-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||     

HOME   ଜିଲ୍ଲା

ଖଳାଶୁନୀ ସଂରକ୍ଷିତ ଜଂଗଲରୁ ୧୧ କେଜି ସମ୍ବର ମାଂସ ସହ ଦେଶୀ ବନ୍ଧୁକ ଜବତ , ୬ ଗିରଫ

19-Jun-2024



ନାକଟିଦେଉଳ ( ଅନିଲ ପୃଷ୍ଟି ) ସମ୍ବଲପୁର ଜିଲା ଖଳାଶୁଣୀ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ପକ୍ଷରୁ ବନ୍ୟଜନ୍ତୁ ଶିକାର କରାଯାଇ ଅବାଧରେ ବାଇକ ଯୋଗେ ବାହାରକୁ ଚୋରା ଚାଲାଣ କରାଯାଉଥିବାବେଳେ ବନ୍ୟପ୍ରାଣୀ ଅଭୟାରଣ୍ୟ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏହି ସମୟରେ ୧୧କେଜି ସମ୍ବର ମାଂସ ସହିତ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯିବା ସହ ଏଥିରେ ସଂପୃକ୍ତ ୬ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ବନ୍ୟପ୍ରାଣୀ ଶିକାର କରିବା ଏବଂ ତାର ମାଂସ ଚୋରା ଚାଲାଣ କରିବା ଅଭିଯୋଗରେ ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ବାବରାକୋଟ ଗ୍ରାମର ବିଜୟ କୁମାର ବେହେରା ଏବଂ ଅବନୀ ସ୍ୱାଇଁଙ୍କୁ ଗିରଫ କରାଯାଇଥିବାବେଳେ ଏଥିରେ ସହଯୋଗ କରିଥିବା ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ଚିତ୍ରସେନ ଦେହୁରୀ, ନୂତନ ମଣ୍ଡୁଆମ ଗ୍ରାମର ବସନ୍ତ କିସାନ, ମକୁନ୍ଦ ସିଂ ଏବଂ ଧନେଶ୍ୱର ସିଂଙ୍କୁ ଗିରଫ କରାଯାଇଛି। ଏଥି ସହିତ ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସମେତ ୩ଟି ଅଫୁଟା ଗୁଳି, ୧ଟି ବାରୁଦ ଗୁଳା, ୩କେଜି ତାର, ୨୫ବଣ୍ଡଲ ଫାସ, ୨ଟି କଟୁରୀ ଜବତ କରିଯାଇଛି। ଅପରପକ୍ଷେ ଜନ୍ତୁ ମାଂସ ଚୋରା ଚାଲାଣରେ ବ୍ୟବହୃତ ଏକ ବାଇକ ମଧ୍ୟ ଜବତ କରାଯାଇଥିବା ଜଣାପଡ଼ିଛି।
ବାମରା ବନଖଣ୍ଡ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଅନ୍ତର୍ଗତ ଜଙ୍ଗଲରୁ ଗତ ରବିବାର ଦିନ ସଂପୃକ୍ତ ଶିକାରୀମାନେ ଏକ ସମ୍ବରକୁ ଦେଶୀ ବନ୍ଧୁକରେ ଶିକାର କରିବା ପରେ ତାର ମାଂସକୁ କିସିଣ୍ଡା ଅଞ୍ଚଳରୁ ରିଆମାଳ ଅଞ୍ଚଳକୁ ବାଇକରେ ଚାଲାଣ କରାଯାଉଥିବା ସଂପର୍କରେ କୌଣସି ସୁତ୍ରରୁ ଖବର ପାଇ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ପକ୍ଷରୁ କିସିଣ୍ଡା-ଗୋଧିଢିପ ରାସ୍ତାର ବଳମ ନିକଟ ପିତାବଳୀଖମଣଠାରେ ଚଢାଉ କରିଥିଲେ। ତେବେ ଚଢାଉବେଳେ ବିଜୟ କୁମାର ବେହେରା ଏବଂ ଅବନୀ କୁମାର ସ୍ୱାଇଁଙ୍କ ସଂପୃକ୍ତ ବାଇକ ଡିକିରୁ ୧୧କେଜି ଜନ୍ତୁ ମାଂସ ଜବତ କରିବା ସହ ସେମାନଙ୍କୁ ଗିରଫ କରିଥିଲେ। ଗିରଫ ପରେ ସଂପୃକ୍ତ ୨ଜଣଙ୍କୁ କାର୍ଯ୍ୟାଳୟକୁ ଆଣି ଅଧିକ ତଦନ୍ତ କରିବା ସହ ପଚରା ଉଚରା କରିଥିଲେ। ତେବେ ତଦନ୍ତ ସମୟରେ ଏହି ୨ଜଣ ବ୍ୟକ୍ତି ଘଟଣା ସଂପର୍କରେ ସମସ୍ତ ତଥ୍ୟ ସ୍ୱୀକାର କରିବା ପରେ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ଏଥିରେ ସଂପୃକ୍ତ ଅନ୍ୟମାନଙ୍କୁ ଗିରଫ କରିଥିଲେ। ଗିରଫ ସଂପୃକ୍ତ ୬ଜଣ ଆସାମୀଙ୍କୁ ବନ୍ୟ ପ୍ରାଣୀ ସୁରକ୍ଷା ଆଇନ ୯,୩.୪୯,୪.୨୭ରେ ସୋମବାର ଦିନ ରେଢାଖୋଲ ଅଦାଲତ ଚାଲାଣ କରାଯାଇଥିବା ଜଣାପଡ଼ିଛି। ତେବେ ସଂପୃକ୍ତ ଆସାମୀମାନଙ୍କର ଜାମିନ ଆବେଦନକୁ କୋର୍ଟ ନାମଞ୍ଜୁର କରିଦେଇ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଥିବା ଜଣାପଡ଼ିଛି। କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଅଧିକାରୀ ମହେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଫରେଷ୍ଟର ଅନୁରାଧା ଖର୍ସେଲ, ଭୁବନେଶ୍ୱର ପାଣି, ଫରେଷ୍ଟଗାର୍ଡ଼ ନିହାର ରଂଜନ ବଡ଼ପଣ୍ଡା ଏବଂ ଲିଲି ବିଶିଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ।l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026

You Might Also Like