-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ – ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

11-Jun-2024



ବଲାଙ୍ଗିର(ପ୍ରେରଣା ଖବର ): ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ ହଲ ଠାରେ ଆଭାସୀ ମାଧ୍ୟମରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ , ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା, ଜିଲ୍ଲା ପରିଷଦ ର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର , ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି

ଦିନେଶ ଶର୍ମା, ଆସିଷ୍ଟାଣ୍ଟ କଲେକ୍ଟର (ଜରୁରୀକାଳିନ ବିଭାଗ) ସସ୍ମିତା ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ଅଗ୍ନିଶମ ଏବଂ ଓଡ୍ରାଫ ର ଅଧିକାରୀ ମାନେ ଉପସ୍ଥିତ ଥିଲେ । ବ୍ଲକ ମୁଖ୍ୟାଳୟ ଓସ୍ୱାନ ହଲ ଠାରେ ସମ୍ପୃକ୍ତ ଉପ ଜିଲ୍ଲାପାଳ ,ପଞ୍ଚାୟତ ସମିତି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ପୌର ପରିଷଦ ଓ ଏନଏସି ର ଅଧ୍ୟକ୍ଷ,ଅଧ୍ୟକ୍ଷା ,ବିଡିଓ ,ତହସିଲଦାର ତଥା ବିଭିନ୍ନ ବିଭାଗର ଅଧିକାରୀ ମାନେ ଅଭାଷୀ ମାଧ୍ୟମରେ ଏହି ବୈଠକରେ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଓଡ଼ିଶା ବିପର୍ଯ୍ୟୟ ମୁକାବିଲା କ୍ଷେତ୍ର ରେ ଶ୍ରେଷ୍ଠ ଥିବା ଜଣେଇଥିଲେ । ତେଣୁ ଏହା କିପରି ବଳବତ୍ତର ରହିବ ସେଥିପାଇଁ ସମସ୍ତ ବିଭାଗ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦେଶ ଦେଇଥିଲେ । ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା ଓ ବାତ୍ୟା ର ମୁକାବିଲା ନିମନ୍ତେ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟ ବିଷୟ ଉପସ୍ଥାପନା କରିଥିଲେ । ବୈଠକର ନିଷ୍ପତ୍ତି ପ୍ରକାରେ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବ । ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପାଣି ଜମିରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥାଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ,ବର୍ଷା ପୂର୍ବରୁ ସମସ୍ତ ନାଲା ଗୁଡିକୁ ସଫା କରିବା ,ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଲକ୍ଷ୍ମୀଜୋର ର ସଫେଇ କାର୍ଯ୍ୟ କୁ ତ୍ୱରାନ୍ୱିତ କରି ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ସାପ କାମୁଡା ଇଂଜେକସନ ଉପଲବ୍ଧ ଥିବା ସିଡିଏମଓ ଗୃହ କୁ ଜଣେଇଥିଲେ । ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା ସହ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ଔଷଧ ରଖିବା ଓ ଟୀକାକରଣ କରିବାକୁ ସିଡିଭିଓ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଚୂଡା ,ଚାଉଳ ,କିରୋସିନୀ, ଦିଆସିଲି ,ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ମହଜୁଦ କରି ରଖିବା, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ରେ ବିଶୁଦ୍ଧ

ପାନୀୟଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥା କୁ ସୁନିଶ୍ଚିତ କରିବା ,ପୌର ପରିଷଦ ଏବଂ ଏନଏସି ଅନ୍ତର୍ଗତ ସମସ୍ତ ୱାର୍ଡ, ବସ୍ତି ରେ ଥିବା ନାଳ ଗୁଡିକୁ ଯଥାଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ,ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକ ଶେଷରେ ଜିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like