-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ସମରେନ୍ଦ୍ର ଙ୍କ ଭୋଟ ଭିକ୍ଷା, ପ୍ରଧାନମନ୍ତ୍ରୀ କି ମୁଖ୍ୟମନ୍ତ୍ରୀଙ୍କ ଫମ୍ପା ପ୍ରତିଶୃତିରେ ଲୋକେ ଭୋଟ ଦେବେ ନାହିଁ - ସମରେନ୍ଦ୍ର

11-May-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଉଭୟ ବିଜେଡି ବିଜେପି ଦଳକୁ ବଲାଙ୍ଗିର ରେ ହାରିବା ଭୟ ଘାରିଲାଣି । କେତେବେଳେ ମୁଖ୍ୟମନ୍ତ୍ରୀ ତ କେତେବେଳେ ପ୍ରଧାନମନ୍ତ୍ରୀ ଆମ ଅଂଚଳକୁ ଆସି ସରଳ, ନିରିହ ବଲାଙ୍ଗିରବାସୀଙ୍କୁ ମିଛ ପ୍ରତିଶୃତି ଦେବା ସହ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ନାଁ ରେ ଭୋଟ ଦେବା ପାଇଁ କହୁଛନ୍ତି । କିନ୍ତୁ ସେ ଉଭୟ ଦଳ ଜାଣିବା ଦରକାର ଯେ ଆମ ଅଂଚଳରେ ଲୋକେ ଦୁଇ ଦୁଇ ଥର ଉଭୟ ଦଳକୁ ପ୍ରତ୍ୟାଖାନ କରିସାରିଲେଣି । ଆମ ପ୍ରୀୟ ବିଧାୟକ ନରସିଂହ ମିଶ୍ରଙ୍କ ପ୍ରତିଶୃତି ଓ ବିକାଶମୂଳକ କାର୍ଯ୍ୟରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ଅଛି । ତେଣୁ ବଲାଙ୍ଗିର ଲୋକେ ବଲାଙ୍ଗିର ର ବିକାଶ ସପକ୍ଷରେ କଂଗ୍ରେସ ଦଳର ହାତଚିହ୍ନ ରେ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇବେ ବୋଲି ଆଜି ବଲାଙ୍ଗିର ବ୍ଲକ ସ୍ଥିତ କଂକରା, କର୍ଲାପିଟା, ସିଆଲବାହାଲି ଓ ବାନ୍ଧନଘୋର ଠାରେ ଆୟୋଜିତ ଜନ ଆଶିର୍ବାଦ ସଭାରେ ବଲାଙ୍ଗିର ବିଧାନସଭା ପାଇଁ କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ନିଜ ବକ୍ତବ୍ୟରେ କହିଛନ୍ତି । ଏହି ସଭାମାନଙ୍କରେ ସମରେନ୍ଦ୍ର ଆହୁରି ମଧ୍ୟ କହିଛନ୍ତି ଯେ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ ନିର୍ବାଚନରେ ଦେଇଥିବା ପ୍ରତିଶୃତି ଆଜି ପର୍ଯ୍ୟନ୍ତ ପାଳନ କରିନାହାନ୍ତି । ଉଭୟେ ଆମ ଅଂଚଳ ଲୋକଙ୍କୁ ଭକୁଆ ଭାବୁଛନ୍ତି । ସେମାନେ ଜାଣି ରଖିବା ଦରକାର ଯେ ଆମ ଯୁବକଙ୍କୁ ରୋଜଗାର ପ୍ରତିଶୃତି ଦେଇ ମିଛ କହିଥିବା ପ୍ରଧାନମନ୍ତ୍ରୀ ଓ ଆମ ଅଂଚଳ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଆଗାମୀ ନିର୍ବାଚନରେ ଏ ଅଂଚଳର ଛାତ୍ର, ଯୁବକ, କୃଷକ, ଶ୍ରମିକ ଓ ମହିଳାମାନେ କେବେ ବି କ୍ଷମା କରିବେ ନାହିଁ । ଲୋକେ ତାଙ୍କ ବହୁମୁଲ୍ୟ ଭୋଟ ମାଧ୍ୟମରେ ଏମାନଙ୍କୁ ଉଚିତ ଜବାବ ଦେବେ ବୋଲି ସମରେନ୍ଦ୍ର କହିଛନ୍ତି । ଠିକ୍ ସେହିପରି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଆଜି କଂକରା, ଖର୍ଲିକାନି ଓ ଲୁଚକିବନ୍ଧ ଗାଁ ଠାରେ ଆୟୋଜିତ ନିର୍ବାଚନୀ ସଭାମାନଙ୍କରେ ଲୋକଙ୍କୁ କଂଗ୍ରେସ ଦଳ ତରଫରୁ ଦିଆ ଯାଇଥିବା ଗ୍ୟାରେଣ୍ଟି ଉପରେ ଅବଗତ କରାଇଥିଲେ । ବିଧାୟକ ଶ୍ରୀ ମିଶ୍ର କହିଥିଲେ ଯେ ଯଦି କଂଗ୍ରେସ ସରକାରକୁ ଆସେ ତେବେ ଗୃହ ଜ୍ୟୋତି ଯୋଜନାରେ ଘରେଇ ଉପଭୋକ୍ତଙ୍କ ପାଇଁ ୨୦୦ ୟୁନିଟ ବିଦ୍ୟୁତ ଦେୟ ମାଗଣା, ଯୁବ ବିକାଶ ଯୋଜନାରେ ପ୍ରତ୍ୟେକ ବର୍ଷ ୫ଲକ୍ଷ ଯୁବକ ଯୁବତିଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩ ହଜାର ଟଙ୍କା, କୃଷକମାନଙ୍କ ପାଇଁ ବୋନସ ସହ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ କ୍ୱିଣ୍ଟାଲ ପ୍ରତି ୩ହଜାର ଟଙ୍କା, କୃଷିଋଣ ଛାଡ, କୃଷକମାନଙ୍କ ପାଇଁ ୨ହଜାର ଟଙ୍କା ପେନସନ ବ୍ୟବସ୍ଥା, ଗୃହଲକ୍ଷ୍ମୀ ଯୋଜନାରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କ ବ୍ୟଙ୍କ ଋଣ ଛାଡ ଓ ପ୍ରତ୍ୟେକ ମହିଳାଙ୍କୁ ମାସିକ ୨ହଜାର ଟଙ୍କା ଭତ୍ତା, ଆଦିବାସୀ ଓ ଦଳିତ ମହିଳା ୩ହଜାର ଟଙ୍କା ଭତ୍ତା, ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ବ୍ୟବସ୍ଥା ସହ ୨୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ମାଧ୍ୟମରେ ମାଗଣା ଚିକିତ୍ସା, ବାଦ୍ଧକ୍ୟ ବିକଳାଙ୍ଗ ଭତ୍ତା ମାସିକ ୨ ହଜାର ଟଙ୍କା ପ୍ରଦାନ, ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ପଛୁଆ ବର୍ଗଙ୍କ ପାଇଁ ୨୭% ସଂରକ୍ଷଣ ବ୍ୟବସ୍ଥା ଏବଂ ୧୦୦ ଦିନ ଭିତରେ ପେଶା ଆଇନକୁ କଡାକଡି ଭାବେ ଲାଗୁ କରାଯିବ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଜନସାଧାରଣଙ୍କୁ ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like