-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଦେଶ ବିଦେଶ

କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଘାଟିତ, ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀ ଜଣେ ସାହିତ୍ୟ-ଋଷି: ମାଧବ କୌଶିକ

27-Jul-2024



କୋଲକାତା(ପ୍ରେରଣା ଖବର): କୋଲକାତାସ୍ଥିତ କେନ୍ଦ୍ର ସାହିତ୍ୟ ଏକାଡେମୀ ଆଞ୍ଚଳିକ କାର୍ଯ୍ୟାଳୟରେ ଏକାଡେମୀ ତରଫରୁ ଆୟୋଜିତ ଦ୍ୱିଦିବସୀୟ ନିରେନ୍ଦ୍ରନାଥ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଘାଟିତ ହୋଇ ଯାଇଛି। ଏହି ଆଲୋଚନାଚକ୍ରକୁ ଉଦ୍ଘାଟନ କରିଥିଲେ ବିଶିଷ୍ଟ ବଙ୍ଗଳା ଲେଖକ ତଥା ସାହିତ୍ୟ ଏକାଡେମୀର ମହତ୍ତର ସଦସ୍ୟ ଶୀର୍ଷେନ୍ଦୁ ମୁଖୋପାଧ୍ୟାୟ। ସେ ନିରେନ୍ଦ୍ରନାଥଙ୍କ ସାହିତ୍ୟ, ବ୍ୟକ୍ତିତ୍ୱ, ଦୂରଦୃଷ୍ଟି ଏବଂ ଭାଷା ଜ୍ଞାନ ସଂପର୍କରେ କହିଥିଲେ। କାର୍ଯ୍ୟକ୍ରମରେ ସାହିତ୍ୟ ଏକାଡେମୀର ସଭାପତି ତଥା ପ୍ରଖ୍ୟାତ କବି ଡକ୍ଟର ମାଧବ କୌଶିକ ସଭାପତିତ୍ୱ କରିଥିବା ବେଳେ ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ। ଡକ୍ଟର କୌଶିକ ନିଜ ଅଭିଭାଷଣରେ କହିଥିଲେ ଯେ, ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀ ଜଣେ ସାହିତ୍ୟ-ଋଷି। ଡକ୍ଟର ରାଓ ନିରେନ୍ଦ୍ରନାଥଙ୍କ ଜୀବନୀ ଓ କୃତିତ୍ୱ ସଂପର୍କରେ ଆଲୋକପାତ ଦେଇଥିଲେ। ପ୍ରାରମ୍ଭରେ ବିଶେଷ ସୂଚନା ପ୍ରଦାନ କରିଥିଲେ ବଙ୍ଗଳା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ପଶ୍ଚିମବଙ୍ଗର ଉଚ୍ଚଶିକ୍ଷା ମନ୍ତ୍ରୀ ବ୍ରାତ୍ୟ ବସୁ। ସେ ନିରେନ୍ଦ୍ରନାଥଙ୍କ ଲେଖାର ବିଶେଷତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଆଲୋଚନାଚକ୍ରରେ ମୂଳଭାଷଣ ପ୍ରଦାନ କରି ବଙ୍ଗଳା ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ତଥା ବିଶିଷ୍ଟ ଲେଖକ ଆଲାପନ ବନେ୍ଦାପାଧ୍ୟାୟ କହିଥିଲେ ଯେ, ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀ ବଙ୍ଗଳା ଭାଷାର ସମୃଦ୍ଧି ପାଇଁ ଅନେକ କାର୍ଯ୍ୟ କରିଥିଲେ । ସେ ବଙ୍ଗଳା ସାହିତ୍ୟକୁ ନୂତନ ଦିଗ ଦେଖାଇଥିଲେ। ଏହି ଅବସରରେ ଆଲାପନ ବନେ୍ଦାପାଧ୍ୟାୟଙ୍କ ଦ୍ୱାରା ଇଂରାଜୀ ଭାଷାରେ ରଚିତ ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀ ଜୀବନୀ ଉନ୍ମୋଚିତ ହୋଇଥିଲା । ଉଦ୍ଘାଟନୀ ଅଧିବେଶନରେ ସଂଯୋଜନା ସହିତ ଧନ୍ୟବାଦ ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀ କୋଲକାତା କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ । ଅନ୍ୟ ଦୁଇଟି ଅଧିବେଶନରେ ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀଙ୍କ ଜୀବନୀ ଓ କୃତି ସଂପର୍କରେ ଆଲୋଚନା କରିଥିଲେ ବାରିଦବରଣ ଘୋଷ, ଚିନ୍ମୟ ଗୁହା, ଶେଖର ବସୁ, ହର୍ଷ ଦତ୍ତ, ପ୍ରଚେତ ଗୁପ୍ତ ଏବଂ ପବିତ୍ର ସରକାର। ଆସନ୍ତାକାଲି ଦ୍ୱିତୀୟ ଦିବସରେ ନିରେନ୍ଦ୍ରନାଥଙ୍କ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରିବେ ରମେନ କୁମାର ସର, ସୋନାଲି ଚକ୍ରବର୍ତ୍ତୀ ବାନାର୍ଜୀ, ସୁମିତା ଚକ୍ରବର୍ତ୍ତୀ, ମଧୁଶ୍ରୀ ସେନ ସାନ୍ୟାଲ, ପ୍ରସୂନ ଘୋଷ, ସିଉଲି ସରକାର, ପିନାକେଶ ସରକାର, ତରୁଣ ମୁଖୋପାଧ୍ୟାୟ, କ୍ରିଷ୍ଣରୂପ ଚକ୍ରବର୍ତ୍ତୀ। ଉଦଯାପନୀ ବକ୍ତବ୍ୟ ପ୍ରଦାନ କରିବେ ଅଭିରୂପ ସରକାର। କାର୍ଯ୍ୟକ୍ରମ ଶେଷରେ ସାହିତ୍ୟ ଏକାଡେମୀ ଦ୍ୱାରା ନିର୍ମିତ ନିରେନ୍ଦ୍ରନାଥ ଚକ୍ରବର୍ତ୍ତୀଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ଏହି କାର୍ଯ୍ୟକ୍ରମରେ ବହୁ ଲେଖକ ଲେଖିକା, ସାହିତ୍ୟପ୍ରେମୀ ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like