-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ସହର ରେ ଚଳିତ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

17-Jun-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ସହର ରେ ଚଳିତ ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ଦେବୋତ୍ତର ଅଧିକାରୀ ତଥା ଉପ-ଜିଲ୍ଲାପାଳ ସୋନପୁର ଶ୍ରୀ ସୁରଜ କୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଐତିହାସିକ ପୃଷ୍ଠଭୂମି ସହ ଜଡିତ ସୋନପୁର ସହର ସ୍ଥିତ ଶ୍ରୀ ଜୀଉ ଙ୍କ ରଥଯାତ୍ରା ଆସନ୍ତା ମାସ ୦୭ ତାରିଖରେ ଅନୁଷ୍ଠିତ ହେବ l ଏହିପରିପ୍ରେକ୍ଷୀର ସୋନପୁର ଦେବୋତ୍ତର ବିଭାଗ ତତ୍ୱାବଧାନରେ ଅନୁଷ୍ଠିତ ହେଉଥିବା ଗଡ଼ଭିତର ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ମାଁ ସୁଭଦ୍ରା ଙ୍କ ରଥଯାତ୍ରା ସହ ରାୟଗୁରୁ ପଡ଼ା ଶ୍ରୀଶ୍ରୀ ବୃନ୍ଦାବନ ବିହାରୀ ମନ୍ଦିର ସ୍ଥିତ ଶ୍ରୀ ଜଗନ୍ନାଥ, ଓ ଘୋଡ଼ାଘାଟ ପଡ଼ା ସ୍ଥିତ ଦଧିବାମନ ଜୀଉ ଙ୍କ ରଥ ଯାତ୍ରା କୁ ଶାନ୍ତି ଶୃଙ୍ଖଳା ତଥା ସମସ୍ତଙ୍କ ସହଯୋଗ ରେ ପାଳନ କରିବା ଉପରେ ବିଶେଷ ଆଲୋଚନା ପର୍ଯ୍ୟାଲୋଚନା କରାଯାଇଥିଲା l ଉପଜିଲ୍ଲାପାଳ ତଥା ଦେବୋତ୍ତର ଅଧିକାରୀ ସୋନପୁର ଶ୍ରୀ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିବା ସହିତ ଚଳିତ ରଥଯାତ୍ରା କୁ ଯେପରି ସରସ ସୁନ୍ଦର ତଥା ବ୍ୟବସ୍ଥିତ ଭାବରେ ଅନୁଷ୍ଠିତ କରାଯାଇପାରିବ ସେଥିପାଇଁ ଉପସ୍ଥିତ ସମସ୍ତ କମିଟି ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ ମୁଖ୍ୟ, ବୁଦ୍ଧିଜୀବୀ ଙ୍କ ମତାମତ ଆହ୍ୱାନ କରିଥିଲେ l ଏହି ପରିପ୍ରେକ୍ଷୀରେ ସହରରେ ଦେବୋତ୍ତର ତତ୍ୱାବଧାନ ରେ ଅନୁଷ୍ଠିତ ହେଉଥିବା ଶ୍ରୀଜୀଉ ଙ୍କ ୫ଗୋଟି ରଥ ର ସ୍ଥିତି ଉପରେ ଆଲୋଚନା ହୋଇଥିବା ବେଳେ ସମୟ ପୂର୍ବରୁ ସମସ୍ତ ରଥର ପ୍ରସ୍ତୁତି କୁ ସୁନିଶ୍ଚିତ କରାଯିବ ଉପରେ ନିଷ୍ପତି ଗ୍ରହଣ କରାଗଲା l ରଥ ନିର୍ମାଣ ନିମନ୍ତେ ଜିଲ୍ଲା ବନବିଭାଗ, ତହସିଲଦାର ପ୍ରଭୁତି ଆବଶ୍ୟକ ସହଯୋଗ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ରଥ ଯାତ୍ରା ସମୟରେ ଶ୍ରୀଜୀଉ ଙ୍କୁ ଲାଗିହେଉଥିବା ସ୍ବର୍ଣ୍ଣ ଓ ରୁପା ଅଳଙ୍କାର ଗୁଡିକୁ ମଧ୍ୟ ଯାଞ୍ଚ କରାଯାଇ ଆବଶ୍ୟକ ବ୍ୟବହାର ଯୋଗ୍ୟ କରିବାକୁ ସଦସ୍ୟ ବୃନ୍ଦ ମତାମତ ପ୍ରଦାନ କରିଛନ୍ତି l ରଥଖଳା ଠାରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ରାସ୍ତା ର ଉଭୟ ପାର୍ଶ୍ଵକୁ ଜବରଦଖଲ ମୁକ୍ତ କରିବା ସହ ପରିମଳ ବ୍ୟବସ୍ଥା କୁ ନିଶ୍ଚିତ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ପୁନଶ୍ଚ ରଥ ଟଣା ଦିନଗୁଡ଼ିକରେ ରାସ୍ତାରେ ଅତିକ୍ରମଣ ହୋଇଥିବା ବିଦ୍ୟୁତ ତାର ଅପସାରଣ ନିମନ୍ତେ ବିଦ୍ୟୁତ ବିଭାଗ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି l ତା 0୭/୦୭/୨୪ ଦିନ ଅପରାହ୍ନ ୦୫ ଘଂ ସମୟରେ ଶ୍ରୀଜିଉଁ ଙ୍କ ପହଣ୍ଡି ଆରମ୍ଭ ହୋଇ  ରଥାରୁଢ଼ ହେବେ l ରଥଯାତ୍ରା ଦିନ ରଥଖଳା ସଂଲଗ୍ନ ପାରିପାର୍ଶ୍ୱରେ ଥିବା ଆମିଷ ଦୋକାନ, ମଦ ଦୋକାନ ପ୍ରଭୁତି କୁ ବନ୍ଦ ରଖିବା ଉପରେ ଦେବୋତ୍ତର ଅଧିକାରୀ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ରଥଯାତ୍ରା ନିମନ୍ତେ ବିଶେଷ ନିୟୋଗୀ ବୃନ୍ଦ ନିଜ ନିଜର ଦାୟିତ୍ୱ କୁ ସୁ ସମ୍ପାଦନ କରିବାକୁ ବୈଠକରେ ଅନୁରୋଧ କରାଯାଇଛି l ରଥଯାତ୍ରା ପୂର୍ବରୁ ମନ୍ଦିର ଗୁଡିକରେ ଆବଶ୍ୟକ ରଙ୍ଗ ଲଗାଇବା ସହ ମରାମତି ପ୍ରଭୁତି କାର୍ଯ୍ୟକୁ ନିଶ୍ଚିତ କରାଇବାକୁ କମିଟି ସଦସ୍ୟ, ସେବାୟତ ପ୍ରଭୁତି ଦେବୋତ୍ତର ଅଧିକାରୀଙ୍କୁଅନୁରୋଧ କରିଛନ୍ତି l ରଥଯାତ୍ରା ଓ ବାହୁଡା଼ ଦିନ ସହ ଅନ୍ୟାନ୍ୟ ନୀତିକାନ୍ତି ଦିନଗୁଡ଼ିକରେ ଶାନ୍ତି ଶୃଙ୍ଖଳା, ଆଲୋକୀକରଣ, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଶ୍ରୀ ଜିଉଁଙ୍କ ନୀତି କାନ୍ତି କୁ ଵିଧି ମୁତାବକ ସମ୍ପାଦନ କରିବା ଉପରେ ବିଭିନ୍ନ ସମ୍ପୃକ୍ତ ଅଧିକାରୀ, ଛତିଶ ନିୟୋଗ ସେବାୟତ ମୁଖ୍ୟ, ପୂଜକ, ତଥା କମିଟି ସଦସ୍ୟ ସଦସ୍ୟା ପ୍ରଭୁତି ନିଜ ନିଜର ଦାୟିତ୍ୱ କୁ ସୁ ସମ୍ପାଦନ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ଏହି ବୈଠକରେ ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସୀ ତମସ୍ମିତା ନାଏକ, ଉପ ଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ପ୍ରତାପଚନ୍ଦ୍ର ତ୍ରିପାଠୀ, ବନାଞ୍ଚଳ ଅଧିକାରୀ, ପୌରପରିଷଦ ନିର୍ବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ସମେତ ଦେବୋତ୍ତର କମିଟି ଓ ରଥଯାତ୍ରା କମିଟିର ସଦସ୍ୟ ସଦସ୍ୟା, ଛତିଶ ନିୟୋଗ ସେବାୟତ ମୁଖ୍ୟ, ପୂଜକ ସମାଜ, ବୁଦ୍ଧିଜୀବୀ, ସାମ୍ବାଦିକ ତଥା ସମ୍ପୃକ୍ତ ବିଭିନ୍ନ ଅଧିକାରୀ, ଅନୁଷ୍ଠାନ ର କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ଶେଷରେ ମନୋଜ କାର୍ଜି ଡେପୁଟି କଲେକ୍ଟର ଉପଜିଲ୍ଲାପାଳ କାର୍ଯ୍ୟାଳୟ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like