-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ରାଜ୍ୟ

ଏକ ବିରଳ ପ୍ରତିଭାର ଅଧିକାରୀ ମହାମହୋପାଧାୟ ପଣ୍ଡିତ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, 186 ତମ ଜୟନ୍ତୀରେ ଜନ୍ମମାଟିରେ ଦିଆଗଲା ଶ୍ରଦ୍ଧାଞ୍ଜଳି

26-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) - 1835ମସିହା ଡିସେମ୍ବର 13ତାରିଖ ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ପଣ୍ଡିତ ପଠାଣି ସାମନ୍ତ ଜନ୍ମ ଗ୍ରହଣ କରିଥିଲେ ଖଣ୍ଡପଡା ନିକଟସ୍ଥ ଖୁଣ୍ଟୁପଡା ଗ୍ରାମ ରେ l ଗ୍ରାମର  ମହାଦେବ ଚନ୍ଦ୍ରଶେଖରଙ୍କ ପ୍ରସାଦରୁ ଜନ୍ମ ଗ୍ରହଣ କରିଥିବା ବିଶ୍ୱାସ କରି ପିତାମାତା ତାଙ୍କ ନାମ ଚନ୍ଦ୍ରଶେଖର ରଖିଥିଲେ | ତାଙ୍କ ଆଗରୁ ୨ଟି ଝିଅ ଏବଂ ଗୋଟିଏ ପୁଅ ମରିଯାଇଥିଲେ ତେଣୁ ତାଙ୍କ ନାମ ପଠାଣି ରଖାଯାଇଥିଲା | ପିଲାଦିନୁ ସେ ଉଦାସୀନ,  ମନଯୋଗୀ, ଏକାଗ୍ରଚିତ, ଅଧ୍ୟବସାୟୀ ଓ ଉଦାରମନା ଥିଲେ | ତାଙ୍କ ପିତା ଜଣେ ଜଣେ ଗଣିତ ଜ୍ୟୋତିଷ ଥିବାରୁ ସାମନ୍ତ ତାଙ୍କ ଠାରୁ ଗଣିତ ଜ୍ୟୋତିଷ ଶିକ୍ଷା ଲାଭ କରିଥିଲେ | ୨ ଗୋଟି ବାଉଁଶ ନଳୀ ସାହାଯ୍ୟରେ ଗ୍ରହ ମଣ୍ଡଳ ନକ୍ଷତ୍ର ମାନଙ୍କ ଗତି ଅବଲୋକନ କରି ସେ ଯେଉଁ ସିଦ୍ଧାନ୍ତ ରେ ଉପନୀତ ହେଲେ ତାହା ପୁରାତନ ସଂସ୍କୃତ ଜ୍ୟୋତିଷ ଶାସ୍ତ୍ରର ସିଦ୍ଧାନ୍ତ ସହିତ ଅନେକ ଅସମାନତା ଥିବାରୁ ନୂତନ ମୌଳିକ ଗଣନା ଅନୁଯାୟୀ ସେ ସିଦ୍ଧାନ୍ତ ଦର୍ପଣ ପୋଥି ରଚନା କରିଥିଲେ | 1904 ମସିହାରେ ସେ ପୁରୀ ଯାଇ ପତିତପାବନ ଦର୍ଶନ କରି ଦେହତ୍ୟାଗ କରିଥିଲେ | ଏହି ବିଶ୍ୱ ବିଖ୍ୟାତ ଜ୍ୟୋତିର୍ବଦଙ୍କ 186ତମ ଜୟନ୍ତୀ ଉତ୍ସବ ଖଣ୍ଡପଡା ବଜାର ସ୍ଥିତ ସାମନ୍ତ ଚନ୍ଦ୍ରଶେଖର ସ୍ମୃତି ମନ୍ଦିର ଏବଂ ସାମନ୍ତ ଛକ ଠାରେ କୋଭିଡ କଟକଣା ସହ ପାଳନ ହୋଇଯାଇଛି | ସକାଳ ସମୟରେ ଉଭୟ ସ୍ଥାନରେ ଥିବା ପଠାଣି ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ବିଭିନ୍ନ ଅନୁଷ୍ଠାନର କର୍ମକର୍ତା ମାନେ ଚନ୍ଦ୍ରଶେଖର ସ୍ମୁତି ମନ୍ଦିର ନିକଟରେ ମିଷ୍ଟାନ ବଣ୍ଟନ କରିଥିଲେ | ସାମନ୍ତ ଚନ୍ଦ୍ରଶେଖର ସ୍ମୁତି ମନ୍ଦିର ଠାରେ ଆୟୋଜିତ ସ୍ମୃତି ଚାରଣ ସଭାରେ ଖଣ୍ଡପଡାର ପ୍ରଥମ ନଗରପଳ କିଶୋର ଚନ୍ଦ୍ର ଦାସ,  ଶିଶୁକବି କାଶୀନାଥ ଦାସ, ଶିକ୍ଷାବିତ ଗୋଦାବରୀଶ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସୁଦୂର ପ୍ରସାରି ପ୍ରତିଭା ସମ୍ପର୍କ ରେ ଆଲୋକପାତ କରିଥିଲେ l ଅନୁଷ୍ଠାନ ସମ୍ପାଦକ ବିନାୟକ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ | ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ରେ ପ୍ରଥମ ହୋଇଥିବା ସୂର୍ଯ୍ୟକାନ୍ତ ନାୟକ ଙ୍କୁ ଅନୁଷ୍ଠାନ ତରଫରୁ ସାମନ୍ତ ପଦକ ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା | ସହରର ସାମନ୍ତ ଛକରେ ହୋଇଥିବା ସ୍ମୃତି ଚାରଣ ସଭାରେ ସମାଜସେବୀ ତଥା ରାଜନେତା ଦୁଷ୍ମନ୍ତ ସ୍ୱାଇଁ ଯୋଗଦେଇ ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଧୁପ ଦୀପ ଦେଇ ପାଦ ପୂଜା କରିଥିଲେ | ପରିଶେଷରେ ଖଣ୍ଡପଡା ଅଞ୍ଚଳ ର ସୁନାମଧନ୍ୟ କଣ୍ଠ ଶିଳ୍ପୀ ପ୍ରାଣ କୃଷ୍ଣ ମହାରଣାଙ୍କ ଭଜନ ସନ୍ଧ୍ୟାକୁ ଅଞ୍ଚଳବାସୀ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like