-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହ ବିଭିନ୍ନ ଗ୍ରାମରେ ଯାଇ ଲୋକଙ୍କ ସମସ୍ୟା ବୁଝିଲେ ନବ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ

17-Jun-2024



ସିନ୍ଧେକେଲା(ଦୀନେଶ ଜୈନ): କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ୧୬ ହଜାରରୁ ଉର୍ଦ୍ଧ୍ବ ଭୋଟରେ ପରାସ୍ତ କରି ବିଧାୟକ ହୋଇ ରାଜ୍ୟରେ ଚର୍ଚ୍ଚିତ ହୋଇଥିବା ଗ୍ରାମୀଣ ବାସିନ୍ଦା ସାଧାରଣ ବ୍ୟକ୍ତି ଗାଁ ମାଟିର ପୁଅ ଲକ୍ଷ୍ମଣ ବାଗ ତାଙ୍କର ପ୍ରଥମ ଗସ୍ତରେ ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟା ବୁଝିବା ଉଦ୍ଦେଶ୍ୟରେ ସିନ୍ଧେକେଲା ପହଞ୍ଚିଥିଲେ । ସର୍ବପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନି ମନ୍ଦିର ପହଞ୍ଚି ଦେବୀଙ୍କ ଦର୍ଶନ କରିବା ସହ ମନ୍ଦିରର ଉନ୍ନତି ସମ୍ପର୍କରେ ଚର୍ଚ୍ଚା କରିଥିଲେ । ସେଠାରୁ ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କରିଯିବା ମଝିରେ କିଛି ବିଶେଷ ବ୍ୟକ୍ତି ତାଙ୍କୁ ବଜାଗଜା ଓ ଫୋଟକା ଫୋଡି ତଥା ମାଲ୍ୟାର୍ପଣ ସହ ସମ୍ଭର୍ଦ୍ଧିତ କରିଥିଲେ । ପୋଲିସ ଷ୍ଟେସନ ମଝିରେ ପଡୁଥିବାରୁ ସେଠାରେ କିଛି ସମୟ ପାଇଁ ଅଟକି ଥାନାଧିକାରୀ ବସନ୍ତ ଦଳାଇଙ୍କ ସହିତ ଅଞ୍ଚଳର ସମସ୍ୟା ଉପରେ ଆଲୋଚନା କରି ଥାନାରେ ଅଭିଯୋଗ କରି ଆସୁଥିବା ବ୍ୟକ୍ତିଙ୍କ ସହ ଉତ୍ତମ ବ୍ୟବହାର କରିବା ସହ ଛୋଟମୋଟ ଘଟଣାକୁ କେଶ ନ ପଠାଇ ଏଠାରେ ସମାଧାନ କରିବାକୁ  ପରାମର୍ଶ ଦେଇଥିଲେ । ସେଠାରୁ ସିଧାସଳଖ ସ୍ୱାସ୍ଥ୍ୟକେନ୍ଦ୍ର ପହଞ୍ଚି ରୋଗୀସେବା ତଦାରଖ କରିଥିଲେ ।ୱାଡ଼ ୱାଡ଼ ବୁଲି ରୋଗୀଙ୍କ ନିକଟରେ ପହଞ୍ଚି ତାଙ୍କ ସମସ୍ୟା ସମ୍ପର୍କରେ ବୁଝିଥିଲେ । ରୋଗୀମାନେ ଗରମରେ ଛଟପଟ ହେଉଥିବା ଦେଖି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଜୟନ୍ତ ବାଗ ଙ୍କ ସହିତ ସାକ୍ଷାତ କରି କୁଲର ଗୁଡ଼ିକୁ ସଚଳ କରି ସେଥିରେ ପାଣି ଭରି ଚଳାଇ ରୋଗୀଙ୍କୁ ଗରମରୁ ଆଶ୍ୱସ୍ତି ଦେବା ପାଇଁ କହିଥିଲେ। ରୋଗୀଙ୍କ ପାଇଁ ସ୍ୱାସ୍ଥ୍ୟକେନ୍ଦ୍ରରେ ୱେଟିଙ୍ଗ ହଲ ନଥିବା ଦେଖି ଉକ୍ତ ବ୍ୟବସ୍ଥା କରିବା ପାଇଁ କହିଥିଲେ । ସ୍ୱାସ୍ଥ୍ୟକେନ୍ଦ୍ରର ପାନୀୟ ଜଳ, ଶୌଚାଳୟ ସହ ବିଭିନ୍ନ ସମସ୍ୟା ଉପରେ ସଭା ଗୃହରେ ବସି ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଏଠାରେ ବିଶେଷଜ୍ଞ ଡାକ୍ତର ନଥିବା ଜାଣି କ୍ଷୋଭ ପ୍ରକାଶ କରିଥିଲେ। ଏହି ସ୍ୱାସ୍ଥ୍ୟକେନ୍ଦ୍ରରେ କେତେ ଡାକ୍ତର କେତେ ବିଭିନ ବିଭାଗର କର୍ମଚାରୀ ଅଛନ୍ତି ଓ କଣ କଣ ସମସ୍ୟା ଅଛି ସମସ୍ତ ତଥ୍ୟ ପ୍ରଦାନ କରିବା ପାଇଁ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ କହିଥିଲେ। ବିଧାୟକ ଶ୍ରୀ ବାଗ ତାଙ୍କ ମନ୍ତବ୍ୟରେ  ଗଣମାଧ୍ୟମ ପ୍ରତିନିଧି ମାନଙ୍କ ନିକଟରେ ଏଠାରେ ଜ୍ଞାନିକ, ଶିଶୁ ଓ  ମେଡ଼ିସିନ ବିଶେଷଜ୍ଞ ଡାକ୍ତରର ଆବଶ୍ୟକତା କୁ ପୂରଣ କରିବା ସହ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ତାଙ୍କର ମୋହନ ସରକାର ତଥା ଡବଲ ଇଞ୍ଜିନ ସରକାରଙ୍କୁ ଜଣାଇ ସ୍ୱାସ୍ଥ୍ୟସେବାର ବିକାଶ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ l ଏଠାରେ ଆସୁଥିବା ଲୋକଙ୍କୁ ସେମିତି ଜାଗା ମାନଙ୍କରେ ଛେପ ଆଦି ନ ପକାଇ ସୁରକ୍ଷିତ ରହିବା ପାଇଁ ଅନୁରୋଧ କରିଥିଲେ ।  ସିନ୍ଧେକେଲା ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଉକ୍ତ ଜୋନର ଗନ୍ଧର୍ଲା, ତୁରେକେଲା, ଶ୍ରୀରାମ, ଜାମଖୁଣ୍ଟା, ଜାମପଡ଼ା, କାଳକୂଟ, ବରକାନି, ମାଲପଡା, ଝିଙ୍କିପଡା, ବଠରଲା, ଟିଟିଗାଁ, ଗଞ୍ଜିଆପଡ଼ା, ଭୂର୍ଷାଗୁଡା, କୁର୍ଲୁଭଟା , ଚିନ୍ଦାଗୁରା, ଚାନ୍ଦୋତରା ଆଦି ଗ୍ରାମରେ ବିଧାୟକ ପହଞ୍ଚି ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ବୁଝିଥିଲେ । ବିଧାୟକଙ୍କ ଗସ୍ତରେ ସିନ୍ଧେକେଲା ବିଜେପି ମଣ୍ଡଳ ସଭାପତି ମୁନିବର ନାଗ, ସମ୍ପାଦକ କହ୍ନେୟା ଜୈନ, ପରମା ସାହୁ, ହେମନ୍ତ ସାହୁ, ନୌରାଜ ରଣା, ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଜଗନ୍ନାଥ ଜୈନ, ବଣିକ ସଙ୍ଘ ସହ ସମ୍ପାଦକ ଅନିଲ ତ୍ରିପାଠୀ, ଝରିଆଲ ସରପଞ୍ଚ ଭାରଦ୍ୱାଜ ଗହୀର, ମାରୱାଡ଼ି ଯୁବାମଞ୍ଚ ସଭାପତି ଅମିତ ଜୈନ, ପପୁ ସାହୁ, ଜଗନ୍ନାଥ ବେହେରା, ନିରାକାର ରଣା, ମୋତି ତ୍ରିପାଠୀ, ଜୟନ୍ତ ପ୍ରଧାନ ପ୍ରମୁଖଙ୍କ ସହ ବହୁ ବିଜେପି କର୍ମୀ ସାମିଲ ହୋଇଥିଲେ । ଏହି ଅବସରରେ ସିନ୍ଧେକେଲା ସମେତ ସମସ୍ତ ଗ୍ରାମରେ ବିଧାୟକଙ୍କୁ ପୁଷ୍ପମାଲ୍ୟ ସହ ସ୍ୱାଗତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like