-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ତଥା ଏହାର ସୁପରିଚାଳନା ପାଇଁ ବୈଠକ

19-Jun-2024



ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଜରୁରୀ କାଳୀନ ବିଭାଗ ଦ୍ୱାରା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ତଥା ଏହାର ସୁ-ପରିଚାଳନା ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଡ଼ଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟେବଲ ଟୋପ ଏକସରସାଇଜ କର୍ମଶାଳା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର, ପ୍ରକଳ୍ପ ନିର୍ଦ୍ଧେଶକ ସହରାଞ୍ଚଳ ଉନ୍ନୟନ ସଂସ୍ଥା ଶ୍ରୀ ପ୍ରଫୁଲ୍ଲ କୁଜର, ବଲାଙ୍ଗୀର ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଓ ପର୍ଯ୍ୟବେକ୍ଷକ, ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୁପକ୍ଷ ଶ୍ରୀ ପ୍ରଭୁଦତ୍ତ ପାଢୀ ପ୍ରମୁଖ ମଞ୍ଚାସୀନ ଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀଣୀ ଶ୍ରୀମତୀ ସସ୍ମୀତା ପ୍ରଧାନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ଦ୍ଵାରା କରାଯାଉଥିବା ବିଭିନ୍ନ ଭୂମିକା ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେବା ସହ ବଲାଙ୍ଗିର ଜିଲ୍ଲା ରେ ବିପର୍ଯୟ ପ୍ରସ୍ତୁତି ଓ ବିପର୍ଯୟ ପ୍ରଶମନ ସମ୍ପର୍କରେ ଗ୍ରହଣ କରାଯାଉଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା ,ବାତ୍ୟା ର ମୁକାବିଲା ନିମନ୍ତେ ଆଗୁଆ ପଦକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ଜିଲ୍ଲା କାର୍ଯ୍ୟାଳୟ ,ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ,ସମସ୍ତ ବ୍ଲକ ,ତହସିଲ ଓ ଜରୁରୀ ସେବା ଯୋଗାଉଥିବା ସମସ୍ତ କାର୍ଯ୍ୟାଳୟ ଗୁଡିକରେ କଣ୍ଟ୍ରୋଲ ରୁମ ଖୋଲାଯିବା, ଖାଦ୍ୟଶସ୍ୟର ରକ୍ଷଣାବେକ୍ଷଣ, ବନ୍ୟା ପ୍ରବଣ ଅଞ୍ଚଳ ତଥା ତଳି ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ରେ ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ଥାୟୀ ଆଶ୍ରୟ ସ୍ଥଳୀ ଗୁଡିକ ଚିହ୍ନଟ, ବର୍ଷା ପୂର୍ବରୁ ସମସ୍ତ ନାଳ ଗୁଡିକୁ ସଫା କରିବା , ଜଳ ଯୋଗାଣ କୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନ ରେ ସମସ୍ତ ନଳକୂପ ,ପାଇପ ଜଳ ଯୋଗାଣ ,କୂପ ଇତ୍ୟାଦି କୁ ବିଶୁଦ୍ଧକରଣ କରିବା, ବିଦ୍ୟୁତ ସରବାହ, ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣ ର ଔଷଧ ,ହାଲୋଜେନ ବଟିକା ,ବ୍ଲିଚିଂ ପାଉଡର ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦକ୍ଷେପ ଗ୍ରହଣ, ସମ୍ଭାବ୍ୟ ବନ୍ୟା ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରାଣୀ ସମ୍ପଦର ସୁରକ୍ଷା ନିମନ୍ତେ ଆଗୁଆ କାର୍ଯ୍ୟଖସଡା ପ୍ରସ୍ତୁତ କରିବା, ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟା ପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବା ତଥା ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରଖିବା, ଅଗ୍ନି ନିରାପତ୍ତା, ଓଡ୍ରାଫ ୟୁନିଟ , ବଲାଙ୍ଗିର ର ପ୍ରମୁଖ ଭୂମିକା ଉପରେ ଆଲୋକପାତ କରା ଯାଇଥିଲା | ଏତଦବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, ବନ୍ୟା, ବାତ୍ୟା ର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ଏହି ବୈଠକରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଯନ୍ତ୍ରୀ , ଜଳ ସେଚନ ବିଭାଗ, ଗୋବର୍ଦ୍ଧନ ନାୟକ, ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ. କିଶୋର ଚନ୍ଦ୍ର ମିଶ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୋଦ ମିଶ୍ର, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜନ ସ୍ଵାସ୍ଥ୍ୟ ବିଭାଗ ମୁଖ୍ୟଜନ୍ତ୍ରୀ ରାଜେଶ କୁମାର ବେହେରା, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ରୌପ୍ୟ ରଞ୍ଜନ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ, ବଲାଙ୍ଗୀର, ଉଦ୍ୟାନ ବିଭାଗ ଉପନିର୍ଦେଶକ ପ୍ରଫୁଲ୍ଲ କୁମାର ଭଞ୍ଜ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି , ସହାୟକ ନିର୍ବାହୀ ଅଧିକାରୀ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଟିଟିଲାଗଡ, ସହାୟକ ନିର୍ବାହୀ ଅଧିକାରୀ, ରାଜ୍ୟ ରାଜପଥ ବିଭାଗ, ଟିଟିଲାଗଡ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ନିର୍ବାହୀ ଯନ୍ତ୍ରୀ, ବିଦ୍ୟୁତ ବିଭାଗ ସୁବ୍ରତ କୁମାର ସେଠ, ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ, ବେଣୁଧର ପାଣିଗ୍ରାହୀ, ଡୁଡ଼ା, ବଲାଙ୍ଗୀର ମୁକେଶ କୁମାର ସିଂ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ, ସିଡ଼ିଭିଓ ଡ଼ଃ. ସୁକୁରାମ ମୁଣ୍ଡ ଏବଂ ଓଡ୍ରାଫର କର୍ମଚାରୀ ପ୍ରମୁଖ ଯୋଗଦାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026

You Might Also Like