-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ସରୁନି ଦାଦନ ଦୁଃଖ, କଣ୍ଟାମାଳରୁ ତାମିଲ ନାଡୁ ଛୁଟୁଛି ଦାଦନ ସୁଅ, ହାତ ବାନ୍ଧି ବସିଛି ଶ୍ରମ ବିଭାଗ

20-Jun-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ରାଜ୍ୟରେ ବିଜେପି ଦାଦନମୁକ୍ତ ଓଡ଼ିଶା ଗଠନ କରିବାକୁ ନିର୍ବାଚନ ସମୟରେ ଅନେକ ଘୋଷଣା କରିଥିଲେ | ହେଲେ ସରକାର ଗଠନ ହେବା ପରଠାରୁ ଦାଦନ ଶ୍ରମିକ ଯିବା ଆରମ୍ଭ ହୋଇ ଥିବା ଦେଖିବାକୁ ମିଳିଛି | ସରକାର ଗରିବ ଲୋକଙ୍କୁ ନିଜ ଅଞ୍ଚଳରେ କାମ ଯୋଗାଇ ଦେବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି ହେଲେ ଗରିବ ଶ୍ରମିକମାନେ କାମ ନ ପାଇ ଦାଦନ ଖଟି ଯିବାକୁ ବାଧ୍ୟ ହେଉଛନ୍ତି | ଏଭଳି ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକରେ | ସୂଚନା ଅନୁସାରେ କଣ୍ଟାମାଳ ବ୍ଲକ ପଲସା ଗୋରା ପଞ୍ଚାୟତ ଝୀଙ୍କର ପାଲି ଗ୍ରାମର ୪ ପରିବାର ଆଜି କାମଧନ୍ଦା ଅଭାବରୁ ସୁଦୂର ତାମିଲନାଡୁ କୁ ଦାଦନ ଖଟି ଯାଉଥିବା ଦେଖିବାକୁ ମିଳିଛି | ଏକ ଅଟୋ ସାହାଯ୍ୟରେ ଉକ୍ତ ୪ ପରିବାରର ପାଖାପାଖି ୧୫ ସଦସ୍ୟ ବଲାଂଗୀର ଯାଇ ସେଠାରୁ ଟ୍ରେନ ଯୋଗେ ତାମିଲନାଡୁ ଯିବେ ବୋଲି ଗ୍ରାମବାସୀ କହିଛନ୍ତି | ଏମାନଙ୍କ ସହିତ ଛୋଟ ଛୋଟ ଛୁଆ ମଧ୍ୟ ଯାଉଥିବା ଦେଖିବାକୁ ମିଳିଛି | କୌଣସି ସର୍ଦ୍ଦାର ମାଧ୍ୟମରେ ଅଗ୍ରୀମ ଟଙ୍କା ଆଣି ଯାଉଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି | ସବୁଠୁ ଆଶ୍ଚର୍ଯ୍ୟ କଥା ଯେ ଦାଦନ ପ୍ରବଣ କଣ୍ଟାମାଳ ଅଞ୍ଚଳରେ ଲଗାତାର ଭାବରେ ଶ୍ରମିକ ବାହାର ରାଜ୍ୟ ସହ ବିଦେଶକୁ ଯାଉଥିବା ବେଳେ ଜିଲ୍ଲା ପ୍ରଶାସନ, ଜିଲ୍ଲା ଶ୍ରମ ବିଭାଗ କି ସ୍ଥାନୀୟ ପୋଲିସ କେହି ବି ଜାଣି ପାରୁ ନାହାନ୍ତି | ଅନ୍ୟପଟେ ଜିଲ୍ଲା ଶ୍ରମ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି | ଅନେକ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଯାଇ ମାଲିକର ନିର୍ଯାତନାର ଶିକାର ହୋଇ ଉଦ୍ଧାର ପାଇଁ ପ୍ରଶାସନ ନିକଟରେ ଆକୁଳ ନିବେଦନ କରୁଥିବା ବେଳେ ପ୍ରଶାସନ ପକ୍ଷରୁ ତାଙ୍କୁ ଉଦ୍ଧାର କରାଯାଇଥିବା ଅନେକ ଉଦାହରଣର ନଜିର ରହିଛି | ଏତେ ଗୁଡିଏ ଶ୍ରମିକ ଯାଉଥିଲେ ସୁଦ୍ଧା ଜିଲ୍ଲା ଶ୍ରମ ବିଭାଗ ନିକଟରେ କୌଣସି ଖବର ନ ଥିବା ପରିତାପର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି | ତେବେ ବିଜେପି ସରକାର ଘୋଷଣା କରିଥିବା ଦଦନମୁକ୍ତ ଓଡ଼ିଶା କଣ୍ଟାମାଳ ଭଳି ଅବହେଳିତ ଓ ଉପାନ୍ତ ଅଞ୍ଚଳରେ କେତେ କାର୍ଯ୍ୟକାରୀ ହେଉଛି ଓ ଦାଦନ ରୋକିବାରେ ସରକାର କେତେ ସଫଳ ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା | ଜିଲ୍ଲା ପ୍ରଶାସନ ଓ ଶ୍ରମ ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like