-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ଜିଲ୍ଲା

ଅଘୋଷିତ ବିଦ୍ୟୁତ୍ କାଟରେ ଅତିଷ୍ଠ କଣ୍ଟାମାଳବାସୀ ଉତ୍ୟକ୍ତ ଲୋକଙ୍କ ରାସ୍ତା ଓ ବିଦ୍ୟୁତ କାର୍ଯ୍ୟାଳୟ ଘେରାଓ

16-Jun-2024



କଣ୍ଟାମାଳ, (ଜୟ କୁମାର ମହାରଣା )
 ଗତ ଶନିବାର ବିଳମ୍ବିତ ରାତ୍ରିରୁ ରବିବାର ମଧ୍ୟାହ୍ନ ପର୍ଯ୍ୟନ୍ତ କୌଣସି ସୂଚନା ନ ଥାଇ ସମ୍ପୂର୍ଣ୍ଣ ବିଦ୍ୟୁତ କାଟରେ ଅତିଷ୍ଠ କଣ୍ଟାମାଳବାସୀ  ଉତ୍ୟକ୍ତ ହୋଇ. ଆଜି ମନମୁଣ୍ଡା -ସିନ୍ଧୁଗୋରା 41ନମ୍ବର ରାଜ୍ୟ ରାଜପଥର ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି  |  ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମୋଟର ଅଟକି ରହିଥିଲା | ବୌଦ୍ଧ ଜିଲ୍ଲା ମନମୁଣ୍ଡା ବିଦ୍ୟୁତ୍ ବିଭାଗ ଅଧୀନ କଣ୍ଟାମାଳ ଅଞ୍ଚଳରେ କ୍ରମାଗତ ଭାବରେ ଦୀର୍ଘ ଏକ ବର୍ଷରୁ ଉର୍ଦ୍ଧ୍ବ ହେବ ବିଦ୍ୟୁତ୍ ସମସ୍ୟା ଲାଗି ରହିଛି | ଗତକାଲି ରାତିରୁ କଣ୍ଟାମାଳ ଅଞ୍ଚଳରେ ବିଦ୍ୟୁତ ନ ଥିବା ବେଳେ ବାରମ୍ବାର କାର୍ଯ୍ୟାଳୟକୁ ଫୋନ୍ କରିଥିଲେ ମଧ୍ୟ କେହି ଶୁଣୁ ନାହାନ୍ତି | ଯାହା ଫଳରେ ଲୋକେ ଉତ୍ୟକ୍ତ ହୋଇ ରାଜ୍ୟ ରାଜପଥ କୁ ଅବରୋଧ କରିଥିଲେ | ଏ ନେଇ କଣ୍ଟାମାଳ ଅଞ୍ଚଳର ସହସ୍ରାଧିକ ବିଦ୍ୟୁତ୍ ଉପଭୋକ୍ତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ| ଏହାର ସମାଧାନ ନେଇ ଅନେକ ଥର ମନମୁଣ୍ଡା ସ୍ଥିତ ବିଦ୍ୟୁତ୍ କାର୍ଯ୍ୟାଳୟକୁ ଆସି ଉପଖଣ୍ଡ ଅଧିକାରୀ ଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି | ହେଲେ ଆଜି ପର୍ଯ୍ୟନ୍ତ ଏହାର କୌଣସି ସମାଧାନ ହୋଇ ପାରି ନାହିଁ | ବିନା ସୂଚନାରେ ଅଘୋଷିତ ଭାବରେ ବିଦ୍ୟୁତ୍ କାଟ ଦେଉଥିବା ବେଳେ ସାଧାରଣ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି | ବାରମ୍ବାର ବିଦ୍ୟୁତ୍ ବିଭ୍ରାଟ ନେଇ ଅଭିଯୋଗ କଲେ ମଧ୍ୟ କେହି ଶୁଣୁ ନଥିବା ଅଞ୍ଚଳବାସୀ କହିଛନ୍ତି | ବିଦ୍ୟୁତ୍ ସମସ୍ୟା ସାଙ୍ଗକୁ ପ୍ରଚଣ୍ଡ ଖରା ଓ ଗୁଳୁଗୁଳି ଯୋଗୁଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି | ଅନ୍ୟପଟେ ପିଲା ମାନଙ୍କ ପାଠ ପଢାରେ ଅସୁବିଧା ହେଉଛି | ଏପରିକି ସାମାନ୍ୟ ବର୍ଷା କି ପବନ ହେଲେ ଦୀର୍ଘ ସମୟ ପର୍ଯ୍ୟନ୍ତ ବିଦ୍ୟୁତ୍ କାଟି ଦିଆ ଯାଉଥିବା ଅଭିଯୋଗ କରିଛନ୍ତି | ଦୀର୍ଘ ଏକ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିଲେ ସୁଦ୍ଧା ଏହାର କୌଣସି ସ୍ଥାୟୀ ସମାଧାନ କରା ଯାଉ ନାହିଁ | ଯାହା ଫଳରେ ବିଦ୍ୟୁତ୍ ନ ଥିବା ଯୋଗୁଁ ଚାଷୀ ମାନେ ଠିକ୍ ସମୟରେ ଜମିକୁ ପାଣି ମଡାଇ ପାରୁ ନାହାଁନ୍ତି | ଫଳରେ ଚାଷୀ ଫସଲ ନଷ୍ଟ ହେବା ସହ କ୍ଷତି ସହିବାକୁ ପଡୁଥିବା ଅଭିଯୋଗ କରିଛନ୍ତି | ବର୍ତମାନ ଯୁଗରେ ବିଦ୍ୟୁତ୍ ଲୋକଙ୍କ ଏକ ଅତ୍ୟାବଶ୍ୟକୀୟ ଜିନିଷ ହୋଇଥିବା ବେଳେ ଲୋକଙ୍କ ସୁବିଧା କୁ ଆଖି ଆଗରେ ରଖି ବିଦ୍ୟୁତ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି | ସୁରକ୍ଷା ଦୃଷ୍ଟିରୁ କଣ୍ଟାମାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାଉଥିବା ବେଳେ ଘଟଣାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ପ୍ରୟାସ ଜାରି ରଖିଥିବା ଦେଖିବାକୁ ମିଳିଥିଲା  l  ସେହିପରି ବିଭାଗୀୟ ଅଧିକାରୀ ନ ଆସିଲେ ରାସ୍ତା ଅବରୋଧ ପ୍ରତ୍ୟାହାର ନକରିବା ନେଇ ବିକ୍ଷୋଭକାରୀ ନିଜ ଜିଦରେ ଅଡ଼ି ରହିଥିବା ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like