-+91-9937148622 |
prerana_bgr@rediffmail.com |
Wednesday 30th April 2025 |
R.N.I. Regd No. ODIODI/2010/46693
Breaking News
10-Jul-2024
ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ କ୍ରିୟାନ୍ୱୟନ ପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ରାଜ୍ୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ ରହିଛି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ ।
ଏହି ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଲା ମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀର ଯୋଜନା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ । ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ମୋଦୀ ସରକାରଙ୍କ ଯୋଜନା ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ ଶ୍ରୀସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି ।