-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କୁ ବଲାଙ୍ଗୀରରେ ଭବ୍ୟସ୍ୱାଗତ ସମ୍ବର୍ଦ୍ଧନା, ଆମେ ଦେଇଥିବା ପ୍ରତିଶୃତି ପାଳନ କରିବୁ-ସ୍ୱାସ୍ଥ୍ୟମନ୍ତ୍ରୀ

17-Jun-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ ରାଜ୍ୟମନ୍ତ୍ରୀମଣ୍ଡଳରେ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟମନ୍ତ୍ରୀ ପଦବୀ ପାଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ,ସଂସଦୀୟବ୍ୟାପର,ସୂଚନା ବୈଷୟିକମନ୍ତ୍ରୀ ପଦ ମିଳିବା ପରେ ସେ ପ୍ରଥମ କରି ବଲାଙ୍ଗୀର ଜିଲ୍ଲାକୁ ଗସ୍ତ କରିଛନ୍ତି । ଐହି ଅବସରରେ ତାଙ୍କୁ ତାଙ୍କ ନିର୍ବାଚନମଣ୍ଡଳି ତଥା ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭବ୍ୟସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରବିବାର ଦିଇ ସେ ଅପରାହ୍ନ ୫ଟାରେ ତାଙ୍କ ନିଜନିର୍ବାଚନମଣ୍ଡଳିର ସୋନପୁର ଜିଲ୍ଲାର ସୀମାବର୍ତ୍ତିଗ୍ରାମ ବଇରାସରଠାରେ ଏଡଭୋକେଟ ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ସ୍ଥାନୀୟଲୋକେ ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ବଇରାସର ଗ୍ରାମପଞ୍ଚାୟତଠାରେ ମନ୍ତ୍ରୀ ଏକ ବୃକ୍ଷରୋପଣ କରି ତାଙ୍କ ମନ୍ତ୍ରୀତ୍ୱ ସମୟର ଏକ ଚିହ୍ନ ଛାଡିଥିଲେ । ବଲାଙ୍ଗୀର ରେଞ୍ଜ ଅଫିସର ନବୀନକୁମାର ପଣ୍ଡା

ଏକ ଅଅଁଳା ଗଛ ନେଇ ମନ୍ତ୍ରୀଙ୍କ ହାତରେ ଲଗାଇଥିଲେ । ସେଠାରେ ସେ ବିଛୁପାଲିରେ ଥିବା ତପୋବନଆଶ୍ରମକୁ ଯାଇ ସ୍ୱାମୀଚିନ୍ମୟାନନ୍ଦ ସରସ୍ୱତୀଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ । ବଇରାସରରୁ ବଲାଙ୍ଗୀର ପର୍ଯ୍ୟନ୍ତ ସାତମାଇଲଛକ,ବୁବେଲଛକ,ଗଇଁତଳା,ପୁଈଁତଳା ଇତ୍ୟାଦି ଗ୍ରାମରେ ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ବଲାଙ୍ଗୀର ସହରକୁ ପଶିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍ଗ ଭୀମଭୋଇ ମେଡିକାଲ କଲେଜ ହସପିଟାଲକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ । ମେଡିକାଲ କଲେଜର ଅଧିକ୍ଷିକା ଡ.ମାନସୀ ପଣ୍ଡା ମନ୍ତ୍ରୀଙ୍କୁ ହସପିଟାଲ ବୁଲାଇବା ସହିତ ସ୍ଥିତି ବିଷୟରେ ଅବଗତ କରିଥିଲେ । ହସପିଟାଲରେ ଯାହା ମଧ୍ୟ ସମସ୍ୟା ଅଛି ତାକୁ ସମାଧାନ କରାଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ । ସେଠାରୁ ମନ୍ତ୍ରୀ ପାଟଣେଶ୍ୱରୀମନ୍ଦିର ଓ ସମଲେଶ୍ୱରୀମନ୍ଦିର ପହଞ୍ଚି ଦେବୀମାଁଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ଏଠାରୁ ସେ ଗୋପାଳଜୀମନ୍ଦିରରୋଡରେ ଥିବା ଆରଏସଏସ କାର୍ଯ୍ୟାଳୟକୁ ପହଞ୍ଚି କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ । ସ୍ଥାନୀୟ ସାମ୍ବାଦିକ ଭବନଠାରେ ଦୁଲଦୁଲୀ କଳାପରିଷଦ ପକ୍ଷରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ କହିଲେ ଯେ,ଆମେ ଲୋକଙ୍କୁ ଯେଉଁ ପ୍ରତିଶୃତି ନିର୍ବାଚନ ପ୍ରତିଶୃତି ଦେଇଛୁ ତାକୁ ପୂରଣ କରିବୁ । ବିଜେପିଦଳ ଲୋକଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲା ସେଥିରୁ କିଛି ମନ୍ତ୍ରୀ ପରିଷଦ ଗଠନ ହେବାର ୨୪ଘଣ୍ଟା ମଧ୍ୟରେ କାର୍ଯ୍ୟନ୍ୱୟନ କରାଯାଇଛି । ପୁରୀ ଶ୍ରୀମନ୍ଦିରରେ ଚାରିଦ୍ୱାର ଖୋଲାଯାଇଛି ,ଚାଷିଙ୍କ ଧାନର ମୁଲ୍ୟ ୩୧ଶହ ଟଙ୍କା କରିବା ପ୍ରକ୍ରିୟା ଆରମ୍ଭ  କରାଯାଇଛି । ବାକି ପ୍ରତିଶୃତିଗୁଡିକ ନିଶ୍ଚୟ ପୂରଣ ହେବ ବୋଲି କହିଥିଲେ । ଏଠାରେ ଦୁଲଦୁଲ କଳାପରିଷଦର ସଭାପତି ବାସୁଦେବ ସାଙ୍କ ସଭାପତିତ୍ୱ ଓ ସଂଦୀପ କୁଅଁରଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଗୁରୁଶ୍ରୀ ଡ.ଘାସିରାମ ମିଶ୍ର,ଶଶିଭୂଷଣ ଶତପଥି,ଡ.ଲଲିତ ସାହୁ,ନାଟ୍ୟଶ୍ରୀ ଗଦାଧର ବାରିକଙ୍କ ସହ ବଲାଙ୍ଗୀର ବରିଷ୍ଠନାଗରିକ ମଞ୍ଚ,ରାଜ୍ୟ ଆଉଟସୋର୍ସିଂ କର୍ମଚାରୀ ମହାସଂଘ,ଆୟୁର୍ବେଦିକ ଡାକ୍ତର ମହାସଂଘ,ହସପିଟାଲ କର୍ମଚାରୀ ମହାସଂଘ ସମେତ ଶତାଧିକ ସଂଗଠନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେହିପରି ବଲାଙ୍ଗୀର ସର୍କିଟ ହାଉସଠାରେ ବଲାଙ୍ଗୀର ଜିଲ୍ଲାପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟ ସେଠୀ,ଏସପି ଋଷିକେଶ ଖିଲାରୀଙ୍କ ନେତୃତ୍ୱରେ ମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା । ସେହିପରି ଅହୁରି ଶତାଧିକ ସଂଗଠନର କର୍ମଚାରୀସଂଘମାନେ ମନ୍ତ୍ରୀଙ୍କୁ ଭେଟି ସମ୍ବର୍ଦ୍ଧିତ କରିବା ସହିତ ନିଜ ନିଜ ସଂଗଠନର ଦାବିପତ୍ର ପ୍ରଦାନ କରିଥିଲେ । ତେବେ ସବୁଠୁ ନିଆରା ଥିଲା ବିଧାୟକ ଥିବା ସମୟରେ ସାଙ୍ଗମାନଙ୍କ

ସହ ଯେଉଁ ଚାଖଟିରେ ଡ.ମହାଲିଙ୍କ ବସୁଥିଲେ ଏବେ କ୍ୟାବିନେଟ ମନ୍ତ୍ରୀ ହେଲାପରେ ସର୍କିଟ ହାଉସରାସ୍ତାର ସେରସୁଆଁଗୁଡି କମିଟିଠାରେ ଅଟକି ସାଙ୍ଗମାନଙ୍କ ସାଙ୍ଗରେ ଚା ପିଇଥିଲେ ଓ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଭାଜପା ଦଳ ପକ୍ଷରୁ ବଲାଙ୍ଗୀର ବିଧାୟକ ପ୍ରାର୍ଥି ଗୋପାଳଜୀ ପାଣିଗ୍ରାହୀ,ପିତାମ୍ବର ଖମାରୀ,ଶ୍ରୀକର ପଧାନ,ମହିଳା ମୋର୍ଚ୍ଚାର ପଙ୍କଜିନୀ ପଣ୍ଡା,ରଶ୍ମୀରେଖା ଦାନୀ,ଅନୀତା ମିଶ୍ର ପ୍ରମୁଖ ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ସାମ୍ବାଦିକ ଭବନଠାରେ ସୋନପୁର ଜିଲ୍ଲାର ପୂର୍ବତନ ସଭାପତି ବଳଦେବପ୍ରସାଦ ବେଦବାକ,ପୂର୍ବତନ ଯୁବମୋର୍ଚ୍ଚା ସଭାପତି ବେଣୀମାଧବ ବେଦବାକ,ବାପି ପ୍ରମୁଖ ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like