-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ - ଜିଲ୍ଲା ସ୍ତରୀୟ ସମନ୍ୱୟ ବୈଠକ -

19-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ତରୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ର ପ୍ରଥମ ସମନ୍ୱୟ ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଦୁର୍ଗା ଦତ୍ତ ଦାସ ଉପସ୍ଥିତ ସମସ୍ତ ସଦସ୍ୟ ସଦସ୍ୟା ଙ୍କୁ ସ୍ୱାଗତ କରିବା ସହ ବୈଠକର ଆଭିମୁଖ୍ୟ ଓ ତତ୍ପର୍ଯ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ l ବିଗତ ତିନି ବର୍ଷ ଧରି ଚାଲୁ ରହିଥିବା ଏହି କାର୍ଯ୍ୟକ୍ରମର ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଆମ ଜିଲ୍ଲାରେ ୩୯. ୪% ପୁରୁଷ ଓ ୧୭. ୯% ମହିଳା ତମାଖୁ ସେବନର କୁ ଅଭ୍ୟାସ ରେ ରହିଥିବା ଉଲ୍ଲେଖ କରାଯାଇଛି। ତମାଖୁ ସେବନ ବ୍ୟକ୍ତି ତଥା ସମାଜ ପାଇଁ ନିଶ୍ଚିତ ଭାବେ ମାରାତ୍ମକ ଅଭ୍ୟାସ ହେଇଥିବା ବେଳେ ଏହା ଏକା ସାଙ୍ଗରେ ଧନ,ଜନ ଓ ଜୀବନ  ପାଇଁ ବିପଦକୁ ଡାକିଆଣିଥାଏ l ଏଣୁ ଜିଲ୍ଲା ରେ ଏହାର ଉଚିତ ମୁକାବିଳା ତଥା ନିୟନ୍ତ୍ରଣ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ତରଫରୁ ବିଶେଷ ଯତ୍ନବାନ ହେବାକୁ ଅଧ୍ୟକ୍ଷା ତଥା ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଏହାର ଆବଶ୍ୟକ ନିୟନ୍ତ୍ରଣ ନିମନ୍ତେ ତୃଣ ମୂଳ ସ୍ତରରେ ତଥା ଚିହ୍ନଟ ସମ୍ବେଦନଶିଳ ଅଂଚଳରେ ଆବଶ୍ୟକ ପ୍ରଚାର ପ୍ରସାର ସହ ସବୁବର୍ଗରେ ସଚେତନତା କରାଇବାକୁ ନିର୍ଦେଶ ଦେଇଛନ୍ତି l ଏହି ପରିପ୍ରେକ୍ଷୀରେ ଜିଲ୍ଲାର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ଆବଶ୍ୟକ ନିୟଂତ୍ରଣ ପାଇଁ କାର୍ଯ୍ୟକ୍ରମ ଖସଡ଼ା ପ୍ରସ୍ତୁତି ଓ ରୂପରେଖ ର ପୂର୍ଣ୍ଣ ତଥ୍ୟ ଜିଲ୍ଲା ସ୍ତରକୁ ପ୍ରଦାନ ପାଇଁ ପରାମର୍ଶ ଦେଇଛନ୍ତି l ଏତଦ ବ୍ୟତୀତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜିଲ୍ଲା ଶିକ୍ଷା ବିଭାଗ ମାଧ୍ୟମ ରେ ଜିଲ୍ଲାର ପ୍ରତ୍ୟେକ ଶିକ୍ଷନୁଷ୍ଠାନ ଗୁଡିକରେ କୋମଳମତି ଛାତ୍ର ଛାତ୍ରୀ ଙ୍କୁ ଏହି ତମାଖୁ ରାକ୍ଷସ ଯେପରି ଗ୍ରାସ ନ କରେ ସେଥିପ୍ରତି ବିଶେଷ ଯୋଜନା ପ୍ରସ୍ତୁତ ସହ ସଚେତନତା କରିବା ଏବଂ ଜିଲ୍ଲାର ସମସ୍ତ କାର୍ଯ୍ୟସ୍ଥଳୀ ଗୁଡିକରେ ସମ୍ପୃକ୍ତ ବିଭାଗ ଦ୍ୱାରା ଆବଶ୍ୟକ ସଚେତନତା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ତଥ୍ୟ ଅନୁଯାଇ ଜିଲ୍ଲାର ତରଭା ଓ ଡୁଙ୍ଗୁରିପାଲି ବ୍ଲକ ର ଆଭ୍ୟାନ୍ତରୀଣ ଅଞ୍ଚଳ ରେ ଏହାର ବିଶେଷ ପ୍ରଭାବ ରହିଥିବାରୁ ଅଞ୍ଚଳ, ଶିକ୍ଷା ଅନୁଷ୍ଠାନ ଓ ସଂଲଗ୍ନ ପରିସର କୁ ଚି଼ହ୍ନଟ ପୂର୍ବକ ତମାଖୁ ସେବନ ନିୟନ୍ତ୍ରଣ ନିମନ୍ତେ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ନିର୍ଦେଶ ଦେଇଛନ୍ତି l ଜିଲ୍ଲା ସ୍ତରୀୟ ଯାଞ୍ଚ କମିଟି  ଜିଲ୍ଲାର ବିଭିନ୍ନ ଅଂଚଳ ଗସ୍ତ ପୂର୍ବକ ଦୋକାନ ବଜାର ଅଚାନକ ଯାଞ୍ଚ କରି ଫାଇନ ଆଦାୟ ସହ ତାଗିଦ କରିବାକୁ ଗୁରୁତ୍ୱାରୋପ କରାଯାଇଛି l ଏପରିକି ତମାଖୁ ସେବନ ର ଅପକାରିତା ଉପରେ ଗ୍ରାମ ପଂଚାୟତ ସ୍ତରରେ ଗ୍ରାମ ସଭା, ପଂଚାୟତ ବୈଠକ, ପଂଚାୟତ ସମିତି ବୈଠକ, ସହ ଅନ୍ୟାନ୍ୟ ସାଧାରଣ ବୈଠକରେ ଜନ ସମାଜରେ ଏହାର କୁପ୍ରଭାବ ସହିତ ନିୟନ୍ତ୍ରଣ ପାଇଁ ଆବଶ୍ୟକ ସଚେତନତା ଉପରେ ବିଶେଷ ଧ୍ୟାନ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ବୈଠକରେ ଅଣ ସଂକ୍ରମକ ରୋଗ ପରିଚାଳିକା ଗୀତା ମେହେର ତମାଖୁ ସେବନ ର ଭୟବହତା ଓ ଏହାର ନିୟନ୍ତ୍ରଣ ଓ ସେବନ ରୁ ନିବୃତ ନିମନ୍ତେ ବିଭାଗୀୟ କାର୍ଯ୍ୟକ୍ରମ ଓ ପ୍ରବଧାନ ଉପରେ ପି ପି ଟି ଜରିଆରେ ତଥ୍ୟ ଉପସ୍ଥାପନ କରିଥିଲେ। ୨୦୨୩-୨୪ ବର୍ଷ ରେ ଜିଲ୍ଲାର ୪୦ ଟି ଉଚ୍ଚ ବିଦ୍ୟାଳୟ ଓ ୬ ଟି ମହାବିଦ୍ୟାଳୟ କୁ ତମାଖୁ ମୁକ୍ତ କାର୍ଯ୍ୟକ୍ରମ ରେ ସାମିଲ କରାଯାଇଥିବା ବେଳେ ସମସ୍ତ ଅନୁଷ୍ଠାନ କୁ ସମ୍ବର୍ଦ୍ଧିତ କରାଯାଇଛି l ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହ ସମସ୍ତ ଗୋଷ୍ଠୀ ଚିକିତ୍ସାଳୟ ରେ ତମାଖୁ ବିରତ କେନ୍ଦ୍ର ସହ ତମାଖୁ ନିବାରଣ ପାଇଁ ନିକୋଟିନ ଗମ ଓ ପରାମର୍ଶ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଥିବା ସୂଚନା ପ୍ରଦାନ କରାଯାଇଛି। ଜିଲ୍ଲାର ପ୍ରତ୍ୟେକ ତମାଖୁ ସେବନକାରୀ ଏହାର ସୁଯୋଗ ନେବାକୁ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଅନୁରୋଧ କରିଛନ୍ତି। ବୈଠକରେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ମନୋଜ ଅଦାବର, ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର, ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀର କୁମାର ସାମଲ, ଡି ପି ଏମ ବିଶ୍ୱମ୍ବର ବେହେରା, ତଥା ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ବିଭିନ୍ନ ଅଧିକାରୀ, ସ୍ୱାସ୍ଥ୍ୟ ଅଧିକାରୀ, ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like