-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

24-Jul-2024



ବଲାଙ୍ଗିର(ପ୍ରେରଣା ଖବର): ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ପ୍ରଫୁଲ୍ଲ କୁଜୂର ଏବଂ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଦୀପ ସାହୁଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ବିଭିନ୍ନ ବିଭାଗର ଅଧିକାରୀ, ସାଂସ୍କୃତିକ ଓ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର କର୍ମକର୍ତ୍ତା ଓ ଗଣମାଧ୍ୟମର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସେଠୀ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ଜିଲ୍ଲାସ୍ତରୀୟ ସ୍ବାଧୀନତା  ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ଆଲୋଚ୍ୟ ବିଷୟ ଉପସ୍ଥାପନ କରିଥିଲେ। ବୈଠକର ନିଷ୍ପତ୍ତି ପ୍ରକାରେ ୧୫ ଅଗଷ୍ଟ ଦିନ ପ୍ରାତଃ ୪ ଘଟିକା ସମୟରେ ରାମଧୁନ,ସକାଳ ୬ ରୁ ୭ ଘଟିକା ମଧ୍ୟରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଭାତ ଫେରି, ସକାଳ ୭ ରୁ ୮ ମଧ୍ୟରେ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ, ସକାଳ ୭.୩୦ ରୁ ୮ ମଧ୍ୟରେ ସହରରେ ଥିବା ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସକାଳ ୯.୧୫ ସମୟରେ ମନୋହରପୁର ରିଜର୍ଭ ପୋଲିସ ପଡିଆରେ ଆନୁଷ୍ଠାନିକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଦିବସର ମୁଖ୍ୟ ଅତିଥି  ଆନୁଷ୍ଠାନିକ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିବେ। ସମ୍ମିଳିତ ପ୍ୟାରେଡ ରେ ହୋମଗାର୍ଡ,ଏନସିସି, ସ୍କାଉଟ, ଗାଇଡ,ରେଡକ୍ରସ ଓ ସିଭିଲିଆନ ଦଳ ଅଂଶଗ୍ରହଣ କରିବେ। ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଦେଶାତ୍ମବୋଧକ ସଂଗୀତ, ଚିତ୍ରାଙ୍କନ, ସ୍ଵାଧୀନତା ସଂଗ୍ରାମୀ ବେଶ, ଓଡିଆ, ଇଂରାଜୀ ପ୍ରବନ୍ଧ ଓ ବକ୍ତୃତା, ହିନ୍ଦୀ ବକ୍ତୃତା ପ୍ରତିଯୋଗିତା ଆଗାମୀ ୩ ତାରିଖ ଠାରୁ ୮ ତାରିଖ ମଧ୍ୟରେ 

ଅନୁଷ୍ଠିତ ହେବ । ଏତଦବ୍ୟତୀତ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଜିଲ୍ଲାକୁ ଗର୍ବାନ୍ଵିତ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କୃତ କରାଯିବ । ପ୍ୟାରେଡ ଉତ୍ସବ ପରେ ଜିଲ୍ଲା କାରାଗାରର ଅନ୍ତେବାସୀ, ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ ସହ ପୁଇଁତଳା ସ୍ଥିତ କୁଷ୍ଠ କଲୋନୀ ଅନ୍ତେବାସୀଙ୍କୁ ବସ୍ତ୍ର ବଣ୍ଟନ କରାଯିବ । ବୈଠକ ଶେଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026

You Might Also Like