-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି

25-Jul-2024



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଳା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି l
ଚଳିତ ବର୍ଷ ସୁବର୍ଣ୍ଣପୁର ରାମେଶ୍ଵର ମନ୍ଦିର ନିକଟସ୍ଥ ଷ୍ଟାଡିୟମ୍  ଠାରେ ନିମନ୍ତ୍ରିତ ଅତିଥି ଏବଂ ଛାତ୍ରଛାତ୍ରୀ  ଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ  କରାଯିବ l  ଉକ୍ତଦିନ ପ୍ରାତଃ ସମୟରେ ସହରରେ ରାମଧୁନ ପ୍ରଚାର କରାଯିବା  ସହିତ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ପ୍ରଭାତ ଫେରୀ ସକାଳ ଘ୦୬. ୦୦ ଣ୍ଟା ମଧ୍ୟରେ କରାଯିବ l ୦୭ ଟା ସମୟରେ ସହର ର ବିଭିନ୍ନ ଛକରେ ଓ କାର୍ଯ୍ୟାଳୟ ରେ ଅବସ୍ଥାପିତ ମହାପୁରୁଷ ତଥା ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ବରିଷ୍ଠ ଅଧିକାରୀ ତଥା ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପୁଷ୍ପମାଲ୍ୟାର୍ପଣ କରାଯିବ l ସକାଳ ଘଂ ୦୭. ୩୦ ମି  ରୁ ଘଂ ୦୮  ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ l  ସ୍ୱାଧୀନତା ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ଘଂ ୦୯. ୧୫  ମିନିଟ ସମୟରେ  ଷ୍ଟାଡିୟମ  ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରାଯିବ l ଚଳିତବର୍ଷ  ପ୍ୟାରେଡ଼ରେ ପୋଲିସ ବ୍ୟାଣ୍ଡ, ସଶସ୍ତ୍ର ବାହିନୀ ଓ ଗୃହରକ୍ଷୀ ଦଳ ସହ ଛାତ୍ରଛାତ୍ରୀଙ୍କ ୪୦ ଟି ଦଳ ଅଂଶ ଗ୍ରହଣ କରିବେ l ପ୍ୟାରେଡ଼ ପଡିଆରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ସୀମିତ ଦଳ ସୁନ୍ଦର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ l 
ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ବୋର୍ଡ ପରୀକ୍ଷାରେ ପ୍ରଥମ ସ୍ଥାନ  ଅଧିକାର କରିଥିବା ଛାତ୍ରଛାତ୍ରୀ  ମାନଙ୍କୁ ସମ୍ମାନିତ କରାଯିବ l  ସେହିପରି ବିଭିନ୍ନ ବ୍ୟକ୍ତିବିଶେଷ  ତଥା ସଂସ୍ଥା  ଯେଉଁମାନେ ଜିଲ୍ଲା ପାଇଁ  ଗୌରବ ଆଣିଛନ୍ତି, ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯିବ l ସେମାନଂକୁ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ମନୋନୀତ କରିବେ I ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର  ରାଜ୍ୟ ଏବଂ ଜାତୀୟ ସ୍ତରରେ କୃତି ପାଇଁ ଛାତ୍ରଛାତ୍ରୀ ଏବଂ କ୍ରୀଡାବିତ୍ ମାନଙ୍କୁ ମଧ୍ଯ ପୁରସ୍କାର ଦିଆଯିବ lସନ୍ଧ୍ୟା ୦୭ ଘଣ୍ଟା ସମୟରେ ନୂତନ ଟାଉନ ହଲ ଠାରେ ପୁରସ୍କାର ବିତରଣ ଓ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଜିଲ୍ଲା ସ୍ତରୀୟ ଉତ୍ସବ ପରି ଜିଲ୍ଲାର ଉପଖଣ୍ଡ ସ୍ତରରେ, ବ୍ଲକ ସ୍ତରରେ ତଥା ପଞ୍ଚାୟତ ସ୍ତରରେ ମଧ୍ୟ ସମାରୋହ ଅନୁଷ୍ଠିତ ହେବ l ଉତ୍ସବ ପରିପ୍ରେକ୍ଷୀ ରେ ଜିଲ୍ଳା ଶିକ୍ଷା ଅଧିକାରୀ ତଥା ଅଧ୍ୟକ୍ଷ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ  ଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟ , ଉଚ୍ଚବିଦ୍ୟାଳୟ  ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଦେଶାତ୍ମବୋଧକ ସଙ୍ଗୀତ ଆବୃତ୍ତି,ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ l ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ. ଦୁର୍ଗାଦତ୍ତ ଦାସ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ , ପି ଡି ଡୁଡା ଶ୍ରୀ ବିଶ୍ୱନାଥ ବାରିକ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ,  ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ପୋଲିସ ଆର ଆଇ ସରୋଜ କୁମାର ବେହେରା,ସମେତ  ଜିଲ୍ଲାସ୍ତରୀୟ ଅଧିକାରୀ  ତଥା ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ସହରର ବିଶିଷ୍ଟ ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ,ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟକ୍ଷ /ଅଧ୍ୟକ୍ଷା,ବିଭିନ୍ନ ସାଂସ୍କୃତିକ  ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା , ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ସ୍ୱାଗତ ସମ୍ଭାଷଣ କରିବା ସହ ବିବରଣୀ ପାଠ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ, ଅନୁଷ୍ଠାନ ଙ୍କୁ ଆନ୍ତରିକତା ସହିତ ଏହି ଜାତୀୟ ଦିବସ ପାଳନ ପାଇଁ ସହଯୋଗ କରିବା ପାଇଁ ଅନୁରୋଧ  କରିଥିଲେ l ଶେଷରେ ବିଭାଗୀୟ ଗ୍ରନ୍ଥାଗାରୀକ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l ବୈଠକରେ ବିଭାଗୀୟ କର୍ମକର୍ତ୍ତା ମାନଭଞ୍ଜନ ପଟ୍ଟନାୟକ, ବିନୋଦ କିଶୋର ଦାନୀ, ଚମରା ବିଶି ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like