-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||     

HOME   ଦେଶ ବିଦେଶ

ବିଶାଖାପାଟଣା ଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ

08-Jul-2024



ବିଶାଖାପାଟଣା:  ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଉଲ୍ଲାସ,ଉତ୍ସାହ ଓ ଉଦ୍ଦୀପନା ପରିଲକ୍ଷିତ କରାଯାଇଥିଲା।ଏଠାରେ ସଖାଳୁ ମୁଖ୍ୟ ମନ୍ଦିରରେ ଠାକୁରମାନଙ୍କର ଯଥା ରୀତି ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା।ଅପରାହ୍ନ ୩.୩୦ବେଳେ ଚାରିଠାକୁରଙ୍କର ପହଣ୍ଡି ବିଜେ କରାଯାଇଥିଲା।ପ୍ରଥମେ  ସୁଦର୍ଶନ, ତାପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କୁ ସାହି ରୋଷଣୀ କରାଯାଇ ମନ୍ଦିର ସମ୍ମୁଖସ୍ଥ ବଡ଼ଦାଣ୍ଡରେ ଦଣ୍ଡାୟମାନ ସୁନ୍ଦର ଓ ସୁସଜିତ ରଥ ଉପରକୁ ନିଆ ଯାଇଥିଲା।  ଉପସ୍ଥିତ ସେବାୟତ ଓ ଶ୍ରଦ୍ଧାଳୁମାନଙ୍କ ଦ୍ୱାରା ଶଙ୍ଖ, ଘଣ୍ଟ, କର୍ତାଳ, ମରଦଳ,ଝାଞ୍ଜ ଓ ମୃଦଙ୍ଗ ବାଜଣାର ଗହ ଗହ ନାଦ ତଥା ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନୀରେ  ଗଗନ ପବନ ପ୍ରକମ୍ପିତ ହେବାର ଦୃଶ୍ୟ ଖୁବ ମର୍ମସ୍ପର୍ଶୀ ଥିଲା।ମନ୍ଦିର ପରିଚାଳନା କମିଟିର ସଭାପତି ତଥା ବିଶିଷ୍ଟ ସମାଜସେବୀ ଜୀତେନ୍ଦ୍ର କୁମାର ନାୟକ ପାରମ୍ପରିକ ଛେରା ପହଁରା ନୀତି ସମ୍ପନ୍ନ କରିଥିଲେ। ସନ୍ଧ୍ୟା ୫ ଟା ସମୟରେ ରଥ ଟଣା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଠାରେ ଓଡ଼ିଆ ଓ ଅଣଓଡ଼ିଆ ପ୍ରାୟ ୪ହଜାର ଦର୍ଶକ ଙ୍କର ସମାଗମ ହୋଇଥିଲା। ଭକ୍ତ ମାନେ ରଥଟିକୁ ଟାଣି ଟାଣି ୫କିଲୋମିଟର ଦୂରବର୍ତ୍ତୀ ଲସନସ ବେ ଠାରେ ଥିବା ମାଉସୀ ମା ମନ୍ଦିର କୁ ନେଇଥିଲେ।ରାସ୍ତା ର ଦୁଇ ପାର୍ଶ୍ଵରେ ମହଜୁଦ ଥିବା ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତି ଙ୍କର ଦିବ୍ୟ ଦର୍ଶନ ଲାଭ କରି କୃତ୍ୟ କୃତ୍ୟ ମନେ କରୁଥିବା ଏବଂ ଭକ୍ତି ଭାବରେ ଅଭିଭୂତ ହେଉଥିବାର ଦୃଶ୍ୟ ବେଶ ହୃଦୟସ୍ପର୍ଶୀ ଥିଲା।ସନ୍ଧ୍ୟା ୭ଟା ସୁଦ୍ଧା ଜୀଉ ମାନଙ୍କୁ ରଥରୁ ପୁଣି ପହଣ୍ଡି କରାଯାଇ ଗୁଣ୍ଡିଚା ମନ୍ଦିର ସ୍ଥିତ ସିଂହାସନରେ ବିରାଜମାନ କରାଯାଇଥିଲା। ଆସନ୍ତା ୧୫ ତାରିଖ ବାହୁଡା ଯାତ୍ରା ପର୍ଯ୍ୟନ୍ତ ଠାକୁରମାନେ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନଙ୍କୁ ଦର୍ଶନ ଦେବେ ବୋଲି ଜଣାଯାଇଛି।    

ଚଳିତ ବର୍ଷ ଘୋଷଯାତ୍ରା ଆୟୋଜନ ରେ ସ୍ଥାନୀୟ ମାରୱାଡ଼ି ଯୁବମଞ୍ଚ ଓ ପଞ୍ଜାବ ସଂଘ ସକ୍ରୀୟ ସହଯୋଗ କରିଥିଲେ। ସମଗ୍ର ଆୟୋଜନକୁ ସୁଚାରୁ ରୁପେ ସମ୍ପାଦନା କରିବାରେ ମନ୍ଦିର ପରିଚାଳନା କମିଟିର ସଭାପତି ଜୀତେନ୍ଦ୍ର କୁମାର ନାୟକ, ସାଧାରଣ ସମ୍ପାଦକ ବିମଳ କୁମାର ମହନ୍ତ, ଉପ-ସଭାପତି ଡ଼ଃ  କରୁଣାକର ପାଢ଼ୀ ତଥା ସଦସ୍ୟ ବିଜୟ ମହାପାତ୍ର, ରାଜେନ୍ଦ୍ର ପ୍ରସାଦ ସାହୁ, ବନମାଳୀ ସାହୁ ଓ ଅରୁଣ  ଦାସ ପ୍ରମୁଖ ମୁଖ୍ୟଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026

You Might Also Like