-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ନାଗରିକ କମିଟି ର ଟାଟା ପାୱାର ସ୍ମାର୍ଟ ମିଟର ଲଗାଣ ବିରୋଧରେ ଗଣଧାରଣ ଓ ଦାବିପତ୍ର ପ୍ରଦାନ

03-Jun-2024



ବଲାଙ୍ଗୀର(ଚିତ୍ରସେନ ବେହେରା)- ଟାଟା ପାୱାର ଲଗାଉଥିବା ସ୍ମାଟ ମିଟର କୁ ବିରୋଧ କରି ବଲାଙ୍ଗିର ନାଗରିକ କମିଟି ସ୍ଥାନୀୟ ବିଦ୍ୟୁତ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସକାଳ ଘ.୯ ରୁ ଘ.୧୧ ପର୍ଯ୍ୟନ୍ତ ଗଣଧାରଣା ଦେଇଥିଲା । ପ୍ରଥମେ ଅନୁପ କୁମାର ସିଂହ ଯିଏ କି ବିଦ୍ୟୁତ ବିଭାଗରେ ଅସ୍ଥାୟୀ ଲାଇନମେନ ଥିଲେ ଓ ଗତ କାଲି କାର୍ଯ୍ୟରତ ଥିବା ସମୟରେ ବିଦ୍ୟୁତ ଖୁଣ୍ଟରେ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି ତାଙ୍କର ଆତ୍ମାର ସଦ୍‌ଗତି ନିମନ୍ତେ ଉପସ୍ଥିତ ସମସ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ । ନାଗରିକ କମିଟି ସାଧାରଣ ସଂପାଦକ ମଧୁସୂଦନ ନାୟକ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ଏହି ଧାରଣା ଦେବା ଉଦ୍ଦେଶ୍ୟ ସଂପର୍କରେ ଅବଗତ କରାଇଥିଲେ । ସଭାପତି ଡ. ଶ୍ରୀକର ମିଶ୍ର ପୁଙ୍ଖାନୁପୁଙ୍ଖ ବକ୍ତବ୍ୟ ରଖିଥିଲେ । ଅଧିକ୍ଷଣ ଯନ୍ତ୍ରୀଙ୍କୁ ଦିଆଯାଉଥିବା ଦାବିପତ୍ର ରେ ଉଲ୍ଲିଖିତ ତିନୋଟି ବିଷୟ ଉପରେ ଡ. ମିଶ୍ର ବିଶେଷ ଗୁରୁତ୍ୱ ଆରୋପ କରିଥିଲେ । ପରେ ପରେ ବିଦ୍ୟୁତ ବିଭାଗର ପରିଚାଳନା ଗତ ତୃଟି ଓ ଦୁର୍ବଳ ସେବା ପ୍ରଦାନ ସମ୍ପର୍କରେ ନାଗରିକ କମିଟିର ସଦସ୍ୟମାନେ ନିଜସ୍ୱ ମତ ପୋଷଣ କରିଥିଲେ । ବିଦ୍ୟୁତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ନାଗରିକ କମିଟି ଦ୍ୱାରା ପ୍ରସ୍ତୁତ ତିନି ଦଫା ସମ୍ମଳିତ ଦାବିପତ୍ର ଗ୍ରହଣ କରିଥିଲେ । ପ୍ରଥମ ଦାବି ଥିଲା ଗ୍ରାହକମାନଙ୍କୁ ଉତ୍ତମ ସେବା ଯୋଗାଇ ଦିଆଯାଇ ଲୋ ଭୋଲଟେଜ୍ ଓ ପାୱାର କଟ୍ ବନ୍ଦ ହେଉ । ଦ୍ୱିତୀୟରେ ବିଦ୍ୟୁତ ତାର ଦ୍ୱାହି ଦେଇ ଅନାବଶ୍ୟକ ବୃକ୍ଷ କର୍ତ୍ତନ ବନ୍ଦ କରାଯାଉ । ତୃତୀୟରେ ସ୍ମାର୍ଟ ମିଟର ଶୋଷଣର ପ୍ରତୀକ ହୋଇଥିବାରୁ ତାହାକୁ ଲଗାଇବା ବନ୍ଦ କରାଯାଉ । ଅଧିକ୍ଷଣ ଯନ୍ତ୍ରୀ ଏହା ଉପରେ ଉତ୍ତର ରଖିଥିଲେ ମଧ୍ୟ ତାହା ସନ୍ତୋଷଜନକ ପ୍ରତୀୟମାନ ହୋଇନଥିଲା । ନାଗରିକ କମିଟି ଦାବି କଲା ଯେ ପ୍ରଥମେ ଟାଟା ପାୱାର ସ୍ମାର୍ଟ ସେବା ଯୋଗାଉ ଯେପରି କି ଲୋ ଭୋଲଟେଜ୍‌, ଅଧିକ ସମୟ ପାୱାର ଫେଲ, ପାୱାର କଟ୍ ଓ ଅଧିକ ବିଲିଂ ଜନିତ ସମସ୍ୟା ରହିବ ନାହିଁ । ତାପରେ ସ୍ମାର୍ଟ ମିଟର କଥା ଉଠାଇବ । ଉପଯୁକ୍ତ ପରିଚାଳନା ଓ ଉତ୍ତମ ସେବା ଯୋଗାଇ ନ ପାରିଲେ ବଲାଙ୍ଗିର ଛାଡୁ । ଦିଆଯାଇଥିବା ଦାବିମାନଙ୍କ ଉପରେ ବିହିତ ତଥା ସନ୍ତୋଷଜନକ ପଦକ୍ଷେପ ଗ୍ରହଣ କରାନଗଲେ ପରବର୍ତ୍ତୀ ସମୟରେ ସମସ୍ତ ବର୍ଗର ଜନସାଧାରଣଙ୍କୁ ସାମିଲ କରି ବ୍ୟାପକ ଜନ ଆନ୍ଦୋଳନ କରାଯିବ ବୋଲି ବଲାଙ୍ଗିର ନାଗରିକ କମିଟି ଚେତାବନି ଦେଇଛି । ଏହି କାର୍ଯ୍ୟକ୍ରମରେ ଗୌର ଚନ୍ଦ୍ର ପୁରୋହିତ, ଶରତ ଚନ୍ଦ୍ର ମହାକୁର, ବିରଂଚି ବହିଦାର, ଗୋପବନ୍ଧୁ ପୁରୋହିତ, ନିତ୍ୟାନନ୍ଦ ମିଶ୍ର, ସୁନିଲ ଚନ୍ଦ୍ର ବିଶ୍ୱାଲ, ଋତୁରାଜ ସିଂ, ଡ. ପ୍ରମୋଦ କୁମାର ମିଶ୍ର, ଆଇନଜୀବୀ ଅଶୋକ କୁମାର ମିଶ୍ରଙ୍କ ସମେତ ଶହ ସଂଖ୍ୟାରେ ସଭ୍ୟବୃନ୍ଦ ସକ୍ରିୟ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like