-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ଅଭିନବ ପ୍ରତିବାଦ: ସରକାରଙ୍କ ବିରୋଧରେ ସରକାରୀ କର୍ମଚାରୀଙ୍କ ଡିଜିଟାଲ ଆନ୍ଦୋଳନ

23-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ): ଡିଜିଟାଲରେ ବିଧାନସଭା ଘେରାଉ । ତାହା ପୁଣି ସରକାରୀ କର୍ମଚାରୀଙ୍କ ଦ୍ୱାରା । କଥାଟା ଟିକେ ଖଟକା ଲାଗୁଥିଲେ ମଧ୍ୟ ସତ୍ୟ । ରାଜ୍ୟରେ ନୂଆ ବିଜେପି ସରକାରର ପ୍ରଥମ ବିଧାନସଭା ଅଧିବେଶନର ଆରମ୍ଭ ଦିନରୁ ଡିଜିଟାଲ ମାଧ୍ୟମରେ ସରକାରୀ କର୍ମଚାରୀ ସରକାରଙ୍କୁ ଘେରାଉ କରିଛନ୍ତି । ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରିବା ଓ ସ୍ୱାସ୍ଥ୍ୟ ବୀମା ଯୋଜନାରେ ସାମିଲ କରିବା ଦାବିରେ ଡିଜିଟାଲ ମାଧ୍ୟମରେ ବିଧାନସଭା ଘେରିଛି ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ।

ବିଧାନସଭା ଆରମ୍ଭରୁ ନୂଆ ବିଜେପି ସରକାରକୁ ଘେରିଛନ୍ତି ସରକାରୀ କର୍ମଚାରୀ । ରାଜରାସ୍ତାକୁ ଆସିନାହାନ୍ତି କି ହୋହାଲା କରିନାହାନ୍ତି। ସରକାରୀ କାମ ମଧ୍ୟ ବ୍ୟାହତ ହେବାକୁ ଦେଇନାହାନ୍ତି । ଡିଜିଟାଲ ମାଧ୍ୟମରେ ଜୋରଦାର ଆନ୍ଦୋଳନ କରିଛନ୍ତି ସରକାରୀ କର୍ମଚାରୀ । ପ୍ରମୁଖ ଦାବି ସବୁ ନେଇ ବିଧାନସଭା ଘେରିଛନ୍ତି ୪ ଲକ୍ଷ ସରକାରୀ କର୍ମଚାରୀ । ପୁରୁଣା ପେନସନ ବ୍ୟବସ୍ଥା ଲାଗୁ ତଥା ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାରକୁ ସ୍ୱାସ୍ଥ୍ୟ ବୀମା ପ୍ରଦାନ ଦାବିରେ ଡିଜିଟାଲରେ ବିଧାନସଭା ଘେରାଉ କରିଛନ୍ତି ।

କର୍ମଚାରୀମାନେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ହାସଟ୍ୟାଗ କ୍ୟାମ୍ପେନ ଆରମ୍ଭ କରିଛନ୍ତି । ଯେଉଁଥିରେ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ, ବିଧାୟକମାନଙ୍କୁ ଟ୍ୟାଗ କରାଯିବା ସହ କମେଣ୍ଟ ମାଧ୍ୟମରେ ଦାବି ଉପସ୍ଥାପନ କରାଯାଉଛି । ଜିଲ୍ଲାସ୍ତରରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ଏହାକୁ ବ୍ୟାପକ କରାଯାଇଛି । ଦାବି ପୂରଣ ନହେବା ଯାଏଁ ଏହି ଆନ୍ଦୋଳନ ଚାଲିବ ବୋଲି କହିଛି ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ।

ସେପଟେ ପୁରୁଣା ପେନସନ ବ୍ୟବସ୍ଥା ଏକ ଅତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି କହିଛନ୍ତି ଆନ୍ଦୋଳନକାରୀ ସରକାରୀ କର୍ମଚାରୀ । ଏହି ବ୍ୟବସ୍ଥା ବନ୍ଦ ହେବା ଦ୍ୱାରା କର୍ମଚାରୀଙ୍କ ଅବସର ପରେ ଜୀବନ ଦୁର୍ବିସହ ହେଉଛି । ଅନ୍ୟ କିଛି ରାଜ୍ୟରେ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ ହୋଇଥିବା ବେଳେ ଓଡିଶା ସରକାର ତାହା ଲାଗୁ କରନ୍ତୁ ବୋଲି ସରକାରୀ କର୍ମଚାରୀମାନେ ଦାବି କରିଛନ୍ତି ।

ଏହି ପ୍ରସଙ୍ଗ ନେଇ ସରକାରୀ କର୍ମଚାରୀମାନେ ପୂର୍ବରୁ ରାସ୍ତାକୁ ଓହ୍ଲାଇ ଥିବା ବେଳେ ଏବେ ଡିଜିଟାଲ ମାଧ୍ୟମରେ ଆନ୍ଦୋଳନକୁ ବ୍ୟାପକ କରିଛନ୍ତି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like