-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ଗସ୍ତ କଲେ ମାନ୍ୟବର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

18-Jun-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ସହ ରୋଡ ସୋ କରାଯାଇଥିଲା l ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ପ୍ରଯୁକ୍ତି ସୁଚନା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ନୂତନ ଭାବେ ଦାୟିତ୍ୱ ପାଇବା ପରେ ଲୋଇସିଂହା କୁ ପ୍ରଥମ ଗସ୍ତ କରିଛନ୍ତି l ଏହି ଅବସର ରେ ସ୍ଥାନୀୟ କଲେଜ୍ ଛକ ଠାରେ ବାଣ ଓ  ବାଜା ବଜାଇ ସ୍ବାଗତ ସମ୍ବର୍ଦ୍ଧନା କରାଗଲା l ଏହି ସମୟରେ ସାହସ୍ରାଧିକ ସଂଖ୍ୟାରେ ଦଳୀୟ କର୍ମୀ ସହ ଜନସାଧାରଣ ଉପସ୍ଥିତ ଥିଲେ l ପ୍ରଥମେ ଆଦିବାସୀ ସଙ୍ଘ ପକ୍ଷରୁ ଫୁଲମାଳ, ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧିତ  କରାଗଲା l ଏହାସହ ଡ଼. ମୁକେଶ ମହାଲିଙ୍ଗ ଶ୍ରୀ ରଘୁନାଥ ମନ୍ଦିର ଦର୍ଶନ କରିଥିଲେ l

ପରେ ପରେ ବିଭିନ୍ନ ଅନୁଷ୍ଠାନ, ବୁଦ୍ଧିଜୀବୀ ଓ ବ୍ୟକ୍ତି ବିଶେଷ ଡ଼ ମୁକେଶ ମହାଲିଙ୍ଗ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଏହାପରେ ରୋଡ ସୋ ରେ  ଜାତୀୟ ରାଜପଥ ରେ ବ୍ଲକ ଛକ, ବସଷ୍ଟାଣ୍ଡ ହୋଇ ଲୋଇସିଂହା ଦୁର୍ଗା ମନ୍ଦିର, ଜଗନ୍ନାଥ ମନ୍ଦିର , ସମଲେଇ ମନ୍ଦିର ଦର୍ଶନ କରିବା ସହ ଲୋଇସିଂହା ବସ୍ତି ପରିକ୍ରମା କରିଥିଲେ l ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ନବ ନିର୍ବାଚିତ ବିଧାୟକ ଡ. ମୁକେଶ ମହାଲିଙ୍ଗ ରାଜ୍ୟରେ ନୂତନ ଭାବେ ଗଠିତ ବିଜେପି ସରକାର ରେ କ୍ୟାବିନେଟ ମନ୍ତ୍ରୀ ଭାବେ ସ୍ଥାନ ପାଇ ଆଜି ପ୍ରଥମ କରି ଲୋଇସିଂହା ଗସ୍ତ ରେ ପହଞ୍ଚିଛନ୍ତି l ଚଳିତ ମାସ ୧୨ ତାରିଖରେ ଓଡ଼ିଶାରେ ପ୍ରଥମ କରି ବିଜେପି ସରକାର ଗଠନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସରକାର ଆରମ୍ଭ ହୋଇଛି l ଏଥିରେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଡ. ମୁକେଶ ମହାଲିଙ୍ଗ ଶପଥ ଗ୍ରହଣ କରିଥିବା ବେଳେ ଶନିବାର ସନ୍ଧ୍ୟାରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ପ୍ରଯୁକ୍ତି ବିଭାଗ ଭଳି ଦାୟିତ୍ୱ ପ୍ରଦାନ କରାଯାଇଛି l ପ୍ରଥମେ ରବିବାର ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁତଳା  ବ୍ଲକ ର  ବିଭିନ୍ନ ଗ୍ରାମରେ ସ୍ବାଗତ ସମ୍ବର୍ଦ୍ଧନା ସହ ସେଠାରୁ ମନ୍ତ୍ରୀ ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିର ପହଞ୍ଚି ଦେବୀମାଁଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ l ଏହାପରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଦୁଲଦୁଲୀ କଳାପରିଷଦ ପକ୍ଷରୁ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ପ୍ରକାଶ କଲେ ଯେ, ଆମେ ଲୋକଙ୍କୁ ଯେଉଁ ନିର୍ବାଚନ ପ୍ରତିଶୃତି ଦେଇଛୁ ତାକୁ ନିଶ୍ଚୟ ପୂରଣ କରିବୁ l ପରେ ପରେ ବଲାଙ୍ଗୀର ସ୍ଥିତ ସର୍କିଟ ହାଉସ ରେ ରାତ୍ରୀ ରହଣୀ କରିଥିଲେ l ସୋମବାର ପ୍ରାତଃ ପ୍ରଥମେ   ଲୋଇସିଂହା ଗସ୍ତ କରି ଲୋଇସିଂହା,  କୁଟେନ୍ ପାଲି, କର୍କଚିଆ ଛକ, ଝାରମୁଣ୍ଡା ରେ ସ୍ବାଗତ ସମ୍ବର୍ଦ୍ଧନା  ପାଇ କୁଶଙ୍ଗ ସ୍ଥିତ ମା କୁଶଙ୍ଗାଇ ଙ୍କୁ ଦର୍ଶନ କରିଥିଲେ l ପରେ ତଳିଉଡାର, ବୁରୋମୁଣ୍ଡା , ସରଗାଡ, ମାହାରପାଲି ଛକ, ଭରସୁଜା, ନଅଗାଁ(କ) , ଆଗଲପୁର,  ଡୁଡୁକା, ସାଲେଭଟା, ରୁଗୁଡ଼ିଖାଲ ରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଙ୍କୁ  ଭବ୍ୟ ସ୍ଵାଗତ କରାଯିବା ସହ  ମନ୍ତ୍ରୀ ଙ୍କ ନିଜ ଗାଁ ନଅଗାଁ (ଖ) ରେ ବିପୁଳ ସ୍ବାଗତ ସମ୍ୱର୍ଦ୍ଧନା କରାଯିବା ଦେଖିବାକୁ ମିଳିଥିଲା l ଏହି କାର୍ଯ୍ୟକ୍ରମ ରେ ଦଳୀୟ କର୍ମୀ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ସହିତ ଅନେକ ଅନୁଷ୍ଠାନ ର କର୍ମକର୍ତ୍ତା ଓ ଜନସାଧାରଣ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026

You Might Also Like