ୍କନପତ୍ର ଦାଖଲ

02-May-2024



ଟିଟିଲାଗଡ଼/କଣ୍ଟାବାଞ୍ଜି(ପ୍ରେରଣା ଖବର ): ଆଜି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଶ୍ଚିମଓଡିଶାର କଣ୍ଟାବାଞ୍ଜି ଆସନର ବିଧାୟକ ପ୍ରାର୍ଥି ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ଟିଟିଲାଗଡଠାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳି ଦାୟୀତ୍ୱରେ ଥିବା ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ପାଖରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ନାମାଙ୍କନପତ୍ର ଦାଖଲ ବେଳେ ନବୀନଙ୍କ ସହିତ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ, ନବୀନଙ୍କ ବାଲ୍ୟବନ୍ଧୁ ତଥା ବିଜେଡିର ବରିଷ୍ଠ ରାଜ୍ୟ ଉପସଭାପତି ଅନଙ୍ଗଉଦୟ ସିଂଦେଓ, ଟିଟିଲାଗଡ ବିଧାୟିକା ପ୍ରାର୍ଥି ଟୁକୁନୀ ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥି କଳିକେଶନାରାୟଣ ସିଂଦେଓ, ପ୍ରଣବ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ରହିଥିଲେ । ନବୀନ ପଟ୍ଟନାୟକ ହିଞ୍ଜଳି ପରେ ପଶ୍ଚିମଓଡିଶାର କଣ୍ଟାବାଞ୍ଜିକୁ ତାଙ୍କର ଦ୍ୱିତୀୟ ନିର୍ବାଚନମଣ୍ଡଳି ରୂପେ ବାଛିଛନ୍ତି । ଆଜି ନାମାଙ୍କନ ପାଇଁ ସେ ଭୁବନେଶ୍ୱରରୁ ଉଡାଜାହାଜରେ ଆସି ତୁଷୁରା ନିକଟସ୍ଥ ବଡଙ୍ଗୋମୁଣ୍ଡା ଉଡାଜାହାଜ ପଡିଆରେ ଓହ୍ଲାଇଥିଲେ । ତୁଷୁରା ପଡିଆରେ ରାଜ୍ୟସଭା ସାଂସଦ ନିରଂଜନ ବିଶି,ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ ଜୟସ୍ୱାଲ, ରାଜ୍ୟସଭା ସାଂସଦଙ୍କ ନୋମିନି ରମେଶ ଅଗ୍ରୱାଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ସେଠାରୁ ସେ ହେଲିକପ୍ଟରରେ ଟିଟିଲାଗଡ ଯାଇ ସିଟିସ୍କୁଲ ପଡିଆରେ ଓହ୍ଲାଇଥିଲେ । ହେଲିପେଡରେ ବିଜେଡିର ବରିଷ୍ଠନେତା ଅନଙ୍ଗଉଦୟ ସିଂଦେଓ, ବଲାଙ୍ଗୀର ପର୍ଯ୍ୟବେକ୍ଷକ ମନ୍ତ୍ରୀ

ନିରଂଜନ ପୂଜାହାରୀ, କଳିକେଶନାରାୟଣ ସିଂଦେଓ, ଟୁକୁନି ସାହୁ, ବଲାଙ୍ଗୀର ସାଂସଦପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ, କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନ,ଏସଡିସିର ଉପାଧ୍ୟକ୍ଷା ନୀରୁପମା ମାଝୀ, ବିକାଶ ପରିଷଦର ଏକ୍ସପର୍ଟ ମେମ୍ବର ହଂସରାଜ ଜୈନ, ଯୁବନେତା ଗିରିରାଜ ସିଂମାଝୀ ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୱାଗତ ଜଣାଇ ଏକ ଶୋଭାଯାତ୍ରାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ନେଇଥିଲେ । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ଟିଟିଲାଗଡ ସହର ଲୋକାରଣ୍ୟ ହୋଇଯାଇଥିଲା । କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳିର କଣ୍ଟାବାଞ୍ଜି ଏନଏସି, ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ଓ ଟିଟିଲାଗଡ ନିର୍ବାଚନମଣ୍ଡଳିର ବ୍ଲକ ତଥା ସହରାଞ୍ଚଳରୁ ବିଜେଡି କର୍ମିମାନେ ଆସି ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସମ୍ବଲପୁର ଆଇଜି ହିମାଂଶୁ ଲାଲ,ବଲାଙ୍ଗୀର ଏସପି ଋଷିକେଶ ଖିଲାରୀ ପ୍ରମୁଖଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ସେହିପରି ଟିଟିଲାଗଡ ନିର୍ବାଚନମଣ୍ଡଳିର ବିଧାୟିକାପ୍ରାର୍ଥି ମନ୍ତ୍ରୀ ଟୁକୁନୀ ସାହୁ ମଧ୍ୟ ଆଜି ଟିଟିଲାଗଡ ଉପଜିଲ୍ଲାପାଳ ରେହାନ କ୍ଷେତ୍ରୀଙ୍କ ପାଖରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେ ପ୍ରଥମେ ଟିଟିଲାଗଡର ଅଧିଷ୍ଠାତ୍ରୀଦେବୀ ମାଁ ଘଣ୍ଟାଶୁଣୀ ଦେବୀ ଓ ଜଗନ୍ନାଥ ମନ୍ଦିରକୁ ଯାଇ ଦର୍ଶନପରେ ତାଙ୍କ ସମର୍ଥକଙ୍କ ସହ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି । ନବୀନ ପଟ୍ଟନାୟକ ଅମଳରେ ହୋଇଥିବା ଦୃତବିକାଶ ହିଁ ବିଜେଡିଦଳକୁ ଜିଣାଇବ ବୋଲି ମନ୍ତ୍ରୀ ଟୁକୁନୀ ସାହୁ କହିଛନ୍ତି । ଠିକ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳିରୁ ନିର୍ବାଚନ ଲଢିବା ପରେ ବିଜେଡିଦଳ ଖୁବ ଉତ୍ସାହିତ ରହିଛି । ଆମେ ଜିଲ୍ଲାରୁ ମୁଖ୍ୟମନ୍ତ୍ରୀ ଜିଣି ୬ଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ବିଜେଡିର ବରିଷ୍ଠ ନେତା ଅନଙ୍ଗଉଦୟ ସିଂଦେଓ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like