-+91-9937148622 |
prerana_bgr@rediffmail.com |
Thursday 23rd January 2025 |
R.N.I. Regd No. ODIODI/2010/46693
Breaking News
15-May-2024
କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣା ପଡ଼ିଛି | ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଗିଧାମାଲ ଗ୍ରାମରାସ୍ତା ନିକଟରେ ଚଢାଉ କରି ବିପୁଳ ମଦ ଜବତ କରିଥିବା ବେଳେ ଘଟଣାରେ ଜଣକୁ ଗିରଫ କରାଯାଇଛି | ଜବତ ଦେଶୀ ମଦର ପରିମାଣ ୨୦ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ମୀନକେତନ ମାଝୀ (୪୬) ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି | ଏ ସଂକ୍ରାନ୍ତରେ କଣ୍ଟାମାଳ ଅବକାରୀ କାର୍ଯ୍ୟାଳୟରେ ୧୭/୨୪-୨୫ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତ ମୀନକେତନ କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି |