-+91-9937148622 |
prerana_bgr@rediffmail.com |
Monday 20th July 2026 |
R.N.I. Regd No. ODIODI/2010/46693
Breaking News
29-Jun-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ରାଜ୍ୟରେ ଖୋଲାଯିବ ୨୦୦ ଗୋଶାଳା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ସେହିଭଳି ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ପଶୁମାନଙ୍କର ଚିକିତ୍ସା ପାଇଁ ଭ୍ରାମ୍ୟମାଣ ଚିକିତ୍ସାଳୟ ଖୋଲାଯିବ। କେବଳ ଏତିକି ନୁହେଁ ରାଜ୍ୟରେ ବଢ଼ିଚାଲିଥିବା ଗୋଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି। ଗୋଚାଲାଣ କରୁଥିବା ବ୍ୟକ୍ତିଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ଦୃଢ଼ୋକ୍ତି କରିଛନ୍ତି।ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଆହୁରି କହିଛନ୍ତି, ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା ସହ ମତ୍ସ୍ୟଜୀବୀଙ୍କର ବିଭିନ୍ନ ସମସ୍ୟାର ସମାଧାନ କରିବା ଦିଗରେ ବିଭାଗକୁ କାମ କରିବାକୁ ନିର୍ଦ୍ଦେଶ ଦେଇଛୁ। ଗ୍ରାମାଞ୍ଚଳରେ ମତ୍ସ୍ୟଜୀବୀଙ୍କ ପାଇଁ ଶୀତଳଭଣ୍ଡାର ନିର୍ମାଣ କରିବା ଦିଗରେ ଗୁରୁତ୍ୱ ଦେଉଛୁ। ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ପୂରା କରିବାକୁ ପ୍ରାଥମିକତା ଦେବୁ। ଏମଏସଏମଇ ଜରିଆରେ ଯୁବକଙ୍କୁ କିଭଳି ଆତ୍ମନିର୍ଭର କରାଯିବ ତାହା ଉପରେ ସରକାର ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି ବୋଲି କହିଛନ୍ତି ବିଭାଗୀୟ ମନ୍ତ୍ରୀ।